କେନ୍ଦୁଝରରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ

କେନ୍ଦୁଝର, ୧୯ା୯ (ସ୍ବ.ପ୍ର./ଡି.ଏନ.ଏ.)-ଓଡିଶାର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ବୁଧବାର କେନ୍ଦୁଝର ଜିଲା ଗସ୍ତରେ ଆସି କ୍ଷେତ୍ର ପରିଦର୍ଶନ କରିବା ସହ ଦରବାର ହଲଠାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ସାମିଲ ହୋଇ ବିଭିନ୍ନ କାର୍ଯ୍ୟର ତଦାରଖ କରିଥିଲେ। ଡିଏମଏଫ ଅନୁଦାନରେ ବାଂଶପାଳ ବ୍ଲକ ତଳ କଇଁସାରୀ ଗ୍ରାମରେ ସ୍ଥାପିତ କ୍ରେଚ ପରିଦର୍ଶନ କରିଥିଲେ। ଜିଲାରେ ଏଭଳି ଖଣିଖାଦନ ବହୁଳ ଯୋଡା, ବାଂଶପାଳ, ହରିଚନ୍ଦନପୁର ବ୍ଲକ ଅଞ୍ଚଳରେ ସମୁଦାୟ ୬୦ଟି କ୍ରେଚ ଖୋଲାଯାଇ ଶ୍ରମଜୀବୀ ତଥା ଖଣିଖାଦାନରେ କାମ କରୁଥିବା ମହିଳା ମାନଙ୍କ ଶିଶୁ ମାନଙ୍କୁ ରଖା ଯାଇ ସେମାନଙ୍କ ପ୍ରତି ନିଆ ଯାଉଥିବା ଯତ୍ନକୁ ଜାଣି ଖୁସିବ୍ୟକ୍ତ କରିଥିଲେ। ସଦର ବ୍ଲକ ଜଳବଙ୍ଗ ଗ୍ରାମରେ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରି ସେଠାରେ ପଢୁଥିବା ପିଲା ମାନଙ୍କୁ ଓଡିଆ ବର୍ଣ୍ଣମାଳା ପଚାରି ବୁଝିଥିଲେ ା ସେଠାରେ ଉପସ୍ଥିତ ଗର୍ଭବତୀ ଓ ପ୍ରସୂତି ମହିଳା ମାନଙ୍କ ସହିତ ଆଲୋଚନା କରି ସୁବିଧା ଅସୁବିଧା ବୁଝିଥିଲେ। ଡିଏମଏଫ ପକ୍ଷରୁ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଧୂମ୍ରବିହୀନ ଚୁଲା, ପ୍ରେସର କୁକର ମନ୍ତ୍ରୀଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା। ମୁକୁନା ଗ୍ରାମରେ ଛତୁଆ ପ୍ରସ୍ତୁତ କେନ୍ଦ୍ର ମନ୍ତ୍ରୀ ପରିଦର୍ଶନ କରି ନିରୀକ୍ଷଣ କରିଥିଲେ ା ଜିଲାପାଳ ଆଶୀଷ ଠାକରେ, ଜିଲା ସମାଜ ମଙ୍ଗଳ ଅଧିକାରୀ ମାନସୀ ରଥ, ପ୍ରୋଗ୍ରାମ ଅଫିସର ସତ୍ୟ ପ୍ରିୟଦର୍ଶିନୀ ସାହୁ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଦେବାଙ୍ଗନା ବାରିକ, ଯୁଗମ ସଚିବ ଗୀତାରାଣୀ ପଟ୍ଟନାୟକ, ବ୍ୟକ୍ତିଗତ ସଚିବ ପ୍ରମୋଦ କୁମାର ମିଶ୍ର ଉପସ୍ଥିତ ଥିଲେ ା ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଆଶୀଷ ଠାକରେ, ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, ବିଧାୟକ ମୋହନ ମାଝୀ, ମୀନାକ୍ଷୀ ମହାନ୍ତ, ଭାଗିରଥୀ ସେଠୀ, ଜଗନାଥ ନାଏକଙ୍କ ସମେତ ପିଡି ଉଦ୍ଧବ ଚନ୍ଦ୍ର ମାଝୀ, ଉପଜିଲାପାଳ ରାମଚନ୍ଦ୍ର କିସ୍କୁ, ଜିଲା ସମାଜ ମଙ୍ଗଳ ଅଧିକାରୀ ମାନସୀ ରଥ ଉପସ୍ଥିତ ଥିଲେ। ଏହି ଅବସରରେ ଡିଏମଏଫ ଅନୁଦାନ ଓ ସରକାରଙ୍କ ଅନୁଦାନରେ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରାଯାଇଥିଲା ପ୍ରତ୍ୟେକ ମାସ ୧ ତାରିଖରେ ହିତାଧିକାରୀଙ୍କୁ ଛତୁଆ ଯୋଗାଣ ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri