କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କରେ ଅନିୟମିତତା: ନିର୍ଦ୍ଦେଶ ଦେଲେ ରେଜିଷ୍ଟ୍ରାର

କେନ୍ଦ୍ରାପଡା ଅଫିସ, ୨୧।୯: କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ନିଯୁକ୍ତି ଓ ମୁଖ୍ୟ କାର୍ଯ୍ୟ ନିର୍ବାହୀଙ୍କ କାର୍ଯ୍ୟରେ ଅନିୟମିତତା ଦର୍ଶାଇ ସଭ୍ୟ ସ୍ମୃତିରଞ୍ଜନ ବେହେରା ଗତ ୭ ତାରିଖରେ ଭୁବନେଶ୍ୱରସ୍ଥିତ କୋଅପରେଟିଭ ସୋସାଇଟି ରେଜିଷ୍ଟ୍ରାରଙ୍କୁ ଚିଠି ଲେଖଥିଲେ। ତେବେ ଏହାର ତଦନ୍ତ ପାଇଁ ଜଏଣ୍ଟ ରେଜିଷ୍ଟ୍ରାର ଗତ ୧୬ ତାରିଖରେ ଚିଠି (ନଂ.-୨୦୦୬୦) କରିଛନ୍ତି। ଅଭିଯୋଗର ତଦନ୍ତ କରି ଆସନ୍ତା ୭ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ ପାଇଁ ଡେପୁଟି ରେଜିଷ୍ଟ୍ରାରଙ୍କୁ ଚିଠି ଯୋଗେ ନିର୍ଦ୍ଦେଶ ଦିଆଯାଇଛି। ସ୍ମୃତିରଞ୍ଜନଙ୍କ ଅଭିଯୋଗ ଅନୁଯାୟୀ, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଶିଲ କୁମାର ସାମଲ ମନମୁତାବକ କର୍ମଚାରୀ ନିଯୁକ୍ତ କରିଛନ୍ତି। ଯାହାସମବାୟ ସମିତି ନୀତି ନିୟମ ବହିର୍ଭୂତ। ନିଯୁକ୍ତ କର୍ମଚାରୀଙ୍କ ପରୀକ୍ଷା କରାଯାଇ ନଥିବା ବେଳେ ଏମାନେ ବ୍ୟାଙ୍କର ପୂର୍ବତନ ନିର୍ଦ୍ଦେଶକଙ୍କ ସମ୍ପର୍କୀୟ ବୋଲି ସୂଚନା ମିଳିଛି। ସେହିପରି ୨୦୧୩ରେ ସ୍ଥାନୀୟ ଅଞ୍ଚଳର ପ୍ରଭାସ ଚନ୍ଦ୍ର ମିଶ୍ରଙ୍କୁ ୬୫ ଲକ୍ଷ ଟଙ୍କା ଋଣ ଯୋଗାଇ ଦିଆଯାଇଥିବା ବେଳେ ଏଥିପାଇଁ ଯୋଗ୍ୟ ସିକ୍ୟୁରିଟି ରଖାଯାଇନାହିଁ। ପ୍ରଭାସଙ୍କ ଚେକ ବାଉନସ ହୋଇଥିବା ବେଳେ ଏ ନେଇ ମୁଖ୍ୟକାର୍ଯ୍ୟ ନିର୍ବାହୀ ଅଧିକାରୀ କୋର୍ଟରେ ମାମଲା ରୁଜୁ କରୁନାହାନ୍ତି। ସେହିପରି ୨୦୧୪ରେ ଏହି ଅଧିକାରୀ କେତେକ କାଗଜପତ୍ରରେ ଅନିୟମିତତା କରିଥିବା ସ୍ମୃତିରଞ୍ଜନ ଅଭିଯୋଗପତ୍ରରେ ଉଲ୍ଲେଖ କରିଛନ୍ତି। ବ୍ୟାଙ୍କ ଋଣ ପ୍ରଦାନ କ୍ଷେତ୍ରରେ ଦେବାଳିଆ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଏହି ଘଟଣାର ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ପାଇଁ ସ୍ମୃତିରଞ୍ଜନ ଉଲ୍ଲେଖ କରିଛନ୍ତି। ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ସାମଲଙ୍କୁ ପଚାରିବାରେ କର୍ମଚାରୀ ବ୍ୟାଙ୍କରେ କର୍ମଚାରୀ ନିଯୁକ୍ତି ହୋଇଛି। ମାତ୍ର ତଦନ୍ତ ନିର୍ଦ୍ଦେଶ ସମ୍ପର୍କରେ କିଛି ଜାଣିନାହାନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri