କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ପାଇପ ଯୋଗେ ପ୍ରାକୃତିକ ଗ୍ୟାସ୍‌ ଯୋଗାଣର ଶୁଭାରମ୍ଭ: ଝାଡ଼ଖଣ୍ଡବାସୀଙ୍କ ଗ୍ୟାସ୍‌ ପାଇବା ସ୍ବପ୍ନ ପୂରଣ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୪।୮(ବ୍ୟୁରୋ): ଝାଡଖଣ୍ଡରେ ପିଏନ୍‌ଜି ଏବଂ ସିଏନ୍‌ଜି ଗ୍ୟାସ ପାଇବାକୁ ଥିବା ଲୋକଙ୍କ ସ୍ବପ୍ନ ପୂରଣ ହୋଇଛି। ଝାଡଖଣ୍ଡର ରାଞ୍ଚିଠାରେ ଶୁକ୍ରବାର ଅନୁଷ୍ଠିତ ପିଏମ୍‌ ଉର୍ଜା ଗଙ୍ଗା ପ୍ରକଳ୍ପ ଅଧୀନରେ ପାଇପ ଯୋଗେ ପ୍ରାକୃତିକ ଗ୍ୟାସ୍‌ ଯୋଗାଣର ଶୁଭାରମ୍ଭ କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହା କହିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି ଯେ, ସ୍ବଚ୍ଛ ଇନ୍ଧନ ଯୋଗାଇବାରେ ଏହି ପାଇପ ଲାଇନ୍‌ ମହତ୍ତ୍ୱପୂର୍ଣ୍ଣ ଭୂମିକା ନେବ ଏବଂ ପୂର୍ବ ଭାରତର ବିକାଶରେ ସହାୟକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟିକୋଣରେ ପୂର୍ବ ଭାରତ ବିକାଶ ବିନା ଭାରତର ବିକାଶ ଅସମ୍ଭବ। ଏହା ସୁନିଶ୍ଚିତ କରୁଛି ବୋଲି ସେ କହିଛନ୍ତି।
ଧର୍ମେନ୍ଦ୍ର ଆହୁରି କହିଛନ୍ତି ଯେ, ରାଞ୍ଚିରେ ୩ ହଜାର ଘରକୁ ପାଇପ ଜରିଆରେ ଗ୍ୟାସ୍‌ ପହଞ୍ଚୁଛି ଏବଂ ଖୁବଶୀଘ୍ର ଅଧିକରୁ ଅଧିକ ଘରକୁ ପାଇପଲାଇନ ଜରିଆରେ ଗ୍ୟାସ୍‌ ପହଞ୍ଚାଯିବ। ଆଗାମୀ ଦିନରେ ୪ ହଜାର ୫୦୦ କୋଟି ଟଙ୍କା ବ୍ୟୟରେ ଝାଡଖଣ୍ଡର ୧୩ ଜିଲାରେ ପାଇପଲାଇନ ଜରିଆରେ ଗ୍ୟାସ ପହଞ୍ଚିବ। ସେହିଭଳି ଝାଡଖଣ୍ଡରେ ୨୫୦ ସିଏନ୍‌ଜି ଷ୍ଟେସନ୍‌ ଆରମ୍ଭ ହେବ ବୋଲି ଧର୍ମେନ୍ଦ୍ର ସୂଚନା ଦେଇଛନ୍ତି। ଦେଶରେ ୧୬ ହଜାର ୫୦୦ କିମିରୁ ଅଧିକ ଗ୍ୟାସ୍‌ ପାଇପଲାଇନ ନେଟୱର୍କ ରହିଛି। ଉର୍ଜା ଗଙ୍ଗାର ବିସ୍ତାର ପୂର୍ବ ଭାରତର ବିହାର, ଝାଡଖଣ୍ଡ, ଉତ୍ତରପ୍ରଦେଶ, ଓଡିଶା ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟ ପର୍ଯ୍ୟନ୍ତ ହେବ। ୧୩ ହଜାର କୋଟି ଟଙ୍କା ପୁଞ୍ଜି ନିବେଶ କରି ୨୬୫୦ କିମିର ଗ୍ୟାସ୍‌ ଗ୍ରୀଡ୍‌ ନେଟୱର୍କ ପ୍ରସ୍ତୁତ କରାଯିବ। ସେଥିରୁ ୫୭୦ କିମିର ନେଟୱର୍କ ଝାଡଖଣ୍ଡର ଭିନ୍ନ ଭିନ୍ନ ଜିଲାକୁ ଗତି କରିବ। ପ୍ରାକୃତିକ ପାଇପ୍‌ ଲାଇନ ଗ୍ୟାସ ମାଧ୍ୟମରେ ସ୍ବଚ୍ଛ ଇନ୍ଧନ ଯୋଗାଣ ଫଳରେ ଝାଡଖଣ୍ଡବାସୀ ଲାଭବାନ ହୋଇପାରିବେ। ଏହି ପରିବେଶ ସହଯୋଗୀ ଇନ୍ଧନ ରାଞ୍ଚିରେ ଗ୍ୟାସ ଆଧାରିତ ଉଦ୍ୟୋଗ ସମୂହ ନିର୍ମାଣ କରିବାରେ ସାହାଯ୍ୟ କରିବା ସହ ଯୁବକଙ୍କୁ ରୋଜଗାର ମିଳିବ ଏବଂ ପରିବେଶ ପ୍ରଦୂଷଣକୁ ହ୍ରାସ କରିବ। ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ନେତୃତ୍ୱରେ ଝାଡଖଣ୍ଡର ବିକାଶରେ ଏକ ନୂଆ ସକାଳର ଆରମ୍ଭ ହେବ। ଦେଶର ଶିଳ୍ପ ଏବଂ ଅର୍ଥନୈତିକ ବିକାଶ କ୍ଷେତ୍ରରେ ରାଜ୍ୟକୁ ଇଞ୍ଜିନଭାବେ ପ୍ରତିଷ୍ଠା କରିବା ନେଇ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଧର୍ମେନ୍ଦ୍ର କହିଛନ୍ତି। ଏଭଳି କାର୍ଯ୍ୟକ୍ରମ ପାଇଁ ଝାଡଖଣ୍ଡ ଏବଂ ରାଞ୍ଚିର ଲୋକଙ୍କୁ ଅଭିନନ୍ଦନ ଜଣାଇବା ସହ ଆଗାମୀ ଦିନରେ ସିଜିଡି ନେଟୱର୍କର ପ୍ରସାର ଲୋକଙ୍କ ଜୀବନଶୈଳୀରେ ଅଦ୍ଭୂତପୂର୍ବ ପରିବର୍ତ୍ତନ କରିବ ବୋଲି ଧର୍ମେନ୍ଦ୍ର କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ରଘୁବର ଦାସ ଏବଂ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri