କେନ୍ଦୁଝର ଜିଲା କଂଗ୍ରେସ ପକ୍ଷରୁ ଅମିତ ଶାହାଙ୍କ କୁଶପୁତ୍ତଳିକା ଦାହ

କେନ୍ଦୁଝର,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା କଂଗ୍ରେସ ପକ୍ଷରୁ ଶୁକ୍ରବାର ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଦେଶରେ ଅରାଜକତା ବୃଦ୍ଧି ପାଇ ଦେଖା ଦେଉଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଓ ଦିଲ୍ଲୀରେ ଘଟିଥିବା ଦଙ୍ଗାଜନିତ ହିଂସାକାଣ୍ଡ ପାଇଁ ଗୃହମନ୍ତ୍ରୀ ଅମିତ ଶାହା ଦାୟୀ। ତେଣୁ ତାଙ୍କ ଇସ୍ତଫା ଦାବିରେ ଜିଲା କଂଗ୍ରେସ ପକ୍ଷରୁ ଏହି ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଅବସରରେ ଅମିତ ଶାହାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି।