ସୋର,୨୮।୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ କଲେଜ ଛକ ନିକଟରେ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ୟୁନିଟ୍-୨ ତରଫରୁ କୌଣସି ସୂତ୍ରରୁ ଖବର ପାଇ ଏକ କାର୍ ମଧ୍ୟରେ ଯାଉଥିବା ୪୦୦ ଲିଟରରୁ ଅଧିକ ଦେଶୀ ମଦ ଜବତ କରାଯିବା ସହ କାର୍ର ଡ୍ରାଇଭରକୁ ଗିରଫ କରାଯାଇଛି।
ପ୍ରକାଶ ଯେ, କେନ୍ଦ୍ରାଞ୍ଚଳ ବିଭାଗ ତରଫରୁ କୌଣସି ସୂତ୍ରରୁ ଖବରପାଇଖ ଆଇଆଇସି ଜଗଦିଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶକ୍ରମେ ୫ ଜଣିଆ ଟିମ୍ ଏହି ମଦ ବୋଝେଇ କାର୍କୁ ଜବତ କରିଛନ୍ତି। କାର୍ଟି ପୁରୁଣାବାଲେଶ୍ୱରରୁ ଭଦ୍ରକ ଅଭିମୁଖେ ଯାଉଥିଲା। କାର୍ ମଧ୍ୟରୁ ୪୦୦ ଲିଟରରୁ ଉର୍ଦ୍ଧ୍ୱ ମଦ ଜବତ କରାଯିବା ସହିତ ଡ୍ରାଇଭର ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଞ୍ଚଳର ସନ୍ତୋଷ ସୁତାରଙ୍କୁ ଗିରଫ କରାଯାଇଛି। ଏହି ଚଢ଼ାଉ ସମୟରେ ସବ୍ଇନ୍ସପେକ୍ଟର ଧନଞ୍ଜୟ ପାତ୍ର, ପ୍ରଦୀପ କୁମାର ବେହେରା, କିଶୋର ଚନ୍ଦ୍ର ରାଉତ, ବସନ୍ତ କୁମାର ମଲ୍ଲିକ, ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ଜଗନ୍ନାଥ ନାୟକ ପ୍ରମୁଖ ସାମିଲ ଥିଲେ।
Posted inଆମ ଜିଲା ଖବର, ବାଲେଶ୍ୱର View All
ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ
ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…
ରିସର୍ଟରେ ଲାଗିଲା ନିଆଁ: ହଠାତ୍ ପ୍ରଚଣ୍ଡ ଶବ୍ଦ ହେବାରୁ….
ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…
କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ
ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…
ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ
ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…
ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍ ଘଟିଲା…
ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…
ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର
ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…
ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…
ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…
୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…
ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

