ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୨୦୦୨ ବ୍ୟାଚ ଆଇଏଏସ୍ ଅଧିକାରୀ ତଥା ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ସ୍ବତନ୍ତ୍ର ସଚିବ ଏସ.ଏନ୍. ଗିରିଶ କେନ୍ଦ୍ରୀୟ ଡେପୁଟେଶନରେ ଯାଇଥିବା ସୂଚନା ମିଳିଛି। ସେହିପରି ୧୯୯୫ ବ୍ୟାଚ ଆଇଆରଏସ ଅଧିକାରୀ ସୋମନାଥ ହାଁସଦାଙ୍କୁ ଭୁବନେଶ୍ୱରରେ ନବରତ୍ନ କମ୍ପାନୀ ନାଲ୍କୋ ଚିଫ୍ ଭିଜିଲାନ୍ସ ଅଫିସର ଭାବେ ଅବସ୍ଥାପିତ କରାଯାଇଥିବା ଜଣାପଡିଛି। ଅନ୍ୟପଟେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ୧୫ ଦିନିଆ ଛୁଟିରେ ଯାଇଥିବା ଜଣାପଡ଼ିଛି। ବିଧାନସଭା ଚାଲିଥିବା ସମୟରେ ପାଢୀଙ୍କ ଛୁଟି ନେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ପାଢୀ ସୋମବାରଠାରୁ ଛୁଟିରେ ଯାଇଥିବା ବେଳେ ଅଗଷ୍ଟ ୫ତାରିଖରେ କାର୍ଯ୍ୟରେ ଯୋଗଦେବେ ବୋଲି କୁହାଯାଉଛି। ତାଙ୍କ ସ୍ଥାନରେ ଉନ୍ନୟନ କମିଶନର ଅସୀତ ତ୍ରିପାଠୀ ଅସ୍ଥାୟୀ ଭାବେ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ତୁଲାଇବେ। ସେହିପରି ୧୯୮୭ ବ୍ୟାଚର ଆଇଏଏସ୍ ରାଜେଶ ବର୍ମା କେନ୍ଦ୍ର କୃଷି ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ସଚିବ ପଦରେ ରହିଥିଲେ। ବର୍ମା ଯିବା ପରେ ତାଙ୍କ ସ୍ଥାନରେ କାହାକୁ ନିଯୁକ୍ତି ମିଳିବ ତାକୁ ନେଇ ମଧ୍ୟ ଚର୍ଚ୍ଚା ଲାଗି ରହିଛି। ବିଧାନସଭା ଅଧିବେଶନ ଶେଷ ହେବା ପରେ ଆଇଏଏସ୍ ଏବଂ ଆଇପିଏସ ସ୍ତରରେ ଏକ ବଡ ଧରଣର ଅଦଳବଦଳ ହେବ ବୋଲି ଶୁଣିବାକୁ ମିଳୁଛି।
ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!
ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…
ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ…
ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…
ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ
ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…
ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା
ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…
ବାତ୍ୟାକୁ ନେଇ ବଡ଼ ଅପଡେଟ୍ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ
ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…
ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍, ବାଇକ୍
ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…
ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…
ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…
ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର
ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

