କେନ୍ଦ୍ରୀୟ ପୂଜା କମିଟି ବୈଠକ: ଭସାଣିରେ ବାଜିବନି ଡିଜେ

ଅନୁଗୋଳ ଅଫିସ, ୩୦।୯: ଆସନ୍ତା ଅକ୍ଟୋବର ୪ରେ ଅନୁଗୋଳ ସହରରେ ୧୨ଟି ମଣ୍ଡପରେ ଦୁର୍ଗା ପୂଜା ଅନୁଷ୍ଠିତ ହେବ। ସେହିପରି ୧୩ରେ ସହରର ୨୯ଟି ମଣ୍ଡପରେ ମା’ ଲକ୍ଷ୍ମୀ ପୂଜା ପାଇବେ। ଏ ନେଇ କେନ୍ଦ୍ରୀୟ ପୂଜା କମିଟି ପକ୍ଷରୁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ ଜିଲା ଟ୍ରକ ଆସୋସିଏଶନ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଭସାଣି ଉତ୍ସବରେ ଡିଜେ ସାଉଣ୍ଡ ସମ୍ପୂର୍ଣ୍ଣ ବନ୍ଦ ହେବ ବୋଲି ସମସ୍ତ ପୂଜା କମିଟିର ସହମତି କ୍ରମେ ନିଷ୍ପତ୍ତି ହୋଇଛି। ସେହିପର ଭସାଣିରେ ଅଶ୍ଲୀଳ ଗୀତ ନୃତ୍ୟ ମଧ୍ୟ ପରିବେଷଣ ନ କରାଯିବାକୁ ବୈଠକରେ ସ୍ଥିର କରାଯାଇଛି।
କମିଟି ସଭାପତି ଅକ୍ଷୟ କୁମାର ସାମନ୍ତଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ଦୁର୍ଗାପୂଜା ଓ ଲକ୍ଷ୍ମୀପୂଜା କିପରି ଭାବେ ଶାନ୍ତି ଶୃଙ୍ଖଳାର ଶେଷ ହେବ ସେଥିପାଇଁ କେନ୍ଦ୍ରୀୟ ପୂଜା କମିଟି ସମସ୍ତଙ୍କ ମତ ଲୋଡାଯାଇଥିଲା। ସମ୍ପାଦକ ଦିଲ୍ଲୀପ ପ୍ରଧାନ ବୈଠକ ପରିଚାଳନା କରିଥିଲେ। ପାର୍ବଣ ସମୟରେ ଭାଇଚାରା ବଜାୟ ରଖିବାକୁ ସମସ୍ତ ପୂଜା କମିଟିକୁ ଅନୁରୋଧ କରାଯାଇଛି। ପ୍ରତି ପୂଜା ମଣ୍ଡପ ଗୁଡ଼ିକରେ ଆକର୍ଷଣୀୟ ତୋରଣ ସାଙ୍ଗକୁ ମା’ଙ୍କ ମୂର୍ତ୍ତି ଗଢ଼ାଯାଉଛି। ଚଳିତଥର ପୂଜାରେ ଘଣ୍ଟ, ଘଣ୍ଟା, ମାର୍ଦ୍ଦଳ, ସିଂହ ବାଜା ପରିବେଷଣ ଭଳି ବିଭିନ୍ନ ସାଂସ୍କୃତିକ ଝଲକ ଦେଖିବାକୁ ମିଳିବ। ଲକ୍ଷ୍ମୀପୂଜା ଭସାଣି ପାଇଁ ଲଟେରି ବ୍ୟବସ୍ଥା କରାଯିବ। ଥାନା ଛକ ଠାରୁ ଲକ୍ଷ୍ମୀ ପୂଜାର ଭସାଣି ଆରମ୍ଭ ହୋଇ ବସଷ୍ଟାଣ୍ଡ, ବଜାର ଛକ ଦେଇ ମୂର୍ତ୍ତିଗୁଡ଼ିକ ମେଲଣ ପଡ଼ିଆକୁ ନିଆଯିବ ବୋଲି କମିଟି ପକ୍ଷରୁ କୁହାଯାଇଛି। ଦୁର୍ଗା ପୂଜା ଭସାଣି ଅକ୍ଟୋବର ୯ ତାରିଖରେ ଆୟୋଜନ କରାଯିବ। ଏଥିରେ ମଧ୍ୟ ଡିଜେ ବାଜିବ ନାହିଁ ବୋଲି ନିଷ୍ପତ୍ତି ହୋଇଛି। ପଲିଥିନ ମୁକ୍ତ ସହର କରିବା ପାଇଁ ବିଭିନ୍ନ ସ୍ଥାନରେ ସଚେତନତା କାର୍ଯ୍ୟକ୍ରମ କରାଯିବ। ମେଲଣ ପଡ଼ିଆକୁ ପରିଷ୍କାର ପରିଚ୍ଛନ କରିବାକୁ ସେଣ୍ଟ୍ରାଲ ପୂଜା କମିଟି ପ୍ରଶାସନର ଦ୍ୱାରସ୍ଥ ହେବ ବୋଲି ନିଷ୍ପତ୍ତି ହୋଇଛି। ଚଳିତବର୍ଷ ଲକ୍ଷ୍ମୀ ପୂଜା ମେଲଣରେ ମୋଟ ୧୨ଟି ପୂଜା କମିଟି ଭାଗ ନେବା ସହ ୩ଟି ପୂଜା କମିଟି ଆତସବାଜି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ବୋଲି କେନ୍ଦ୍ରୀୟ କମିଟି ପକ୍ଷରୁ କୁହାଯାଇଛି। ଯେଉଁ ପୂଜା ମଣ୍ଡପଗୁଡ଼ିକ ମେଲଣରେ ଭାଗ ନେବେ ନାହିଁ, ସେମାନେ ପୂର୍ବରୁ ସେଣ୍ଟ୍ରାଲ ପୂଜା କମିଟିକୁ ସେମାନଙ୍କ ଭସାଣି ରାସ୍ତା ଓ ସମୟ ସମ୍ପର୍କରେ ଅବଗତ କରିବାକୁ କୁହାଯାଇଛି। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉପ-ସଭାପତି କିଶୋର କୁମାର କର, ପଦ୍ମ ଚରଣ ସାହୁ, ସତ୍ୟାନନ୍ଦ ଦଳବେହେରା, କୋଷାଧ୍ୟକ୍ଷ ଅକ୍ଷୟ କୁମାର ଦାସ, ସମ୍ପାଦକ ରତିକାନ୍ତ ଦାସ, ଅଶୋକ ଅଗ୍ରୱାଲ, ଲକ୍ଷ୍ମୀଧର ଜେନା, ଅଶୋକ କୁମାର ଅଗ୍ରୱାଲ ପ୍ରମୁଖଙ୍କ ସହ ବିଭିନ୍ନ ପୂଜା କମିଟିର କର୍ମକର୍ତ୍ତା ଉପସ୍ଥିତ ଥିଲେ। ଏହି ଅବସରରେ ସେଣ୍ଟ୍ରାଲ କମିଟିର ସଭାପତି ତଥା ଓଡ଼ିଶା କ୍ରିକେଟ ଆସୋସିଏଶନ୍‌ର ଉପସଭାପତି ଅକ୍ଷୟ କୁମାର ସାମନ୍ତଙ୍କୁ ବିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri