Posted inରାଜ୍ୟ

କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା: ଅପରେଶନ ବେଳେ ମହିଳାଙ୍କ ପେଟରେ ରହିଗଲା ଛୁଞ୍ଚି, ସୂତା

କେନ୍ଦ୍ରାପଡ଼ା ଅଫିସ,୧୭।୭: କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଡାକ୍ତରଙ୍କ ଅସାବଧାନତା ଯୋଗୁ ପ୍ରସବ ନିମନ୍ତେ ଆସିଥିବା ଜନୈକା ମହିଳାଙ୍କ ଅପରେଶନ ସମୟରେ ପେଟରେ ରହିଯାଇଥିଲା ଛୁଞ୍ଚି ଓ ସୂତା। ଯନ୍ତ୍ରଣା ହେବା ପରେ ପୁନର୍ବାର ଅପରେଶନ କରାଯାଇ ତାକୁ ବାହାର କରାଯାଇଛି।

ସୂଚନାନୁଯାୟୀ, ରାଜନଗର ଥାନା ଆଳି କୁମାରତଙ୍ଗା ଗ୍ରାମର ଗଦାଧର ଶର୍ମାଙ୍କ ସ୍ତ୍ରୀ ଅଞ୍ଜନା ଗତ ୧୪ ତାରିଖ ପୂର୍ବାହ୍ନ ୧୦ଟାରେ ପ୍ରସବ ନିମନ୍ତେ ଉକ୍ତ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଅପରେଶନ ପରେ ତାଙ୍କର ଏକ ଶିଶୁପୁତ୍ର ଜନ୍ମ ହୋଇଥିଲା। ମଙ୍ଗଳବାର ଡାକ୍ତରଖାନା ପକ୍ଷରୁ ତାଙ୍କୁ ଡିସ୍‌ଚାର୍ଜ କରାଯାଇଥିଲା। ହେଲେ ଘରକୁ ଯିବା ପରେ ଅଞ୍ଜନାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା। ଏଣୁ ତାଙ୍କୁ ପୁଣି ସେହି ରାତିରେ ଡାକ୍ତରଖାନା ଅଣାଯାଇଥିଲା। ସେଠାରେ ତାଙ୍କର ଅଲଟ୍ରାସାଉଣ୍ଡ କରାଯିବା ପରେ ପେଟରେ ଛୁଞ୍ଚି, ସୂତା ରହିଯାଇଥିବା ଦେଖିବାକୁ ମିଳିଥିଲା। ଫଳରେ ପୁନର୍ବାର ଅପରେଶନ କରାଯାଇ ଏହାକୁ କଢ଼ା ଯାଇଛି। ଘଟଣାକୁ ନେଇ ଅଞ୍ଜନାଙ୍କ ସ୍ବାମୀ ଗଦାଧର ସିଡିଏମ୍‌ଓ ଉର୍ମିଳା ମିଶ୍ରଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏ ନେଇ ପଚରାଯିବାରେ ସିଡିଏମ୍‌ଓ କହିଛନ୍ତି, ଏହାର ତଦନ୍ତ ହେବା ପରେ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri