କେନ୍ଦ୍ରାପଡ଼ାରେ ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା: ଏସ୍‌ପିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଓଏଚ୍‌ଆରସିରେ ଅଭିଯୋଗ

ଭୁବନେଶ୍ୱର,୨୦ା୭(ବ୍ୟୁରୋ): କେନ୍ଦ୍ରାପଡାରେ କାର୍ଯ୍ୟରତ ଜଣେ ଟିଭି ଖବରଦାତାଙ୍କୁ ଏସ୍‌ପି ନୀତି ଶେଖର ହାତ ଉଠାଇବା ସହ ଦୁର୍ବ୍ୟବହାର କରିଥିଲେ। ଏହି ଘଟଣାକୁ ନେଇ ରାଜ୍ୟବ୍ୟାପୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବାବେଳେ ଶୁକ୍ରବାର ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ରାଜ୍ୟ ମାନବାଧିକାର କମିଶନ(ଓଏଚଆରସି)ଙ୍କ ନିକଟରେ ଅଭିଯୋଗ ହୋଇଛିି। ସଂଗଠନ ସଭାପତି ସୁଶାନ୍ତ କୁମାର ପାଢ଼ୀ ଦେଇଥିବା ପିଟିଶନ୍‌ରେ ଉଲ୍ଲେଖ କରିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଖବରଦାତା ଜଣକ ଖବର ସଂଗ୍ରହ ପାଇଁ ଯାଇଥିଲେ। ସେ କୌଣସି ବିଶୃଙ୍ଖଳା କରି ନ ଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସୁରକ୍ଷା ଦେବା ଆଳରେ ଏସ୍‌ପି ତାଙ୍କୁ ଦୁର୍ବ୍ୟବହାର କରିଥିଲେ। ଗୋଟିଏ ହାତରେ ଖବରଦାତାଙ୍କ ଶାର୍ଟ କାଲର ଭିଡି ଅନ୍ୟ ହାତ ମାରିବା ପାଇଁ ଉଠାଇବା ଏସ୍‌ପିଙ୍କ ଗୁଣ୍ଡାରାଜର ପ୍ରମାଣ କରୁଛି। ତେଣୁ ରାଜ୍ୟରେ ଚତୁର୍ଥସ୍ତମ୍ବ ଗଣମାଧ୍ୟମ ମଧ୍ୟ ସୁରକ୍ଷିତ ନାହିଁ। ଗଣତନ୍ତ୍ର ବଦଳରେ ପୋଲିସତନ୍ତ୍ର ଚାଲିଛି। ଏହାଦ୍ୱାରା ଖବରଦାତାଙ୍କ ମାନବିକ ଅଧିକାର ଉଲ୍ଲଂଘନ ହୋଇଛି। ତେଣୁ ଏସ୍‌ପିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗର ମୁଖ୍ୟ ଶାସନ ସଚିବ,ପୋଲିସ ଡିଜି ଓ କେନ୍ଦ୍ରାପଡା ଜିଲାପାଳଙ୍କୁ ତଦନ୍ତ ନିର୍ଦ୍ଦେଶ ଦେବା ପାଇଁ କମିଶନରଙ୍କୁ ପାଢୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri