Posted inରାଜ୍ୟ

କେନ୍ଦୁଝରରେ ଅଦିନିଆ ବର୍ଷା

କେନ୍ଦୁଝର,୩୦ା୧(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ପୂର୍ବାହ୍ନରେ ଅଦିନିଆ ବର୍ଷା ସାଙ୍ଗକୁ ପବନ ଓ କୁଆପଥର ମାଡ଼ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି। ବୁଧବାର ରାତିରେ ମଧ୍ୟ ଅନେକ ସ୍ଥାନରେ ବର୍ଷା ହୋଇଥିଲା। ପୂର୍ବାହ୍ନରେ ହଠାତ୍‌ ବାତ୍ୟା ପବନ ହେବାରୁ ସଦର ବ୍ଲକ ଅଧୀନ ବେଲପଶି, ମଥୁରାମଣ୍ଡଳୀ ଆଦି ଗ୍ରାମରେ ଘରର ଛାତ ଉଡ଼ି ଯାଇଥିବା ବେଳେ ଗଛ ଡାଳ ଭାଙ୍ଗିଯାଇଛି। ସେହିଭଳି ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ି ପଡିଥିବା ଜଣାପଡିଛି। ହଠାତ୍‌ ବର୍ଷା ସାଙ୍ଗକୁ ଜୋରରେ ପବନ ବହିବାରୁ ଦୁଇଟି ଗ୍ରାମର ପାଖାପାଖି ଛଅଟି ଘର କ୍ଷତିଗ୍ରସ୍ତ ହୋଇଛିି। ଜିଲାର ଅନେକ ଅଞ୍ଚଳରେ ବର୍ଷା ଓ କୁଆପଥର ମାଡ଼ ଯୋଗୁ ଆମ୍ବଗଛରୁ ବଉଳ ଝଡ଼ିପଡିଛି। ଏଣୁ କ୍ଷତିଗ୍ରସ୍ତ ଆମ୍ବଚାଷୀଙ୍କୁ ସହାୟତା ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

ଆଜିଠୁ ଓଡ଼ିଶାରେ ଏସ୍‌ଆଇଆର୍‌: ସାମାନ୍ୟ ତ୍ରୁଟି ଥିଲେ…

ଭୁବନେଶ୍ୱର,୩୦।୫ (ସୁନିତ୍‌ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲ୍‌ଓମାନେ ଘରକୁ ଘର…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri