କେନ୍ଦ୍ରକୁ ଓଡ଼ିଶାର ଅନୁରୋଧ ;ଏଫ୍‌ସିଆରଏ ମଞ୍ଜୁରୀ ତ୍ୱରାନ୍ବିତ କର

ନୂଆଦିଲ୍ଲୀ,୧୪-୫: ବାତ୍ୟା ଫନୀ ଯୋଗୁ ଓଡ଼ିଶାର ନାହିଁ ନ ଥିବା କ୍ଷତି ହୋଇଛି। ରାଜ୍ୟରେ ଥଇଥାନ ଓ ପୁନରୁଦ୍ଧାର ଲାଗି ଦେଶର ବିଭିନ୍ନ ପ୍ରାନ୍ତରରୁ ସହାୟତା ମିଳିବାରେ ଲାଗିଛି। ତେବେ ବିଦେଶୀ ସହାୟତା ପାଇବା ଲାଗି ଫରେନ୍‌ କଣ୍ଟ୍ରିବ୍ୟୁଶନ ରେଗୁଲେଶନ ଆକ୍ଟ(ଏଫ୍‌ସିଆର୍‌ଏ) ଅନୁଯାୟୀ ଅନୁମତି ତ୍ୱରାନ୍ବିତ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି।

ନୂଆଦିଲ୍ଲୀସ୍ଥିତ ରେସିଡେଣ୍ଟ କମିଶନର ସଞ୍ଜୀବ କୁମାର ମିଶ୍ର କହିଛନ୍ତି ଯେ, ଓଡ଼ିଶାର ପୁନରୁଦ୍ଧାର କାର୍ଯ୍ୟରେ ସହାୟତା ଲାଗି ବିଦେଶରେ ଥିବା ଓଡ଼ିଆଙ୍କ ପକ୍ଷରୁ ପ୍ରସ୍ତାବ ଆସୁଛି। ସେମାନେ ଏ ସମ୍ପର୍କରେ ପଚାରି ବୁଝୁଛନ୍ତି। କିନ୍ତୁ ଏଥିପାଇଁ ଉକ୍ତ ଆଇନ ବାଧକ ସାଜିଛି। ତାଙ୍କର କହିବାନୁଯାୟୀ, ଏଫ୍‌ସିଆର୍‌ଏ ଅନୁମୋଦନ ପ୍ରଦାନ ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସାଧାରଣତଃ ୨ ମାସରୁ ଅଧିକ ସମୟ ନେଇଥାଏ। କିନ୍ତୁ ଓଡ଼ିଶା ପାଇଁ ୨ରୁ ୩ଦିନ ମଧ୍ୟରେ ଅନୁମୋଦନ ମିଳିଯିବ ବୋଲି ଆଶା କରାଯାଉଛି। ସୂଚନାଥାଉ କି, ରାଷ୍ଟ୍ରହିତରେ ଉକ୍ତ ଆଇନ ଲାଗୁ କରାଯାଇଛି। ଫଳରେ ବିଦେଶରୁ କୌଣସି ବ୍ୟକ୍ତି, ସଂଗଠନ, କମ୍ପାନୀ ଦେଶକୁ ସିଧାସଳଖ ଅର୍ଥ ପଠାଇପାରିବେ ନାହିଁ। ଏଥିଲାଗି ଉକ୍ତ ମନ୍ତ୍ରଣାଳୟର ପ୍ରାକ୍‌ ମଞ୍ଜୁରୀ ନେବାକୁ ପଡିଥାଏ। ରେଡିଡେଣ୍ଟ କମିଶନର ମିଶ୍ର କହିଛନ୍ତି ଯେ, ବାତ୍ୟା ଫନୀ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ରାଜ୍ୟର ସଡ଼କ ତଥା ଭିତ୍ତିଭୂମିର ନିର୍ମାଣ ଲାଗି କମ୍ପାନୀ ସାମାଜିକ ଦାୟିତ୍ୱବୋଧ(ସିଏସ୍‌ଆର୍‌) ଅଧୀନରେ ଆସୁଥିବା ଅର୍ଥକୁ ସିଧାସଳଖ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ନିକଟକୁ କେନ୍ଦ୍ର ସରକାର ପଠାନ୍ତୁ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟକୁ ଅନୁରୋଧ କରାଯାଇଛି। ଇତିମଧ୍ୟରେ ନୂଆଦିଲ୍ଲୀରୁ ୭୦ ଟନ୍‌ ଔଷଧ ଓଡ଼ିଶାକୁ ପଠାଯାଇଛି ଏବଂ ଆଗାମୀ ଦିନରେ ଆହୁରି ପଠାଯିବ ବୋଲି ସେ କହିଛନ୍ତି। ସେ କହିଛନ୍ତି, ନ୍ୟାଶନାଲ କ୍ରାଇସିସ୍‌ ମ୍ୟାନେଜମେଣ୍ଟ କମିଟିର ୧୦ ଥର ବୈଠକ ବସିଥିବା ବେଳେ ରାଜ୍ୟର ବରିଷ୍ଠ ଅଧିକାରୀମାନେ ଏଥିରେ ଯୋଗ ଦେଇ ଆସୁଛନ୍ତି। ସେମାନେ କେନ୍ଦ୍ର ସରକାରଙ୍କ ଅଧୀନ ସମସ୍ତ ବିଭାଗ ସହ ନିରନ୍ତର ସମ୍ପର୍କରେ ରହିଛନ୍ତି ବୋଲି ମିଶ୍ର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri