କେନାଲ କାମକୁ ନେଇ ୨ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା: କାମ ବନ୍ଦ କରାଇଲେ କ୍ଷତିଗ୍ରସ୍ତ

ଛେଣ୍ଡିପଦା,୨୧ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗେଡିଆ ସଜରାସାହିରୁ ପୁରୁଣାଗଡ ଲମ୍ବିଥିବା ବାଲିବନ୍ଧ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ କେନାଲ କାମକୁ ନେଇ ଶନିବାର ଉତ୍ତେଜନା ଦେଖାଦେଇଛି। ପ୍ରକଳ୍ପ ବେଳେ କ୍ଷତିଗ୍ରସ୍ତ ହୋଇଥିବା ବାଗେଡିଆ ଗ୍ରାମର ଲୋକେ ଏହାକୁ ବିରୋଧ କରି କାମ ବନ୍ଦ କରାଇଦେଇଥିବାବେଳେ କେନାଲ କାମ ପୁନଃ ଚାଲୁ କରିବା ଦାବିରେ ସନ୍ଧ୍ୟାରେ ପୁରୁଣାଗଡ ଗ୍ରାମବାସୀ ରାସ୍ତାରୋକୋ ଆନ୍ଦୋଳନ ଚଲାଇଛନ୍ତି।
ଘଟଣାରୁ ଜଣାପଡିଛି, ବାଗେଡିଆ ବାଲିବନ୍ଧ କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ମୁଖ୍ୟ କେନାଲ ବାଗେଡିଆ ସଜରାସାହିଠାରୁ ପୁରୁଣାଗଡ ପର୍ଯ୍ୟନ୍ତ ପ୍ରାୟ ୨ କିମି ଲମ୍ବିଛି। ଏହି କେନାଲ ନିର୍ମାଣ ବେଳେ ବାଗେଡିଆ ସଜରାସାହି ନିକଟରେ ଗ୍ରାମର କେତେଜଣ ସେମାନଙ୍କ ଜାଗା ହରାଇଥିଲେ। ହେଲେ ଆଜି ପର୍ଯ୍ୟନ୍ତ ସେମାନଙ୍କୁ କ୍ଷତିପୂରଣ ପ୍ରଦାନ କରାଯାଇ ନ ଥିବା ଅଭିଯୋଗ କରି ବାଗେଡିଆର କ୍ଷତିଗ୍ରସ୍ତମାନେ ସକାଳେ କାମ ହେଉଥିବା ସ୍ଥାନରେ ପହଞ୍ଚି ବିରୋଧ କରିଥିଲେ। ଫଳରେ ଠିକାସଂସ୍ଥା ପକ୍ଷରୁ କାମ ବନ୍ଦ କରିଦିଆଯାଇଥିଲା। ଏ ବିଷୟରେ ପୁରୁଣାଗଡ ଗ୍ରାମବାସୀ ଜାଣିବା ପରେ ଅପରାହ୍ନରେ ପୁନଃ କେନାଲ କାମ ସହ ହୁଡା ରାସ୍ତା ନିର୍ମାଣ କାମ ଚାଲୁ କରିବା ପାଇଁ ଦାବି କରିଥିଲେ। ଏଥିସହ ଟାୟାର ଜାଳି ଛେଣ୍ଡିପଦା-ବାଗେଡିଆ ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ଏଥିଯୋଗୁ ସେଠାରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଖବରଲେଖା ହେବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ କିମ୍ବା ପୋଲିସ ସେଠାରେ ପହଞ୍ଚି ନ ଥିବା ଜଣାପଡିଛି। ଏହାର ସମାଧାନ ନ ହେଲେ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦିଆଯାଇଛି। ଖବରପାଇ ବାଗେଡିଆ ଫାଣ୍ଡି ଅଧିକାରୀ ରମେଶ ଚନ୍ଦ୍ର ପ୍ରଧାନ ଏବଂ ପୋଲିସ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ୩ ଦିନ ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରଖାଯାଇ ରାଜସ୍ବ ବିଭାଗ ପକ୍ଷରୁ ତହସିଲଦାର ଏବଂ ରାଜସ୍ବ ନିରୀକ୍ଷକଙ୍କ ଉପସ୍ଥିତିରେ ଜମି ଚିହ୍ନଟ କରାଯିବ। ପରେ ନିୟମାନୁସାରେ କେନାଲ ପୁନଃରୁଦ୍ଧାର କାମ ଆରମ୍ଭ କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ରାତି ପ୍ରାୟ ୧୦ଟା ବେଳେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri