କେନ୍ଦୁପତ୍ର ଫଡ଼ିରେ ନିୟମକୁ ଫୁ: ଶିଶୁ ଶ୍ରମିକ ନିୟୋଜିତ କରି ଅର୍ଥ ଆତ୍ମସାତ ମସୁଧା

ବାଲିଗୁଡ଼ା,୪ା୬(ଡି.ଏନ୍‌.ଏ.)-ସରକାରଙ୍କ ନିର୍ଦ୍ଦେଶକୁ ଫୁ କରି ବାଲିଗୁଡ଼ା ବ୍ଲକର ବିଭିନ୍ନ ସ୍ଥାନରେ ଶିଶୁ ଶ୍ରମିକ ନିୟୋଜନ ଚାଲିଛି। କୋମଳମତି ପାଠ ପଢ଼ୁଆ ପିଲାଙ୍କୁ ଟଙ୍କା ଲୋଭ ଦେଖାଇ କାମରେ ନିୟୋଜିତ କରାଯାଉଛି। ପ୍ରଶାସନ ଆଢ଼ୁଆଳରେ ଏଭଳି କାମ ଚାଲିଛି। କିଛି ଦିନ ତଳେ ବାରଖମା ପଞ୍ଚାୟତ ବିରାଗୁଡ଼ା ଏବଂ ଲଣ୍ଡାଗଁା ପଞ୍ଚାୟତ ଘୋଡ଼ାବାଲି କେନ୍ଦୁପତ୍ର ଫଡ଼ିରେ ଶିଶୁ ଶ୍ରମିକ ନିୟୋଜିତ ହୋଇଥିବା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ପୁଣି ଏଭଳି ଏକ ଘଟଣା ସାମନାକୁ ଆସିଛି। ବ୍ଲକ ଅନ୍ତର୍ଗତ ଲଣ୍ଡାଗଁା ପଞ୍ଚାୟତ ଚାଙ୍ଗୁରବାଲି କେନ୍ଦୁପତ୍ର ଫଡ଼ିରେ ଅଞ୍ଚଳର ପାଠ ପଢ଼ୁଆ ଛୋଟ ପିଲାଙ୍କୁ କାମରେ ନିୟୋଜିତ କରାଯାଇଛି। ପିଲାଙ୍କୁ ପାରିଶ୍ରମିକ ବାବଦ ଦୈନିକ ୫୦ରୁ ୧୦୦ଟଙ୍କା ପର୍ଯ୍ୟନ୍ତ ଦେଇ ଅର୍ଥ ଆତ୍ମସାତ କରିବାକୁ ପ୍ରୟାସ ଚଳାଇଛନ୍ତିି ଜଣେ ସରକାରୀ ବାବୁ । ବାରମ୍ବାର ଏଭଳି ଘଟଣା ସାମନାକୁ ଆସୁଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ସମଗ୍ର ଅଞ୍ଚଳରେ ଏହା ଆଲୋଚ୍ୟର ବିଷୟ ହୋଇଛି। ଏ ସମ୍ପର୍କରେ କେନ୍ଦୁପତ୍ର ବିଭାଗର ବାଲିଗୁଡ଼ା ରେଞ୍ଜରଙ୍କ ପ୍ରତିକ୍ରିୟା ନେବା ପାଇଁ ବାରମ୍ବାର ଚେଷ୍ଟା କରାଯାଇଥିଲେ ମଧ୍ୟ ଯୋଗାଯୋଗ ସମ୍ଭବ ହୋଇ ନ ଥିଲା। ଅନ୍ୟପକ୍ଷରେ ଫଡ଼ି କାର୍ଯ୍ୟର ଦାୟିତ୍ୱରେ ଥିବା ମୁନ୍‌ସି ବିଶ୍ୱାମିତ୍ର ପାତ୍ର କହିଛନ୍ତି, ପିଲାମାନେ ଏଠାରେ ଖୁସିରେ ଆସି କାମ କରିଯାଉଛନ୍ତି। ଚାଇଲ୍ଡ ଲାଇନ୍‌ର କନ୍ଧମାଳ ନିର୍ଦ୍ଦେଶକ ରବୀନ୍ଦ୍ର କୁମାର ପଣ୍ଡାଙ୍କୁ ପଚାରିବାରୁ ସେ ଏଭଳି ଘଟଣାକୁ ତୀବ୍ର ନିନ୍ଦା କରିବା ସହ ଏହାର ତଦନ୍ତ କରି ପ୍ରଶାସନକୁ ଅବଗତ କରାଇବେ ବୋଲି କହିଥିଲେ। ପ୍ରଶାସନ ଏଥିପ୍ରତି ତୁରନ୍ତ ଦୃଷ୍ଟି ଦେଇ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri