କେନ୍ଦୁପତ୍ର ତୋଳାଳିଙ୍କ ପ୍ରାପ୍ୟ ଦେଉନାହାନ୍ତି କ୍ରୟକାରୀ ସଂସ୍ଥା: ଲାଇସେନ୍ସ ରଦ୍ଦ ପାଇଁ ଡିଏଫ୍‌ଓଙ୍କ ଚିଠି

ଜୟପୁର,୨୪।୪(ଡି.ଏନ୍‌.ଏ.) – ମାଲକାନଗିରି ଓ କୋରାପୁଟ ଜିଲାରେ ୨୦୧୮ରେ ତୋଳାଳିଙ୍କଠାରୁ କେନ୍ଦୁପତ୍ର କିଣିଛନ୍ତି ଘୋରଇ ସଂସ୍ଥା। କିନ୍ତୁ କିଛି ସଂସ୍ଥା ତୋଳାଳିଙ୍କୁ ପ୍ରାପ୍ୟ ଦେଇନାହାନ୍ତି। କେତେକ ଗ୍ରାମର କେନ୍ଦୁପତ୍ର ତୋଳାଳି ଏ ନେଇ ଡିଏଫ୍‌ଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହାପରେ ଡିଏଫ୍‌ଓ ଲାଇସେନ୍ସ ଦେଉଥିବା ଡିପିଓମାନଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି ଯେ, ପ୍ରାପ୍ୟ ଦେଇ ନଥିବା ଉକ୍ତ ସଂସ୍ଥାଗୁଡ଼ିକର ଲାଇସେନ୍ସ ଖାରଜ କର। ୨୦୧୯ରେ ଗ୍ରାମବାସୀଙ୍କୁ ଠକିଥିବା ସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ କେନ୍ଦୁପତ୍ର କିଣିବା ପାଇଁ କରିଥିବା ଲାଇସେନ୍ସ ଆବେଦନ ଖାରଜ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

କୋରାପୁଟ ଓ ମାଲକାନଗିରି ଜିଲାର ତୋଳାଳିଙ୍କଠାରୁ କେନ୍ଦୁପତ୍ର ସରକାରଙ୍କ ସମେତ ଅନ୍ୟ ଘରୋଇ ସଂସ୍ଥା କିଣିଥାନ୍ତି। ସରକାରୀ ଧାର୍ଯ୍ୟ ଦର ହେଉଛି ବିଡା ପିଛା (୪୦ଟି ପତ୍ର) ୨ ଟଙ୍କା। କିଣାଯିବା ପରେ ପ୍ରାପ୍ୟ ସେମାନଙ୍କ ବ୍ୟାଙ୍କଖାତାରେ ଜମା ହୋଇଥାଏ ା କିନ୍ତୁ କିଛି ଘରୋଇ ସଂସ୍ଥା ବିଡ଼ା ପିଛା ୩ରୁ ୩ଟଙ୍କା ୫୦ ପଇସାର ଲାଳସା ଦେଖାଇ ପତ୍ର କିଣୁଛନ୍ତି। ଅଧିକ ଟଙ୍କା ଓ ତୁରନ୍ତ ପ୍ରାପ୍ୟ ମିଳିବା ଆଶାରେ ତୋଳାଳିମାନେ ଘରୋଇ କ୍ରୟକାରୀ ସଂସ୍ଥା ପ୍ରତି ଆକୃଷ୍ଟ ହେଉଛନ୍ତି। କିନ୍ତୁ ସେହି ସଂସ୍ଥା ଏବେ ପ୍ରାପ୍ୟ ନ ଦେଇ ପତ୍ର ଧରି ଚମ୍ପଟ ମାରିଛନ୍ତି। ବିଭାଗର କିଛି ଅବସରପ୍ରାପ୍ତ କର୍ମଚାରୀ ଟଙ୍କା ଲୋଭରେ ଏଭଳି ଘରୋଇ ସଂସ୍ଥାଙ୍କୁ ସହଯୋଗ କରୁଛନ୍ତି ା ତୁରନ୍ତ ଏନେଇ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି। କେନ୍ଦୁପତ୍ର ବିଭାଗର ଡିଏଫ୍‌ଓ ଓ୍ବାଇ.ଜେଡ୍‌. ଖାନ କହିଛନ୍ତି, ମାଲକାନଗିରି ଜିଲାରୁ ଏହିପରି ଅଧିକ ଅଭିଯୋଗ ରହିଛି ା ଏନେଇ ଡିପିଓମାନଙ୍କୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

୨୦ ବର୍ଷରେ ପାଦ ଥାପିବ ଟାଉନ ଦୁର୍ଗାପୂଜା କମିଟି, ବଂଶଧାରା ନଦୀତଟରେ ପୂଜାର୍ଚ୍ଚନା

ଗୁଡ଼ାରି,୧୯ା୯(ପ୍ରମୋଦ କୁମାର ପତି): ପବିତ୍ର ରାଧାଷ୍ଟମୀ ଅବସରରେ ଶନିବାର ଗୁଡ଼ାରି ଟାଉନ ଦୁର୍ଗାପୂଜା କମିଟି ପକ୍ଷରୁ ଦୁର୍ଗାପୂଜା ନିମନ୍ତେ ମୃତ୍ତିକା ପୂଜା ଅନୁଷ୍ଠିତ ହୋଇଯାଇଛି। ପବିତ୍ର ବଂଶଧାରା…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?