କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କଲା ପାଇକ ସଙ୍ଗଠନ

ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ପୂର୍ବ ଭାରତ ସମୃଦ୍ଧ ହେଲେ ଭାରତ ସମୃଦ୍ଧ ହେବ। ହେଲେ ଓଡିଶାର ନେତୃତ୍ୱ ବିନା ପୂର୍ବ ଭାରତ ସମୃଦ୍ଧଶାଳୀ ହୋଇପାରିବ ନାହିଁ। ପୂର୍ବରୁ ଯେମିତି କଳିଙ୍ଗ ଯୁଦ୍ଧ ଓ ପାଇକ ବିଦ୍ରୋହର ନେତୃତ୍ୱ ଓଡ଼ିଶା ନେଇଥିଲା, ଏବେ ସମୃଦ୍ଧ ଭାରତ ଗଠନ ପାଇଁ ଓଡ଼ିଶାକୁ ସେହିପରି ନେତୃତ୍ୱ ନେବାକୁ ପଡ଼ିବ। ଏକବିଂଶ ଶତାବ୍ଦୀରେ ଭାରତବର୍ଷର ଅର୍ଥନୀତିକୁ ନେତୃତ୍ୱ ନେବାର ଦାୟିତ୍ୱ ଓଡିଶାର ଅଛି। ତେଣୁ ଓଡ଼ିଶାକୁ ଏକ ସମୃଦ୍ଧଶାଳୀ ରାଜ୍ୟ ଭାବେ ତିଆରି କରିବାକୁ ପଡ଼ିିବ। ଯାହାପାଇଁ ଆମ ସମସ୍ତଙ୍କୁ ଏକାଠି ହେବାକୁ ପଡ଼ିିବ ବୋଲି ଶୁକ୍ରବାର ସୂଚନା ଭବନରେ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା ସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ଏହା କହିଛନ୍ତି।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଥିଲେ, ଭାରତରେ ବ୍ରିଟିଶମାନଙ୍କ ବିରୋଧରେ ପାଇକ ଜାତି ପ୍ରଥମେ ଲଢେଇ କରିଥିଲା। ବିଭିନ୍ନ ସ୍ଥାନରେ ଏ ନେଇ ପାଇକ ବିଦ୍ରୋହର ୨ଶହ ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରାଯାଉଛି। ପାଇକମାନଙ୍କର ଆମ ଜାତି ପ୍ରତି ସ୍ବତନ୍ତ୍ର ଅବଦାନ ରହିଛି। ଏବେ ଓଡ଼ିଶାର ସ୍ବାର୍ଥ ତଥା ଓଡ଼ିିଆ ଲୋକଙ୍କ ହକ୍‌ ପାଇଁ କେନ୍ଦ୍ର ଓ ରାଜ୍ୟ ଉଭୟ ମିଳିତ ଭାବେ କାମ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।
ପୂର୍ବରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମାତ୍ର ୨୫ ଲକ୍ଷ ଘର ଥିବାବେଳେ ଗତ ୫ବର୍ଷରେ ଏହାର ସଂଖ୍ୟା ୨କୋଟିରୁ ଊର୍ଦ୍ଧ୍ୱ ଛୁଇଁଛି। ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାରେ ଏଲପିଜି ଗ୍ରାହକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଅଧାରୁ ଅଧିକ ଘରେ ବିଦ୍ୟୁତ ସଂଯୋଗ ହୋଇଛି। ରାଜ୍ୟରେ ଲିଙ୍ଗରାଜ ମନ୍ଦିର, ପୁରୀ ଶ୍ରୀମନ୍ଦିର, କୋଣାର୍କ ଭଳି ଭବ୍ୟ ସଂସ୍କୃତିର କେନ୍ଦ୍ର ଏବଂ ଅନ୍ୟାନ୍ୟ ସମ୍ବନ୍ଧିତ ଜିନିଷଗୁଡ଼ିକ କେବଳ ସାଂସ୍କୃତିକ ପ୍ରତିଛବି ନୁହେଁ ଏହା ପଛରେ ସମ୍ପନ୍ନତା ଓ ବଡ ଅର୍ଥନୀତି ପ୍ରତିଫଳିତ ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କୁ ପାଇକ ମହାସଂଘ ସମୂହ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମ ପ୍ରାରମ୍ଭରେ ପାଇକ ସଂଗଠନଗୁଡ଼ିକ ପକ୍ଷରୁ ସମରକଳା ପ୍ରଦର୍ଶନ କରାଯିବା ପରେ ଓଡ଼ିଶୀ ନୃତ୍ୟ ଶିଳ୍ପୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ପରେ ପରେ ଧାରାଶ୍ରୀ ଧାରା ପକ୍ଷରୁ ବଳଦେବ ମହାରଥାଙ୍କ ନେତୃତ୍ୱରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। କାର୍ଯ୍ୟକ୍ରମରେ ଭାଜପା ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ, ବିଶିଷ୍ଟ ଶିକ୍ଷାବିତ୍‌ ଅଧ୍ୟାପକ ବିଶ୍ୱରଞ୍ଜନ, ପ୍ରଫେସର ସୂର୍ଯ୍ୟ ମିଶ୍ର, ବରିଷ୍ଠ ଖବରଦାତା ପ୍ରଦ୍ୟୁମ୍ନ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri