କେନ୍ଦ୍ରାପଡ଼ା ଜିଲା ଏବେ କରୋନା ହଟ୍‌ସ୍ପଟ୍‌: ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା

କେନ୍ଦ୍ରାପଡ଼ା ଅଫିସ, ୧ା୬: କେନ୍ଦ୍ରାପଡ଼ା ଜିଲା ଏବେ କରୋନା ହଟ୍‌ସ୍ପଟ୍‌ ପାଲଟିଛି । ଏପ୍ରିଲ ୭ରେ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଇତିମଧ୍ୟରେ ଏହା ୧୦୦ ଟପିଛି। ସୋମବାର ଘୋଷଣା ହୋଇଥିବା ରାଜ୍ୟର ୧୫୬ ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲାର ୫୦ଜଣ ଅଛନ୍ତି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରୁ ୧୩୯ରେ ପହଞ୍ଚତ୍ଛି । ନୂତନ ଚିହ୍ନଟଙ୍କ ମଧ୍ୟରେ ଗୁଜରାଟରୁ ୩୬, ଚେନ୍ନାଇରୁ ଜଣେ, ଦିଲ୍ଲୀରୁ ୩, ମୁମ୍ବାଇରୁ ୮, ଆନ୍ଧ୍ରପ୍ରଦେଶ ଓ ଉତ୍ତରପ୍ରଦେଶରୁ ଜଣେ ଲେଖାଏ କିଛି ଦିନ ପୂର୍ବେ ଜିଲାକୁ ଆସିଥିଲେ। ଏମାନଙ୍କୁ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଥିବା ବେଳେ ଚିହ୍ନଟଙ୍କ ମଧ୍ୟରୁ ୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଯାଇ ଘରେ ରହିଥିଲେ। କେନ୍ଦ୍ରାପଡ଼ା ବ୍ଲକ କଂସାର ଗ୍ରାମର ଚିହ୍ନଟ ଆକ୍ରାନ୍ତ ବ୍ୟକ୍ତି ବାହାରେ ଯାତାୟାତ କରିଥିବାରୁ ଏହି ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା କରାଯାଇଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତ ଚିହ୍ନଟ ଆକ୍ରାନ୍ତଙ୍କୁ ଛତାସ୍ଥିତ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷେ ସଙ୍ଗରୋଧ କେନ୍ଦ୍ରରେ ମାତ୍ର ୭ଦିନ ରଖାଯାଉଥିବାରୁ ସ୍ବାବ୍‌ ଟେଷ୍ଟ ହୋଇପାରୁ ନ ଥିବା ନେଇ କେନ୍ଦ୍ରରୁ ଫେରୁଥିବା ପ୍ରବାସୀମାନେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରୁଛନ୍ତି। ଡେରାବିଶ ବ୍ଲକର ଏକ ସଙ୍ଗରୋଧ କେନ୍ଦ୍ରରେ ରହିଥିବା ମହାକାଳପଡାର ଧର୍ମେଞ୍ଜୟ ପ୍ରଧାନ ଫୋନ ଯୋଗେ କହିଛନ୍ତି, ସ୍ବାବ୍‌ ଟେଷ୍ଟ ହୋଇପାରୁ ନ ଥିବାରୁ କରୋନା ଆକ୍ରାନ୍ତ କି ନୁହେଁ ସନ୍ଦେହରେ ଅଛନ୍ତି ା ନମୁନା ସଂଗ୍ରହ ଓ ରିପୋର୍ଟ ଆସିବା ପରେ ଅନ୍ତେବାସୀଙ୍କୁ ଛାଡିବା ପ୍ରସଙ୍ଗ ନେଇ ସଙ୍ଗରୋଧ କେନ୍ଦ୍ରର ସମସ୍ତ ଅନ୍ତେବାସୀ ଅନଶନରେ ବସିଛନ୍ତି। ଏ ସମ୍ପର୍କରେ ଜିଲାପାଳ ବର୍ମା କହିଛନ୍ତି, ଯେଉଁମାନଙ୍କର କରୋନା ଭୂତାଣୁ ସଂକ୍ରମଣ ନେଇ ଲକ୍ଷଣ ନାହିଁ, ସେମାନଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଘରକୁ ଯାଇ ସଙ୍ଗରୋଧ ନିୟମରେ ରହିବା ପାଇଁ ପରାମର୍ଶ ଦିଆଯାଇଛି। ସୂଚନାଯୋଗ୍ୟ, ଜିଲାରେ ଚିହ୍ନଟ ୧୩୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୯ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri