କେନ୍ଦୁଝର ଜିଲାରେ ଆଉ ୨ ପଜିଟିଭ୍‌ ଚିହ୍ନଟ

କେନ୍ଦୁଝର,୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଆଉ ୨ଜଣ କରୋନା ପଜିଟିଭ୍‌ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦୁଇ ଦିନରେ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ମଙ୍ଗଳବାର ଚିହ୍ନଟଙ୍କ ମଧ୍ୟରୁ ସହରପଡା ବ୍ଲକ ଅଞ୍ଚଳର ଜଣେ ଓ ହରିଚନ୍ଦନପୁର ବ୍ଲକ ଅଞ୍ଚଳରେ ଜଣେ ଅଛନ୍ତି। ଉକ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଚିହ୍ନଟମାନଙ୍କୁ କେନ୍ଦୁଝରସ୍ଥିତ କୋଭିଡ-୧୯ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଉଛି। ଅଦ୍ୟାବଧି ୨୨ ଜଣ ସୁସ୍ଥ ହୋଇଥିବା ବେଳେ ଅନ୍ୟମାନେ ଚିକିତ୍ସାଧୀନ ଅଛନ୍ତି।