କେନ୍ଦୁଝରରେ ଥମୁନି କଳା ପଲ୍‌ସର ଆତଙ୍କ: ପାଟଣାରେ ଦୁର୍ବୃତ୍ତ ଲୁଟି ନେଲେ ୧ ଲକ୍ଷ ୯୩ ହଜାର ଟଙ୍କା, ଲୁଟେରାଙ୍କ ଟେର୍‌ ପାଉନି ପୋଲିସ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରେ ଥମୁନି କଳା ପଲ୍‌ସର ଆତଙ୍କ। ବିଶେଷକରି ପର୍ବ ପର୍ବାଣୀ ସମୟରେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହୋଇ ବିଭିନ୍ନ ଅଞ୍ଚଳରେ ଆତଙ୍କ ଖେଳାଉଛନ୍ତି। ଏହି କ୍ରମରେ ପାଟଣା ଥାନା ପାଟଣା ସାହାରପଡା ଦେଇ ଯାଇଥିବା ଜାତୀୟ ରାଜପଥ ନଂ ୨୨୦ ହଳଦୀବଟା କାଜୁ ଜଙ୍ଗଲ ନିକଟରେ ମଙ୍ଗଳବାର ଅପରାହ୍ନରେ ଜଣେ ସାଇକେଲ ଆରୋହୀ ଲୁଟ୍‌ର ଶିକାର ହୋଇଛନ୍ତି। ଲୁଟ୍‌ର ଶିକାର ହୋଇଥିବା ବ୍ୟକ୍ତି ହେଉଛନ୍ତି ସାହାରପଡା ବ୍ଲକ ଗଣ୍ଡବେଡା ପଞ୍ଚାୟତ ଲକ୍ଷ୍ମୀପଶି ଗ୍ରାମର କୃଷ୍ଣଚନ୍ଦ୍ର ମହାନ୍ତ। କୃଷ୍ଣଚନ୍ଦ୍ର ବ୍ୟାଙ୍କରୁ ୧ଲକ୍ଷ ୯୩ ହଜାର ଟଙ୍କା ଉଠାଇ ନେଇ ଯାଉଥିବା ବେଳେ ଲୁଟ୍‌ ହୋଇଛି।

କୃଷ୍ଣଚନ୍ଦ୍ର ଗାଁରେ କରିଥିବା ଏକ ଠିକାଦାରୀ କାମର ଅର୍ଥ ବଡ଼ବିଲାସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ଉଠାଇଥିଲେ। ସାଇକେଲ ଯୋଗେ ନେଇ ଗାଁକୁ ଯାଉଥିବା ବେଳେ ଉକ୍ତ ଜଙ୍ଗଲ ନିକଟରେ ଏକ କଳା ବାଇକରେ ଦୁଇଜଣ ଯୁବକ ତାଙ୍କୁ ମୁଥ ମାରି ଟଙ୍କା ଥିବା ବ୍ୟାଗ୍‌ ଛଡାଇ ନେଇ ତିଳବେଡ଼ା ଆଡ଼କୁ ଦ୍ରୁତ ଗତିରେ ଚାଲିଯାଇଥିଲେ। ଘଟଣାସ୍ଥଳରେ ଘଟଗାଁ ଏସ୍‌ଡିପିଓ ରବୀନ୍ଦ୍ର ମଲ୍ଲିକ, ପାଟଣା ଥାନା ଅଧିକାରୀ ପୁଷ୍ପାଞ୍ଜଳୀ ସାମନ୍ତରାୟ ଓ ସାହାରପଡା ଫାଣ୍ଡି ଅଧିକାରୀ ମନୋହର ମହାନ୍ତ ପହଞ୍ଚି ତନାଘନା କରିଥିଲେ ହେଁ ଲୁଟେରାଙ୍କ କୌଣସି ଟେର୍‌ ମିଳି ପାରିନାହିଁ।

ସୂଚନାଯୋଗ୍ୟ, ଲୁଟେରାମାନେ ପର୍ବ ପର୍ବାଣୀରେ ଆତଙ୍କ ଖେଳାଇବା ପରେ ପଡ଼ୋଶୀ ରାଜ୍ୟରେ ଆଶ୍ରୟ ନେଉଛନ୍ତି। ତେଣୁ ଜିଲା ପୋଲିସ ଏହି ଗ୍ୟାଙ୍ଗକୁ ଧରିବାରେ ସଫଳ ହେଉନାହିଁ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri