Posted inଜାତୀୟ

କେନ୍ଦ୍ରଶାସିତ ଜମ୍ମୁ-କଶ୍ମୀରର ପ୍ରଥମ ଶୁକ୍ରବାର: ଜାମିଆ ମସ୍‌ଜିଦ୍‌ରେ ନମାଜ୍‌ ଉପରେ ଲାଗିଲା କଟକଣା

ଶ୍ରୀନଗର,୧।୧୧: ଜମ୍ମୁ-କଶ୍ମୀର ପାଇଁ ଶୁକ୍ରବାର ଥିଲା ଏକ ନୂଆ ସକାଳ। କାରଣ ଏହା ରାଜ୍ୟ ନୁହେଁ ବରଂ କେନ୍ଦ୍ରଶାସିତ ପ୍ରଦେଶ ଭାବେ ଆରମ୍ଭ କରିଛି ଇତିହାସ। ଅକ୍ଟୋବର ୩୧ରୁ ଲାଗୁ ହୋଇଥିବା ନୂଆ ନିୟମ ଅନୁସାରେ ନଭେମ୍ବର ୧ର ପ୍ରଥମ ଶୁକ୍ରବାର ଜମ୍ମୁ-କଶ୍ମୀର ପାଇଁ ଏକ ସ୍ବତନ୍ତ୍ର ଶୁକ୍ରବାର ବୋଲି କୁହାଯାଇଛି। ମୁସଲମାନମାନଙ୍କ ପାଇଁ ଶୁକ୍ରବାରର ବିଶେଷ ମହତ୍ତ୍ୱ ଥିବା ବେଳେ ଜମ୍ମୁ-କଶ୍ମୀରର ବିଭିନ୍ନ ସ୍ଥାନରେ ଜୁମେର ନମାଜ ପାଇଁ ପ୍ରସ୍ତୃତି ହୋଇଛି। କିନ୍ତୁ ଶ୍ରୀନଗର ପ୍ରସିଦ୍ଧ ଜାମିଆ ମସ୍‌ଜିଦ୍‌ରେ ଆଜି ବି ନମାଜ ପାଠ ପଢ଼ିବା ପାଇଁ ଅନୁମତି ଦିଆଯାଇନାହିଁ। ଜମ୍ମୁ-କଶ୍ମୀରରେ ଅଗଷ୍ଟ ୫ରୁ ଅନୁଚ୍ଛେଦ ୩୭୦ ହଟାଯିବା ପରଠାରୁ ଏବେ ପର୍ଯ୍ୟନ୍ତ ପ୍ରାୟ ୧୨ ଶୁକ୍ରବାର ହେବ ଏଠାରେ ନମାଜ ପଢାଯାଇ ନ ଥିବା ଜଣାପଡ଼ିଛି। ଆଜି ପୁଣି ଏଠାରେ ଲୋକଙ୍କୁ ଏକତ୍ରିତ ହେବା ଉପରେ କଟକଣା ଲଗାଯାଇଛି। ଅନ୍ୟପଟେ କେନ୍ଦ୍ରଶାସିତ ଅଞ୍ଚଳ ଲାଗୁ ହେବା ପରେ ସହରରେ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ବଢ଼ାଇ ଦିଆଯାଇଛି। ଏଥିସହ ଘାଟିର ବିଭିନ୍ନ ସ୍ଥାନରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri