କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବିକ୍ଷୋଭ

କେନ୍ଦୁଝର/ଚମ୍ପୁଆ,୨୨ା୫(ଡି.ଏନ୍‌.ଏ./ସ୍ବ.ପ୍ର./ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ଶ୍ରମ ସମୟକୁ ଦୈନିକ ୮ଘଣ୍ଟାରୁ ୧୨ ଘଣ୍ଟାକୁ ବୃଦ୍ଧି ନିଷ୍ପତ୍ତିକୁ ବିରୋଧ କରି ଏହା ଅଣସମ୍ବିଧାନିକ ଏବଂ ଶ୍ରମିକ ବିରୋଧୀ ନୀତି ବୋଲି ଅଭିଯୋଗ କରି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନଗୁଡ଼ିକର ମିଳିତ ମଞ୍ଚ ତରଫରୁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଶୁକ୍ରବାର ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସରକାର ତୁରନ୍ତ ଏହି ନିଷ୍ପତ୍ତିର ପୁନର୍ବିଚାର କରିବାକୁ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନଗୁଡ଼ିକର ମିଳିତ ମଞ୍ଚ ଦାବି ଉପସ୍ଥାପନ କରିଛି। ସେହିପରି ଚମ୍ପୁଆଠାରେ ଏଆଇଟିୟୁସି କାର୍ଯ୍ୟାଳୟଠାରେ ଜିଲା ସଭାପତି ବିଦ୍ୟାଧର ମହାନ୍ତଙ୍କ ନେତୃତ୍ୱରେ ବହୁ କର୍ମୀ ଏହି ପ୍ରତିବାଦ ଦିବସ ପାଳନ କରିଥିଲେ। ଏନେଇ ଦଳ ପକ୍ଷରୁ ୮ ଦଫା ସମ୍ବଳିତ ଦାବି ଉପସ୍ଥାପନ କରାଯାଇଛି। ଦାବିଗୁଡିକ ମଧ୍ୟରେ ଦାଦନ ଶ୍ରମିକମାନଙ୍କୁ ସୁରକ୍ଷା ଓ ଆର୍ଥିକ ସହାୟତା ଯୋଗାଇବା, ୧୨ ଘଣ୍ଟା ବଦଳରେ କାମ କରିବାର ସମୟ ୮ ଘଣ୍ଟା କରିବା, ଲକ୍‌ଡାଉନ୍‌ ସମୟରେ, ଟ୍ରାନ୍ସପୋର୍ଟ, ଉଠା ଦୋକାନୀ ଓ ସମସ୍ତ ଶ୍ରମଜୀବୀଙ୍କୁ ମୁଣ୍ଡ ପିଛା ୧୦ କେଜି ଚାଉଳ ଓ ୧୦ ହଜାର ଟଙ୍କା ସହାୟତା, ସ୍କୁଲ କଲେଜ ଓ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କର ଶିକ୍ଷା ଖର୍ଚ୍ଚ ସରକାର ବହନ କରିବା ଆଦି ଦାବି କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଜିଲା ସହସମ୍ପାଦକ ଅର୍ଜୁନ ଚରଣ ମହାନ୍ତ, ଏମ୍‌ଡି ବଦ୍ରୁ ଜାମା, ଗିରିଶ ଚନ୍ଦ୍ର ନାଏକ, ଭରଦ୍ୱାଜ ମହାନ୍ତ, ଗଣେଶ ନାଏକ ଓ ପ୍ରେମାନନ୍ଦ ନାଏକ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନ୍ୟପକ୍ଷେ ଅଲ୍‌ ଇଣ୍ଡିଆ କିଷାନ କ୍ଷେତ ମଜଦୁର ସଂଗଠନ ପକ୍ଷରୁ ୧୨ଦଫା ଦାବି ନେଇ ଜିଲାପାଳଙ୍କୁ ସ୍ମାରକପତ୍ର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri