କେନ୍ଦ୍ରୀୟ ବିଦ୍ୟାଳୟକୁ ଲାଗିଲା ମୋହର-୧ମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ ଆରମ୍ଭ

ଆନନ୍ଦପୁର,୧୨। ୮(ସ୍ବ.ପ୍ର.)- ଆନନ୍ଦପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ବିଳମ୍ବିତ ହେବ ବୋଲି ଲାଗିରହିଥିବା କଳ୍ପନାଜଳ୍ପନାର ଅବସାନ ଘଟିଛି। ସମସ୍ତ ଔପଚାରିକତା ଶେଷ ହେବା ପରେ ମାସକ ମଧ୍ୟରେ ବିଦ୍ୟାଳୟ ଖୋଲିବ ବୋଲି କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନ ସବୁଜ ସଙ୍କେତ ଦେଇଛି। ସଙ୍ଗଠନ ପକ୍ଷରୁ ଆସିଥିବା ଏକ ଚିଠିରୁ ଏହି ସୂଚନା ମିଳିବା ପରେ ଅଞ୍ଚଳବାସୀ ଏହାକୁ ସ୍ବାଗତ କରିଛନ୍ତି।
ଉଲ୍ଲେଖନୀୟ ଯେ, ଆନନ୍ଦପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ନେଇ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନ ଶନିବାର ଏହାକୁ ଅନୁମୋଦନ କରିଛି। ବର୍ତ୍ତମାନ ୨୦୧୯-୨୦ ଶିକ୍ଷାବର୍ଷ ସକାଶେ ନାମ ଲେଖାଯାଇ ଆନନ୍ଦପୁର ବ୍ରିଜ ଛକଠାରେ ଥିବା ବ୍ରଜବନ୍ଧୁ ବିଦ୍ୟାପୀଠର ଦୁଇ ମହଲା ବିଶିଷ୍ଟ ଗୃହରେ ପାଠ ପଢ଼ାଯିବ। ପ୍ରାଥମିକତା ଭିତ୍ତିରେ ୧ମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ ଆରମ୍ଭ ହେବ। ପରବର୍ତ୍ତୀ ସମୟରେ ଶ୍ରେଣୀ ସଂଖ୍ୟା ବୃଦ୍ଧି ପାଇବ। ସ୍ଥାୟୀ ଭିତ୍ତିଭୂମି ପାଇଁ ଶିଆଡିମାଳିଆର ଚିହ୍ନଟ ୮ ଏକର ବିଶିଷ୍ଟ ଜମିରେ କେନ୍ଦ୍ରୀୟ ବିଦ୍ୟାଳୟ କୋଠା ନିର୍ମାଣ ସହ ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ କରାଯିବ। ସେ ପର୍ଯ୍ୟନ୍ତ ବ୍ରଜବନ୍ଧୁ ବିଦ୍ୟାପୀଠରେ ଅସ୍ଥାୟୀ ଭାବେ ପାଠପଢ଼ା ଚାଲିବ। ବିଦ୍ୟାଳୟ ଖୋଲିବାକୁ ଅନୁମୋଦନ ମିଳିବାପରେ ଛାତ୍ରୀଛାତ୍ରଙ୍କ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ, ଗତ ମାର୍ଚ୍ଚ ୮ ତାରିଖରେ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନ ଅଧୀନରେ ୫୦ ଗୋଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବା ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏଥିପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ଶେଷ କରାଯାଇ ସଂପୃକ୍ତ ଜମି ସଙ୍ଗଠନକୁ ହସ୍ତାନ୍ତର କରାଯିବା ନେଇ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଏହାକୁ ଆଧାର କରି ସ୍ଥାନୀୟ ଲୋକଙ୍କ ଉଦ୍ୟମକ୍ରମେ ଶିଆଡିମାଳିଆର ୮ ଏକର ବିଶିଷ୍ଟ ଜାଗା ଚିହ୍ନଟ କରାଯାଇ କାଗଜପତ୍ର ପ୍ରସ୍ତୁତ କରାଯାଇଥିଲା। ଇତିମଧ୍ୟରେ ଆନନ୍ଦପୁର ତହସିଲ ପକ୍ଷରୁ ଚିହ୍ନଟ ଜାଗର ପଟ୍ଟା କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନକୁ ହସ୍ତାନ୍ତର କରାଯାଇଛି। ଆନନ୍ଦପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ବପ୍ନ ସାକାର କରିବାରେ ସହଯୋଗ କରିଥିବା ପ୍ରଶାସନିକ ଅଧିକାରୀଙ୍କୁ ଆନନ୍ଦପୁର ଜନସାଧାରଣ ଗଭୀର କୃତଜ୍ଞତା ଜ୍ଞାପନ କରିଛନ୍ତି। ଏଥିରେ ଆନନ୍ଦପୁରର ପୂର୍ବତନ ଉପଜିଲାପାଳ ମଧୁସୂଦନ ଦାସ ଶିଆଡିମାଳିଆର ପତିତ ଜମିକୁ ଉଦ୍ଧାର କରିବାରେ ମୂଖ୍ୟ ଭୁମିକା ନିର୍ବାହ କରିଥିଲେ। ଯେଉଁଥିପାଇଁ ଆଜିର ଦିନରେ ଶିଆଡିମାଳିଆରେ କେନ୍ଦ୍ରୀୟ ବିଦ୍ୟାଳୟ ଭଳି ଏକ ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ ପାଦ ଥାପିବାକୁ ଯାଉଥିବା ଏକ ଗର୍ବ ଓ ଗୌରବର କଥା ବୋଲି ଆଲୋଚନାର ମୁଖ୍ୟ ବିଷୟ ପାଲଟିଛି।
ଫଟୋ


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri