କେନାଲରେ ବୁଡି ୨ଛାତ୍ର ମୃତ୍ୟୁ ଘଟଣା : ଉଭୟଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା

ଖଇରା, ୨୭।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ରଟିଣା ପ୍ରହଲ୍ଲାଦ ନୋଡାଲ ହାଇସ୍କୁଲର ୨ଜଣ ୭ମ ଶ୍ରେଣୀ ଛାତ୍ର କେନାଲରେ ବୁଡି ପ୍ରାଣ ହରାଇବା ଘଟଣାରେ ସହାୟତା ଘୋଷଣା କରାଯାଇଛି। ମୃତକଙ୍କ ପରିବାରକୁ ସରକାରୀ ସ୍ତରରେ ୪ଲକ୍ଷ ଏବଂ ରେଡକ୍ରସରୁ ୧୦ହଜାର ଲେଖାଏଁ ଦିଆଯିବାକୁ ଘୋଷଣା କରାଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଗ୍ରାମବାସୀଙ୍କ ସହ ଉପଜିଲାପାଳ ନିଲୁ ମହାପାତ୍ର, ତହସିଲଦାର ପ୍ରଦୀପ କୁମାର ସାହୁ, ଅତିରିକ୍ତ ତହସିଲଦାର ବିଭାସ ରଞ୍ଜନ ପାଣିଗ୍ରାହୀ, ନୀଳଗିରି ଏସ୍‌ଡିପିଓ ସୁଦାମ ଚରଣ ସାହୁ, ଖଇରା ଥାନା ଆଇଆଇସି ଲୋପାମୁଦ୍ରା ନାୟକ, ଗୋଷ୍ଠୀ ଶିକ୍ଷାଧିକାରୀ ଧରଣୀଧର ପାତ୍ର, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଗୋଲକ ବିହାରୀ ପାଢୀଙ୍କ ସମେତ ବିଭିନ୍ନ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ସହ ଆଲୋଚନା ପରେ ଏହି ଘୋଷଣା କରାଯାଇଛି। ଗ୍ରାମବାସୀଙ୍କ ଦାବି ମୁତାବକ ବିଦ୍ୟାଳୟ ପରିସରରେ ଅଟକ ଥିବା ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଥାନାକୁ ଅଣାଯାଇ ଥାନାରେ ଅଟକ ରଖାଯାଇଛି। ଶିକ୍ଷକ ଅବହେଳା ଓ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ଶନିବାର ସନ୍ଧ୍ୟାରେ ଥାନା ପରିସରରେ ଏକ ବୈଠକ ବସିବାର କାର୍ଯ୍ୟକ୍ରମ ଅଛି। ଖଇରା ଆଇଆଇସିଙ୍କ ପୌରୋହିତ୍ୟରେ ଏକ ବୈଠକ ଅନୁଷ୍ଠିତ ହେବ। ଗ୍ରାମବାସୀଙ୍କ ଦାବିକୁ ସମ୍ମାନ ଦିଆଯାଇ ଉକ୍ତ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷୟତ୍ରୀ ଶିକ୍ଷକମାନଙ୍କ ବିରୋଧରେ ଯାହା କିଛି ନିଷ୍ପତ୍ତି ନିଆଯିବ ବୋଲି ଆଇଆଇସି ଲୋପାମୁଦ୍ରା ନାୟକ କହିଛନ୍ତି । ଅନ୍ୟପକ୍ଷେ ଶନିବାର ସକାଳେ ଭଦ୍ରକରେ ବ୍ୟବଚ୍ଛେଦ ପରେ ମୃତ୍ୟୁବରଣ କରିଥିବା ଧନଞ୍ଜୟ ଓ ରାଜେଶଙ୍କ ମୃତଦେହକୁ ତାଙ୍କ ଗ୍ରାମ ରଟିଣାକୁ ନିଆଯାଇଥିଲା। ଖଇରା ପୋଲିସ ଉପସ୍ଥିତିରେ ଶୋକାକୁଳ ପରିବେଶ ମଧ୍ୟରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ଓଷ୍ଟା ଶିକ୍ଷକ ସଂଘ ଖଇରା ଶାଖା ପକ୍ଷରୁ ଉପରୋକ୍ତ ପରିବାରଦ୍ୱୟକୁ ସମବେଦନା ଜ୍ଞାପନ ଜଣାଇବା ଅବସରରେ ୫ହଜାର ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri