କେନ୍ଦ୍ରାପଡ଼ାରେ ୪ ନୂଆ ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ଛୁଇଁଲା

କେନ୍ଦ୍ରାପଡା ଅଫିସ/ମାର୍ଶାଘାଇ/ମହାକାଳପଡା, ୧୬।୫(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୧୧ ତାରିଖ ସୁଦ୍ଧା ଜିଲାରେ ୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏକକାଳୀନ ୧୩ ଓ ଶନିବାର ୪ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଫଳରେ ଜିଲାରେ ବର୍ତ୍ତମାନ ସୁଦ୍ଧା ୨୬ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ତେବେ ସମସ୍ତ ଆକ୍ରାନ୍ତ ଜିଲାର ମାର୍ଶାଘାଇ ଓ ମହାକାଳପଡା ବ୍ଲକର ଦୁଇଟି ସଂଗରୋଧ କେନ୍ଦ୍ରରେ ରହୁଥିବା ଜଣାପଡ଼ିଛି। ସମସ୍ତ ଆକ୍ରାନ୍ତଙ୍କୁ କଟକ କୋଭିଡ ଚିକତ୍ସାଳୟକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି।

ମାର୍ଶାଘାଇ ବଏଜ ହାଇସ୍କୁଲର ଚିହ୍ନଟ ୩ ଆକ୍ରାନ୍ତ ବ୍ୟକ୍ତି ଗତ ୯ ତାରିଖରେ ଅହମ୍ମଦାବଦରୁ ବସ୍‌ ଯୋଗେ ଫେରିଥିଲେ। ସେହିପରି ମହାକାଳପଡା ବଡକୂଳ ପଞ୍ଚାୟତ ଆଶ୍ରମ ବାଲିକୁଦା ଉଚ୍ଚ ବିଦ୍ୟାପୀଠର ସଂକ୍ରମିତ ବ୍ୟକ୍ତି ସାଇକେଲ ଯୋଗେ ସୁରଟରୁ ଫେରିଥିଲେ। ଆକ୍ରାନ୍ତଙ୍କ ସ୍ବାବ ପରୀକ୍ଷା ପରେ କରୋନା ପଜିଟିଭ୍‌ ଥିବା ଜଣାପଡିଥିଲା। ଏହା ପରେ ଆକ୍ରାନ୍ତଙ୍କ ସହ ରହୁଥିବା ଅବଶିଷ୍ଟ ପ୍ରବାସୀଙ୍କ ସ୍ବାବ ପରୀକ୍ଷା ପାଇଁ ପଠା ଯାଇଥିବା ଜିଲାପାଳ ସମର୍ଥ ବର୍ମା କହିଛନ୍ତି। ସେ କହିଛନ୍ତି ଯେ, ଆକ୍ରାନ୍ତମାନେ ସୁରଟ ଓ ଅହମ୍ମଦାବାଦରୁ ଫେରି ସଂଗରୋଧ କେନ୍ଦ୍ରରେ ରହିଥିବାରୁ ଗୋଷ୍ଠି ସଂକ୍ରମଣ ଭୟ ନାହିଁ । ଏଥିପାଇଁ କଣ୍ଟେନମେଣ୍ଟ ଜୋନର ଆବଶ୍ୟକତା ନାହିଁ। ଏହି କେନ୍ଦ୍ରକୁ ବିଶୋଧନ କରାଯାଉଛି। ଏଥିସହ ପ୍ରବାସୀଙ୍କ ସ୍ବାବ ଟେଷ୍ଟ ପାଇଁ ନମୁନା ସଂଗ୍ରହ ପ୍ରକ୍ରୀୟାକୁ ତ୍ୱରାନ୍ବିତ କରାଯାଇଛି। ନିକଟ ସମ୍ପର୍କୀୟ ଓ ସ୍ଥାନୀୟ ଅଧିକାସୀଙ୍କୁ ଜିଲାସ୍ଥିତ ସଂଗରୋଧ କେନ୍ଦ୍ର ନିକଟକୁ ବାରଣ କରାଯାଇଛି ବୋଲି ଜିଲାପାଳ ବର୍ମା ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଏହି ଜିଲାର ଆଳି ଓ ରାଜନଗର ବ୍ଲକର ଦୁଇଜଣ ଲେଖାଏ କରୋନା ଆକ୍ରାନ୍ତ ହୋଇଥିବା ବେଳେ ଦୁଇ ବ୍ଲକର ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ସେହିପରି, ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ୫ ଜଣ, ରାଜକନିକାର ଜଣେ, କେନ୍ଦ୍ରାପଡାର ୪ ଓ ମହାକାଳପଡା ବ୍ଲକ ଅଞ୍ଚଳର ୮ କରୋନା ଆକ୍ରାନ୍ତ ବ୍ୟକ୍ତି ପୂର୍ବରୁ କଟକସ୍ଥିତ କୋଭିଡ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷରେ ଗତ ୪ ତାରିଖରୁ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ବିଭିନ୍ନ ରାଜ୍ୟରୁ ୭୭୩୬ ଜଣ ପ୍ରବାସୀ ଜିଲାକୁ ଫେରିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri