କେନାଲ ଭାଙ୍ଗି ପୁଣି ଜମିରେ ପଶିଲା ପାଣି : ଚାଷୀ କ୍ଷତିଗ୍ରସ୍ତ

ଆନନ୍ଦପୁର,୭।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଶାଳବଣି ପଞ୍ଚାୟତ ପଣ୍ଡୁଆଠାରେ ଜଳସମ୍ପଦ ବିଭାଗ ଦ୍ୱାରା ନିର୍ମାଣାଧୀନ ବାମପାର୍ଶ୍ୱ କେନାଲ ଭାଙ୍ଗି ପୁନର୍ବାର ବର୍ଷାପାଣି ପଶିବାରୁ ସାଧାରଣ ଚାଷ ସହିତ ମତ୍ସ୍ୟଚାଷ ବିଶେଷ ଭାବେ ପ୍ରଭାବିତ ହୋଇଛି। ପୂର୍ବରୁ ଘାଗରା ନଦୀର ଜଳ ଗତ ଅଗଷ୍ଟ ୨୪ରେ କେନାଲରେ ପ୍ରବେଶ କରି ବନ୍ଧ ଭାଙ୍ଗିଥିଲା। ଫଳରେ ବଳଦୁଆଁ, ପଣ୍ଡୁଆ ଓ ଚମର୍ଦାର ଚାଷୀମାନେ କୃତ୍ରିମ ବନ୍ୟାର ସମ୍ମୁଖୀନ ହୋଇ ବହୁ କ୍ଷତି ସହିଥିଲେ। ସରକାରଙ୍କ ମିଶ୍ରିତ ଚାଷ ଯୋଜନାରେ ପ୍ରୋତ୍ସାହିତ ହୋଇ ଚାଷକାର୍ଯ୍ୟରେ ନିଜକୁ ନିୟୋଜିତ କରିଥିବା କେତେକ ଯୁବଚାଷୀ ମଧ୍ୟ ଏହାର ପ୍ରଭାବରେ ଲକ୍ଷାଧିକ ଟଙ୍କାର କ୍ଷତିଗ୍ରସ୍ତ ହୋଇଥିଲେ। ଆନନ୍ଦପୁର ଜଳସମ୍ପଦ ବିଭାଗ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବୈତରଣୀ ନଦୀ ବ୍ୟାରେଜ୍‌ ଡିଭିଜନ ଅଧୀନରେ କାର୍ଯ୍ୟ ହେଉଥିବା ବାମପାର୍ଶ୍ୱ କେନାଲରେ ଅଚାନକ ଘାଗରା ନାଳରେ ବର୍ଷାପାଣି ପ୍ରବାହିତ ହୋଇ ୬ଟି ବିରାଟ ଘାଇ ସୃଷ୍ଟି ହୋଇଥିଲା। କେନାଲରେ ଘାଗରା ନାଳ ପାଣି ପ୍ରବେଶ କରୁଥିବା ସ୍ଥାନରେ ବନ୍ଦ କରାଯାଇ ନ ଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ପୁନର୍ବାର ପଣ୍ଡୁଆଠାରେ ଶୁକ୍ରବାର ରାତିରେ ହୋଇଥିବା ବର୍ଷାପାଣି ପ୍ରବେଶ କରି କେନାଲ ଭାଙ୍ଗି ଚାଷ କ୍ଷତିଗ୍ରସ୍ତ ହୋଇଛି। ଏହି ଘାଇ ଦ୍ୱାରା ବଳଦୁଆଁ ଗ୍ରାମର ଚକ୍ରଧର ଦାସ, ଜୟଦେବ ଦାସ, ପୂର୍ଣ୍ଣଚନ୍ଦ୍ର ଦାସ, ବନମାଳୀ ଦାସଙ୍କର ମାଛଚାଷ ସହିତ ଅନ୍ୟାନ୍ୟ ଚାଷ ବିଶେଷ ଭାବେ ପ୍ରଭାବିତ ହୋଇଛି। ପୂର୍ବରୁ ହୋଇଥିବା କ୍ଷତିର ଭରଣା ଏଯାଏ କରାଯାଇ ନ ଥିବାବେଳେ ପୁଣିଥରେ ଏଭଳି ପରିସ୍ଥିତି ଚାଷୀଙ୍କ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ପୂର୍ବରୁ କ୍ଷତିଗ୍ରସ୍ତ ହୋଇଥିବା ସ୍ଥାନକୁ ବହୁ ବିଭାଗୀୟ ଅଧିକାରୀ ପରିଦର୍ଶନ କରି କ୍ଷତିପୂରଣ ଦେବାକୁ ପ୍ରତଶ୍ରୁତି ଦେଇଥିଲେ ମଧ୍ୟ ଅଦ୍ୟାବଧି କୌଣସି କ୍ଷତିପୂରଣ ମିଳି ନ ଥିବା ବଳଦୁଆଁ ଚାଷୀ ଚକ୍ରଧର ସାହୁ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍‌ ଓ ୫ ଏକରର ଫାର୍ମ ହାଉସ୍‌ ଠାବ

ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍‌ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?