କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରୀଛାତ୍ର ଚୟନ ପ୍ରକ୍ରିୟାରେ ଚଞ୍ଚକତା ଅଭିଯୋଗ

ଆନନ୍ଦପୁର,୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରରେ ନୂତନ ଭାବେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିଛି। ଚଳିତ ୨୧୦୯-୨୦ ଶିକ୍ଷାବର୍ଷରେ ଛାତ୍ରୀଛାତ୍ରଙ୍କର ନାମଲେଖା କରାଯାଇ ପାଠ୍ୟକ୍ରମ ଅନୁଯାୟୀ ପାଠପଢ଼ା ଆରମ୍ଭ ହେବାକୁ ଯାଉଥିବାବେଳେ ସ୍ଥାନୀୟ ଅଭିଭାବକଙ୍କ ମହଲରେ ଅସନ୍ତୋଷ କୁହୁଳିବାରେ ଲାଗିଛି। କେନ୍ଦ୍ରୀୟ ଓ ରାଜ୍ୟ ସରକାର ଚାକିରିଆ କୋଟା ସିଟ୍‌କୁ ବାଦ୍‌ ଦେଇ ଅବଶିଷ୍ଟ ସିଟ୍‌ ପାଇଁ ଲଟେରୀ ମାଧ୍ୟମରେ ଶ୍ରେଣୀ ଅନୁସାରେ ଛାତ୍ରୀଛାତ୍ର ଚୟନ କରାଯାଇଥିଲା। ତେବେ ଲଟେରୀରେ ହୋଇଥିବା ଚୟନ ପ୍ରକ୍ରିୟାକୁ ନେଇ ସ୍ଥାନୀୟ ଅଭିଭାବକଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟାଳୟ କର୍ତ୍ତୃପକ୍ଷ ଏହି ଚୟନ ପ୍ରକ୍ରିୟାରେ ଚଞ୍ଚକତା କରିଥିବା ବହୁ ଅଭିଭାବକ ଅଭିଯୋଗ କରିଛନ୍ତି। ସେହିଭଳି ଭିତିରିଆ ଭାବେ କିଛି ପ୍ରଭାବଶାଳୀ ଅଭିଭାବକଙ୍କ ପିଲାମାନଙ୍କୁ ଚଳିତ ଶିକ୍ଷାବର୍ଷରେ ନାମ ଲେଖାଇବା ପାଇଁ ଭିତିରିଆ ଚକ୍ରାନ୍ତ କରାଯାଉଥିବା ଆଲୋଚନା ହେଉଛି। ଅନ୍ୟପକ୍ଷରେ ଆନନ୍ଦପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ହେବା ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ସ୍ଥାନୀୟ ଲୋକମାନେ ଏହାକୁ କିପରି ଶୀଘ୍ର କାର୍ଯ୍ୟକାରୀ କରାଯାଇପାରିବ ସେନେଇ ବହୁ ଉଦ୍ୟମ କରିଥିଲେ। ହେଲେ ସଂପୃକ୍ତ ବ୍ୟକ୍ତିବିଶେଷଙ୍କୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଉପେକ୍ଷା କରିଥିବା କୁହାଯାଉଛି। ତେବେ ଚୟନ ପ୍ରକ୍ରିୟା କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନର ଗାଇଡଲାଇନ୍‌ ଅନୁଯାୟୀ ହେଉଥିବା ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ଏସ୍‌କେ ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକଙ୍କ ଗହଣରେ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri