କେନ୍ଦ୍ରାପଡ଼ାରେ ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା: ଏସ୍‌ପିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଓଏଚ୍‌ଆରସିରେ ଅଭିଯୋଗ

ଭୁବନେଶ୍ୱର,୨୦ା୭(ବ୍ୟୁରୋ): କେନ୍ଦ୍ରାପଡାରେ କାର୍ଯ୍ୟରତ ଜଣେ ଟିଭି ଖବରଦାତାଙ୍କୁ ଏସ୍‌ପି ନୀତି ଶେଖର ହାତ ଉଠାଇବା ସହ ଦୁର୍ବ୍ୟବହାର କରିଥିଲେ। ଏହି ଘଟଣାକୁ ନେଇ ରାଜ୍ୟବ୍ୟାପୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବାବେଳେ ଶୁକ୍ରବାର ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ରାଜ୍ୟ ମାନବାଧିକାର କମିଶନ(ଓଏଚଆରସି)ଙ୍କ ନିକଟରେ ଅଭିଯୋଗ ହୋଇଛିି। ସଂଗଠନ ସଭାପତି ସୁଶାନ୍ତ କୁମାର ପାଢ଼ୀ ଦେଇଥିବା ପିଟିଶନ୍‌ରେ ଉଲ୍ଲେଖ କରିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଖବରଦାତା ଜଣକ ଖବର ସଂଗ୍ରହ ପାଇଁ ଯାଇଥିଲେ। ସେ କୌଣସି ବିଶୃଙ୍ଖଳା କରି ନ ଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ଦେବା ଆଳରେ ଏସ୍‌ପି ତାଙ୍କୁ ଦୁର୍ବ୍ୟବହାର କରିଥିଲେ। ଗୋଟିଏ ହାତରେ ଖବରଦାତାଙ୍କ ଶାର୍ଟ କାଲର ଭିଡି ଅନ୍ୟ ହାତ ମାରିବା ପାଇଁ ଉଠାଇବା ଏସ୍‌ପିଙ୍କ ଗୁଣ୍ଡାରାଜର ପ୍ରମାଣ କରୁଛି। ତେଣୁ ରାଜ୍ୟରେ ଚତୁର୍ଥସ୍ତମ୍ବ ଗଣମାଧ୍ୟମ ମଧ୍ୟ ସୁରକ୍ଷିତ ନାହିଁ। ଗଣତନ୍ତ୍ର ବଦଳରେ ପୋଲିସତନ୍ତ୍ର ଚାଲିଛି। ଏହାଦ୍ୱାରା ଖବରଦାତାଙ୍କ ମାନବିକ ଅଧିକାର ଉଲ୍ଲଂଘନ ହୋଇଛି। ତେଣୁ ଏସ୍‌ପିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗର ମୁଖ୍ୟ ଶାସନ ସଚିବ,ପୋଲିସ ଡିଜି ଓ କେନ୍ଦ୍ରାପଡା ଜିଲାପାଳଙ୍କୁ ତଦନ୍ତ ନିର୍ଦ୍ଦେଶ ଦେବା ପାଇଁ କମିଶନରଙ୍କୁ ପାଢୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri