କେନ୍ଦ୍ରାପଡ଼ାରେ ଦ୍ୱିତୀୟ କରୋନା ପଜିଟିଭ୍‌ ଚିହ୍ନଟ: ରାଜନଗର ଅଞ୍ଚଳର ଦୁଇ ଗ୍ରାମକୁ ସିଲ୍‌ କଲା ପ୍ରଶାସନ, ସଂଗରୋଧ ଗୃହରେ ଆକ୍ରାନ୍ତଙ୍କ ପରିବାରର ସଦସ୍ୟ

କେନ୍ଦ୍ରାପଡା ଅଫିସ/ ରାଜନଗର (ଡି.ଏନ୍‌.ଏ.), ୧୨।୪: କେନ୍ଦ୍ରାପଡା ଜିଲାର ଦ୍ୱିତୀୟ କରୋନା ପଜିଟିଭ୍‌ ଶନିବାର ଚିହ୍ନଟ ହୋଇଛନ୍ତି। ରାଜନଗର ଅଞ୍ଚଳର ଏହି ମହିଳାଙ୍କୁ ଜିଲା ପ୍ରଶାସନ ସହାୟତାରେ କଟକର କୋଭିଡ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠାଯାଇଛି। ଆକ୍ରାନ୍ତଙ୍କ ପରିବାର ସଦସ୍ୟଙ୍କ ରକ୍ତ, ସ୍ବାବ୍‌ ନମୁନା ସଂଗ୍ରହ କରାଯାଇଛି। ଏହି ସଂଗୃହିତ ନମୂନା ପରୀକ୍ଷା ପାଇଁ ପଠାଯିବା ସହିତ ପରିବାର ସଦସ୍ୟଙ୍କୁ ସଂଗରୋଧ ଗୃହରେ ରହିବା ପାଇଁ ପରାମର୍ଶ ଦିଆଯାଇଛି। ନମୁନା ପରୀକ୍ଷା ରିପୋର୍ଟ ଆସିବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ସେହିପରି ଶନିବାର ରାତିରେ ରାଜନଗର ଅଞ୍ଚଳର ନଳଢ଼ିଆ ସହ ଅନ୍ୟ ଏକ ପଡ଼ା ଗ୍ରାମକୁ ସିଲ୍‌ କରାଯାଇଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।

ଜିଲାପାଳ କହିଛନ୍ତି, ଆକ୍ରାନ୍ତଙ୍କ ସହିତ ପରିବାର ସଦସ୍ୟ ଗତ ମାର୍ଚ୍ଚ ୨୯ ତାରିଖରେ ବାହାର ରାଜ୍ୟରୁ ଫେରିଛନ୍ତି। ଘରକୁ ଆସିବା ପରେ ସଂପୃକ୍ତ ବ୍ୟକ୍ତି ଓ ପରିବାରବର୍ଗ ପଞ୍ଜିକରଣ ସହିତ ସଙ୍ଗରୋଧ ନିୟମ ପାଳନ କରିଥିଲେ। ବାହାରଲୋକଙ୍କ ସଂସ୍ପର୍ଶରେ ଆସି ନାହାନ୍ତି। ତେବେ ଗ୍ରାମକୁ ଫେରନ୍ତା ପଥର ସମସ୍ତ ବିବରଣୀକୁ ରେକର୍ଡ କରାଯାଉଛି। ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରା ଯାଇଥିବା ବେଳେ ପରିବାର ସଦସ୍ୟଙ୍କୁ ସଂଗରୋଧ ଗୃହରେ ରଖାଯାଇଛି। ସମ୍ପୃକ୍ତ ଗ୍ରାମଗୁଡିକୁ ଦମକଳବାହିନୀ ସହାୟତାରେ ଗତ ରାତିରୁ ବିଶୋଧିତ କରାଯାଉଛି। ଏଥିସହ ଗ୍ରାମ ମଧ୍ୟକୁ ପ୍ରବେଶ ଓ ପ୍ରସ୍ଥାନକୁ ସମ୍ପୂର୍ଣ୍ଣ ନିଷେଧ ହୋଇଛି। ଲୋକଙ୍କ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ନିମନ୍ତେ ଯୋଗାଣକାରୀଙ୍କୁ ନିଯୁକ୍ତ କରାଯାଇଛି। ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ସଂଗରୋଧରେ ରହିବା ପାଇଁ ପରାମର୍ଶ ଦିଆଯାଇଛି। ଆଗାମୀ ସମୟରେ ସମସ୍ତଙ୍କ ରକ୍ତ, ସ୍ବାବ ନମୁନା ସଂଗ୍ରହ ହେବ। ଏଥିସହିତ ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପ୍ରଶାସନିକ ବ୍ୟବସ୍ଥା ହେବ। ଆକ୍ରାନ୍ତ ମହିଳା ସଂଗରୋଧ ନିୟମ ପାଳନ କରିଥିବାରୁ ଭୟ ନ କରିବା ପାଇଁ ଜିଲାବାସୀଙ୍କୁ ଜିଲାପାଳ ବର୍ମା ଆହ୍ବାନ ଦେଇଛନ୍ତି ।

ସୂଚନାଯୋଗ୍ୟ, ଗତ ୬ ତାରିଖରେ ଜିଲାର ପ୍ରଥମ କରୋନା ପଜେଟିଭ ବ୍ୟକ୍ତି ଚିହ୍ନଟ ହୋଇଥିଲେ । ସେ ଦୁବାଇରୁ ଫେରିଥିଲେ ା ଆକ୍ରାନ୍ତ ବ୍ୟକ୍ତି ଅଦ୍ୟାବଧି କଟକସ୍ଥ କୋଭିଡ୍‌-୧୯ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri