କେନାଲ କୂଅକୁ ଖସିପଡିଲା ବାଇକ, ୩ ମୃତ

ଦିଗପହଣ୍ଡି,୨ା୧(ଡି.ଏନ୍‌.ଏ.)- ନୂଆବର୍ଷ ସନ୍ଧ୍ୟାରେ ଘଟିଛି ଦୁର୍ଘଟଣା। ଦିଗପହଣ୍ଡି ବ୍ଲକ କୋଟିନଡ଼ା-ଦେଉଳପେଡ଼ି କେନାଲ ରାସ୍ତା ବୁଲାଣିରେ ଥିବା ପୋତାଶଙ୍ଖ ନିକଟ କୂଅରେ ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଏକ ବାଇକ ଖସିପଡିଛି। ଏଥିରେ ଥିବା ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବ୍ରହ୍ମପୁର ସଦର ଥାନା ରାଇଝୋଳ ଗଁ।ର ଜିତୁ ଗୌଡ, ବାବୁଲା ଗୌଡ ଏବଂ ଲାଞ୍ଜିଆ ଗଁ।ର ସନ୍ତୋଷ ଗୌଡ। ଅନ୍ୟ ୨ଜଣ ରାଇଝୋଳର ମିଟୁ ଗୌଡ ଏବଂ ପଦ୍ମତୋଳାର ଶିବରାମ ସ୍ବାଇଁ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ପ୍ରକାଶ ଯେ, ବୁଧବାର ସନ୍ଧ୍ୟାରେ ପିକ୍‌ନିକ୍‌ ସାରି ୨ଟି ବାଇକରେ ଆଗପଛ ହୋଇ ଜିତୁ, ବାବୁଲା, ସନ୍ତୋଷ, ମିଟୁ ଓ ଶିବରାମ ଫେରୁଥିଲେ। ଅସାବଧାନତାରୁ କେନାଲ ରାସ୍ତାକଡରେ ଥିବା ଗଭୀର କୂଅରେ ଦୁଇଟି ବାଇକ ଖସି ପଡ଼ିଥିଲା। ଦିଗପହଣ୍ଡି ଥାନା ଅଧିକାରୀ ବସନ୍ତ କୁମାର ସେଠୀ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥାନୀୟ ଯୁବକ ଓ ଅଗ୍ନିଶମବାହିନୀ ସହାୟତାରେ ଯୁବକମାନଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଜିତୁ, ବାବୁଲା ଓ ସନ୍ତୋଷଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri