କେନ୍ଦ୍ରୀୟ ବିଦ୍ୟାଳୟକୁ ଲାଗିଲା ମୋହର-୧ମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ ଆରମ୍ଭ

ଆନନ୍ଦପୁର,୧୨। ୮(ସ୍ବ.ପ୍ର.)- ଆନନ୍ଦପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ବିଳମ୍ବିତ ହେବ ବୋଲି ଲାଗିରହିଥିବା କଳ୍ପନାଜଳ୍ପନାର ଅବସାନ ଘଟିଛି। ସମସ୍ତ ଔପଚାରିକତା ଶେଷ ହେବା ପରେ ମାସକ ମଧ୍ୟରେ ବିଦ୍ୟାଳୟ ଖୋଲିବ ବୋଲି କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନ ସବୁଜ ସଙ୍କେତ ଦେଇଛି। ସଙ୍ଗଠନ ପକ୍ଷରୁ ଆସିଥିବା ଏକ ଚିଠିରୁ ଏହି ସୂଚନା ମିଳିବା ପରେ ଅଞ୍ଚଳବାସୀ ଏହାକୁ ସ୍ବାଗତ କରିଛନ୍ତି।
ଉଲ୍ଲେଖନୀୟ ଯେ, ଆନନ୍ଦପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ନେଇ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନ ଶନିବାର ଏହାକୁ ଅନୁମୋଦନ କରିଛି। ବର୍ତ୍ତମାନ ୨୦୧୯-୨୦ ଶିକ୍ଷାବର୍ଷ ସକାଶେ ନାମ ଲେଖାଯାଇ ଆନନ୍ଦପୁର ବ୍ରିଜ ଛକଠାରେ ଥିବା ବ୍ରଜବନ୍ଧୁ ବିଦ୍ୟାପୀଠର ଦୁଇ ମହଲା ବିଶିଷ୍ଟ ଗୃହରେ ପାଠ ପଢ଼ାଯିବ। ପ୍ରାଥମିକତା ଭିତ୍ତିରେ ୧ମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ ଆରମ୍ଭ ହେବ। ପରବର୍ତ୍ତୀ ସମୟରେ ଶ୍ରେଣୀ ସଂଖ୍ୟା ବୃଦ୍ଧି ପାଇବ। ସ୍ଥାୟୀ ଭିତ୍ତିଭୂମି ପାଇଁ ଶିଆଡିମାଳିଆର ଚିହ୍ନଟ ୮ ଏକର ବିଶିଷ୍ଟ ଜମିରେ କେନ୍ଦ୍ରୀୟ ବିଦ୍ୟାଳୟ କୋଠା ନିର୍ମାଣ ସହ ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ କରାଯିବ। ସେ ପର୍ଯ୍ୟନ୍ତ ବ୍ରଜବନ୍ଧୁ ବିଦ୍ୟାପୀଠରେ ଅସ୍ଥାୟୀ ଭାବେ ପାଠପଢ଼ା ଚାଲିବ। ବିଦ୍ୟାଳୟ ଖୋଲିବାକୁ ଅନୁମୋଦନ ମିଳିବାପରେ ଛାତ୍ରୀଛାତ୍ରଙ୍କ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ, ଗତ ମାର୍ଚ୍ଚ ୮ ତାରିଖରେ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନ ଅଧୀନରେ ୫୦ ଗୋଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବା ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏଥିପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ଶେଷ କରାଯାଇ ସଂପୃକ୍ତ ଜମି ସଙ୍ଗଠନକୁ ହସ୍ତାନ୍ତର କରାଯିବା ନେଇ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଏହାକୁ ଆଧାର କରି ସ୍ଥାନୀୟ ଲୋକଙ୍କ ଉଦ୍ୟମକ୍ରମେ ଶିଆଡିମାଳିଆର ୮ ଏକର ବିଶିଷ୍ଟ ଜାଗା ଚିହ୍ନଟ କରାଯାଇ କାଗଜପତ୍ର ପ୍ରସ୍ତୁତ କରାଯାଇଥିଲା। ଇତିମଧ୍ୟରେ ଆନନ୍ଦପୁର ତହସିଲ ପକ୍ଷରୁ ଚିହ୍ନଟ ଜାଗର ପଟ୍ଟା କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନକୁ ହସ୍ତାନ୍ତର କରାଯାଇଛି। ଆନନ୍ଦପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ବପ୍ନ ସାକାର କରିବାରେ ସହଯୋଗ କରିଥିବା ପ୍ରଶାସନିକ ଅଧିକାରୀଙ୍କୁ ଆନନ୍ଦପୁର ଜନସାଧାରଣ ଗଭୀର କୃତଜ୍ଞତା ଜ୍ଞାପନ କରିଛନ୍ତି। ଏଥିରେ ଆନନ୍ଦପୁରର ପୂର୍ବତନ ଉପଜିଲାପାଳ ମଧୁସୂଦନ ଦାସ ଶିଆଡିମାଳିଆର ପତିତ ଜମିକୁ ଉଦ୍ଧାର କରିବାରେ ମୂଖ୍ୟ ଭୁମିକା ନିର୍ବାହ କରିଥିଲେ। ଯେଉଁଥିପାଇଁ ଆଜିର ଦିନରେ ଶିଆଡିମାଳିଆରେ କେନ୍ଦ୍ରୀୟ ବିଦ୍ୟାଳୟ ଭଳି ଏକ ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ ପାଦ ଥାପିବାକୁ ଯାଉଥିବା ଏକ ଗର୍ବ ଓ ଗୌରବର କଥା ବୋଲି ଆଲୋଚନାର ମୁଖ୍ୟ ବିଷୟ ପାଲଟିଛି।
ଫଟୋ


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri