କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ବୈଠକ: ଇସ୍ପାତ ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଦେଶରେ ଇସ୍ପାତ ଉତ୍ପାଦନ ବୃଦ୍ଧି ସମ୍ପର୍କିତ ଏକ ସମୀକ୍ଷା ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଇସ୍ପାତ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ, ଯୁଗ୍ମ ପ୍ଲାଣ୍ଟ କମିଟି ଏବଂ ସିଆର୍‌ଆଇଏସ୍‌ଆଇଏଲ୍‌ର ପ୍ରମୁଖ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ।
ଇସ୍ପାତ ଉତ୍ପାଦନ ଦିଗର ନୂତନ ପଦ୍ଧତି ଉଦ୍ଭାବନ ଉପରେ କେନ୍ଦ୍ରମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଇସ୍ପାତ ଆମଦାନୀ ହ୍ରାସ କରିବା ସହ ଭାରତକୁ କିପରି ଇସ୍ପାତ ରପ୍ତାନି ରାଷ୍ଟ୍ରରେ ପରିଣତ କରାଯିବ, ସେ ଦିଗରେ ଆଲୋଚନା କରିଥିଲେ। ଏହି ଅବସରରେ ଅଧିକାରୀମାନଙ୍କୁ ପରାମର୍ଶ ଦେଇ ଧର୍ମେନ୍ଦ୍ର କହିଥିଲେ ଯେ, ସାରା ବିଶ୍ୱରେ ଶିଳ୍ପବିପ୍ଳବ ୪.୦ ମଧ୍ୟଭାଗରେ ରହିଛି। ନୂଆ ବୈଷୟିକ ପଦ୍ଧତି ବ୍ୟବହାର ଓ ବିଚାର ଦ୍ୱାରା ଆଗାମୀ ଦିନରେ ଭାରତକୁ ବିଶ୍ୱରେ ଇସ୍ପାତ ନେତୃତ୍ୱ ନେଇପାରିବା ଭଳି ଶିଳ୍ପ ଶକ୍ତିଭାବେ ଗଢ଼ିତୋଳିବା ଉପରେ କେନ୍ଦ୍ରମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଜାତୀୟ ଇସ୍ପାତ ନୀତି-୨୦୧୭ ରିପୋର୍ଟ ଅନୁଯାୟୀ, ଦେଶର ମୁଣ୍ଡ ପିଛା ଇସ୍ପାତ ବ୍ୟବହାର ବିଶ୍ୱ ହାରାହାରି ୨୦୮ ଗ୍ରାମ୍‌ ତୁଳନାରେ ମାତ୍ର ୬୨ ଗ୍ରାମ୍‌ ରହିଛି। ଏହି ଚାହିଦା ଦ୍ରୁତ ବୃଦ୍ଧିର ସମ୍ଭାବନା ପରିପ୍ରେକ୍ଷୀରେ ଇସ୍ପାତ ଉତ୍ପାଦନ କ୍ଷମତା ବୃଦ୍ଧି ମଧ୍ୟ ଜରୁରୀ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri