କେନାଲ ଜମିରୁ ଜବରଦଖଲ ହଟିଲା

କପ୍ତିପଦା,୧୩ା୯(ଡି.ଏନ.ଏ)- କପ୍ତିପଦା ବ୍ଲକ୍‌ ଅଧୀନ ସୁନେଇ ଜଳ ସେଚନ ବିଭାଗର କେନାଲ ଜମିରୁ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଗୁରୁବାର ପ୍ରଶାସନ ଜବରଦଖଲ ହଟାଇଛି। ଏହି ଜମିକୁ କେତେକ ଲୋକ ଜବରଦଖଲ କରିଥିଲେ। ବାରମ୍ବାର ତାଗିଦ ସତ୍ତ୍ୱେ ମଧ୍ୟ ସେମାନେ ଜମି ଛାଡୁ ନ ଥିଲେ। ଏଥିନେଇ ଗ୍ରାମର ଜଣେ ବ୍ୟକ୍ତି ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ। ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ସଂଖ୍ୟା ଡବ୍ଲ୍ୟୁପି(ସି) ୭୨୮୦/୨୦୧୫ ଅନୁଯାୟୀ ସ୍ଥାନୀୟ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ କପ୍ତିପଦା ତହସିଲଦାର, ଅତିରିକ୍ତ ତହସିଲଦାର, ଡେପୁଟି କଲେକ୍ଟର, ପୋଲିସ୍‌ ବାହିନୀ ଏବଂ ଜଳସେଚନ ବିଭାଗର କର୍ମଚାରୀଙ୍କ ଉପସ୍ଥିତିରେ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ସମ୍ପନ୍ନ ହୋଇଛି ା କପ୍ତିପଦା ତହସିଲ ଅଧୀନ ସାନସିମୁଳିଆ ଗ୍ରାମରେ ସୁନେଇ ଜଳସେଚନ ପ୍ରକଳ୍ପରୁ କେନାଲ ମାଧ୍ୟମରେ କିଛି ଜମିକୁ ଜଳଯୋଗାଣ ପାଇଁ ଜମି ଅଧିଗ୍ରହଣ କରାଯାଇଥିଲା। ୧୬ ଜଣଙ୍କ ଘରବାରି ଖାତାରୁ ୧୩ ଡିସିମିଲ୍‌ ଜମି ଅଧିଗ୍ରହଣ କରାଯାଇ ସରକାରଙ୍କ ନିୟମ ମୁତାବକ ହିତାଧିକାରୀମାନଙ୍କୁ କ୍ଷତିପୂରଣ ପ୍ରଦାନ କରାଯାଇଥିଲା। ମାତ୍ର ଜବରଦଖଲ ଉଚ୍ଛେଦ ନ ହେବାରୁ ଉକ୍ତ କେନାଲ କାର୍ଯ୍ୟ ହୋଇ ପାରି ନ ଥିଲା। ଏ ସମ୍ପର୍କରେ ଗ୍ରାମର ଗଜେନ୍ଦ୍ରନାଥ ମହାରଣା ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ। ସେ ମୟୂରଭଞ୍ଜ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଦ୍ୱାରସ୍ଥ ହେବା ପରେ ଜିଲାପାଳ ତଦନ୍ତ ପାଇଁ ସୁନେଇ ଜଳସେଚନ ବିଭାଗ ଏସ୍‌ଡ଼ିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା। ଏହାପରେ ମହାରଣା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ସହିତ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ। ଶେଷରେ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଗ୍ରାମବାସୀ ଦଖଲ କରିଥିବା କେନାଲ ଜମିକୁ ଦଖଲମୁକ୍ତ କରାଯାଇଛି। ଏଥିରେ କ୍ଷତିଗ୍ରସ୍ତ ହୋଇଥିବା ଗ୍ରାମର ବିଧବା ସରସ୍ବତୀ ମହାରଣା (୮୦) ଏବଂ ନାରାୟଣ ମହାରଣାଙ୍କ ଘର ଭାଙ୍ଗି ଯାଇଥିବାରୁ ସେମାନଙ୍କୁ ସରକାରଙ୍କ ତରଫରୁ ଘର ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri