Posted inଅପରାଧ

କେନାଲ ପାର୍ଶ୍ୱରୁ ଯୁବକଙ୍କ ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ପରିବାର

ସୁକିନ୍ଦା,୭ା୬(ଡି.ଏନ୍‌.ଏ.):  ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ବିରିଗୋଡା ରେଙ୍ଗାଲି କେନାଲ ପାର୍ଶ୍ୱରୁ ଗୁରୁବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଯୁବକ ଜଣକ ଲେମ୍ବୋ ପଞ୍ଚାୟତ ସିଙ୍ଗାଡିଆ ଗ୍ରାମର ଇନ୍ଦ୍ରମଣି ଦାସ। ସେ କଳିଙ୍ଗନଗର ଶିଳ୍ପାଞ୍ଚଳରେ ଶ୍ରମିକଭାବେ କାମ କରୁଥିଲେ ବୋଲି ଜଣାପଡିଛି। ଅପରପକ୍ଷେ ଇନ୍ଦ୍ରମଣିଙ୍କୁ ଯୋଜନା ବଦ୍ଧଭାବେ ହତ୍ୟାକରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା (୫୦/୧୯୦) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଦାନଗଦୀ ପଠାଇ ଘଟଣାର ଅଧିକ ତଦନ୍ତ ଚଳାଇଛି। ପ୍ରକାଶ ଯେ, ଇନ୍ଦ୍ରମଣି ବୁଧବାର ରାତି ୮ଟା ପାଖାପାଖି ସମୟରେ ଡ୍ୟୁଟି ନିମନ୍ତେ ଘରୁ ଯାଇଥିଲେ। ହେଲେ ଆଉ ଫେରି ନ ଥିଲେ। ଗୁରୁବାର ସକାଳେ ବିରିଗୋଡା ରେଙ୍ଗାଲି କେନାଲ ପାର୍ଶ୍ୱରେ ତାଙ୍କ ମୃତଦେହ ଦେଖି ସ୍ଥାନୀୟ ଲୋକେ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଇନ୍ଦ୍ରମଣିଙ୍କ ମୁଣ୍ଡରେ ଗଭୀର ଆଘତ ହୋଇଥିବାବେଳେ ବାଇକ୍‌ଟି ତାଙ୍କଠାରୁ କିଛି ବାଟ ଦୂରରେ ପଡିଥିବା ଦେଖିବାକୁ ମଳିଥିଲ। ଏହାକୁ ନେଇ ତାଙ୍କୁ ଯୋଜନାବଦ୍ଧଭାବେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଇନ୍ଦ୍ରମଣିଙ୍କ ପୂର୍ବରୁ ଉକ୍ତ ଗ୍ରାମର ଜଣେ ବ୍ୟକ୍ତିଙ୍କ ସହ ଗଣ୍ଡଗୋଳକୁ ନେଇ ମଧ୍ୟ ଥାନାରେ ବହୁବାର ଅଭିଯୋଗ ହୋଇଥିବା ପରିବାର ଲୋକେ କହିଛନ୍ତି। ଏ ସମ୍ପର୍କରେ ଥାନା ଅଧିକାରୀ ବିଚିତ୍ରାନନ୍ଦ ସେଠୀ କହିଛନ୍ତି, ଘଟଣାର ତଦନ୍ତ ଜାରିରହିଛି। ଖୁବ୍‌ଶୀଘ୍ର ଏହାର ପର୍ଦ୍ଦାଫାସ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri