କେନ୍ଦ୍ରଶାସିତ ଅଞ୍ଚଳ ଗଠନ ବେଆଇନ: ଚାଇନା,ଭାରତ କହିଲା ମୁଣ୍ଡ ଖେଳାଅନି

ବେଜିଂ/ନୂଆଦିଲ୍ଲୀ,୧।୧୧(ପି.ଟି.):ଜମ୍ମୁ-କଶ୍ମୀରକୁ ଦୁଇଭାଗ କରାଯାଇ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ କରିବା ବେଆଇନ ବୋଲି ଗୁରୁବାର ଚାଇନା କହିଛି। ଚାଇନାର କେତେକ ଅଞ୍ଚଳକୁ ନିଜ ପ୍ରଶାସନିକ ସୀମାଭୁକ୍ତ କରିବା ଲାଗି ଭାରତ ନିଷ୍ପତ୍ତି ନେଇଥିବାରୁ ଏହା ବେଜିଂର ସାର୍ବଭୌମତ୍ୱକୁ ଚ୍ୟାଲେଞ୍ଜ କରିଛି ବୋଲି ଏହାର ବହିର୍ବ୍ୟାପାର ବିଭାଗ ମୁଖପାତ୍ର ଗେଙ୍ଗ୍‌ ଶୁଆଙ୍ଗ ଗଣମାଧ୍ୟମକୁ କହିଛନ୍ତି। ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରିବା ଲାଗି ଭାରତର ଅଗଷ୍ଟ ୫ ନିଷ୍ପତ୍ତିକୁ ଚାଇନା ପୂର୍ବରୁ ବିରୋଧ କରିଥିଲା। ଭାରତ ଏକପାଖିଆ ଭାବେ ଏହାର ଘରୋଇ ଆଇନ ପରିବର୍ତ୍ତନ କରିବା ସହ ପ୍ରଶାସନିକ ବିଭାଜନ କରିଥିବାରୁ ଏହା ଚାଇନା ସାର୍ବଭୌମତ୍ୱ ବିରୋଧରେ ଯାଇଛି। ଏହା ବେଆଇନ ହୋଇଥିବାରୁ କୌଣସି ପ୍ରକାରେ କାର୍ଯ୍ୟକାରୀ ହୋଇପାରିବ ନାହିଁ ଏବଂ ଚାଇନାର ପ୍ରକୃତ ନିୟନ୍ତ୍ରଣରେ ଥିବା ଅଞ୍ଚଳକୁ ବଦଳାଯାଇପାରିବ ନାହିଁ ବୋଲି ଗେଙ୍ଗ୍‌ କହିଛନ୍ତି। ଚାଇନାର ଆଞ୍ଚଳିକ ସାର୍ବଭୌମତ୍ୱକୁ ସମ୍ମାନ ଦେବା ସହ ଚୁକ୍ତିନାମାକୁ ମାନିବା ଓ ସୀମାନ୍ତ ଅଞ୍ଚଳରେ ଶାନ୍ତି ଓ ସ୍ଥିରତା ବଜାୟ ରଖିବାକୁ ବେଜିଂ ନୂଆଦିଲ୍ଲୀକୁ ଆହ୍ବାନ ଦେଇଛି।
ଅନ୍ୟପକ୍ଷରେ ଚାଇନାର ଅଭିଯୋଗକୁ ଭାରତ ପକ୍ଷରୁ ଖଣ୍ଡନ କରାଯାଇଛି। ଜମ୍ମୁ-କଶ୍ମୀରର ପୁନର୍ଗଠନ ଭାରତର ସମ୍ପୂର୍ଣ୍ଣ ଆଭ୍ୟନ୍ତରୀଣ ବ୍ୟାପର ଏବଂ ଏହା ଉପରେ ଅନ୍ୟ ଦେଶର ମନ୍ତବ୍ୟ ଆଶା କରାଯାଏ ନାହିଁ ବୋଲି ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଜମ୍ମୁ-କଶ୍ମୀର ଓ ଲଦାଖ କେନ୍ଦ୍ରଶାସିତ ଅଞ୍ଚଳର ଏକ ବିସ୍ତୀର୍ଣ୍ଣ ଅଞ୍ଚଳକୁ ଚାଇନା ଅକ୍ତିଆର କରି ରଖିଥିବା ନୂଆଦିଲ୍ଲୀ କହିଛି। ତଥାକଥିତ ଚାଇନା-ପାକିସ୍ତାନୀ ସୀମା ରାଜିନାମା ୧୯୬୩ ଅନୁଯାୟୀ ଚାଇନା ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରୁ ମଧ୍ୟ କିଛି ଭାରତୀୟ ଅଞ୍ଚଳକୁ କବ୍‌ଜା କରି ରଖିଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରବୀଶ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri