କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସଙ୍ଗ : ଏଡିଏମ୍‌ଙ୍କୁ ଭେଟିଲେ ଛତ୍ରପୁରର ବୁଦ୍ଧିଜୀବୀ

ଛତ୍ରପୁର,୨୧ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ଆବଶ୍ୟକ ପଦକ୍ଷେପ ନେଇ ପ୍ରଶାସନ ପକ୍ଷରୁ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନକୁ ଅବଗତ କରିବାକୁ ଶନିବାର ବୁଦ୍ଧିଜୀବୀମାନେ ଦାବି କରିଛନ୍ତି। ଏନେଇ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀଙ୍କୁ ବୁଦ୍ଧିଜୀବୀଙ୍କର ଏକ ପ୍ରତିନିଧିଦଳ ଦେଇଛନ୍ତିି। ଅନସ୍ଲୋ ହାଇସ୍କୁଲର ଏକ କୋଠାକୁ ଅସ୍ଥାୟୀ କେନ୍ଦ୍ରୀୟ ବିଦ୍ୟାଳୟକୁ  ଦେବା ନେଇ ପୂର୍ବରୁ ପ୍ରଶାସନ ନିଷ୍ପତ୍ତି ନେଇସାରିଛି। ଜମି  ଓ ଅସ୍ଥାୟୀ ଭାବେ ଖୋଲିବାକୁ ଥିବା କୋଠା ହସ୍ତାନ୍ତର କରିବାକୁ ବୁଦ୍ଧିଜୀବୀମାନେ ଅନୁରୋଧ କରିଥିଲେ। ଏହି ପ୍ରତିନିଧି ଦଳରେ ଓକିଲ ପ୍ରଦୀପ ପାଢୀ, କୃଷ୍ଣ ଚନ୍ଦ୍ର ସାହୁ, ପି. ଧର୍ମା ରେଡ୍ଡୀ, ବ୍ରଜମୋହନ ଆଚାର୍ଯ୍ୟ, ସନ୍ତୋଷ କୁମାର ସାହୁ, ଏମ୍‌. ମୋହନ ରେଡ୍ଡୀ, ବି. ସୁଧୀର, ଏସ୍‌. ବିଜୟ, ସୁରେଶ ସେନାପତି, ଶିବ ସାହୁ, ପଦ୍ମ ଚରଣ ସାହୁ ଓ ବାଦଲ ବେହେରା ପ୍ରମୁଖ ଅତିରିକ୍ତ ଜିଲାପାଳଙ୍କୁ ଭେଟିଥିଲେ। ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ନେଇ  କେନ୍ଦ୍ର କ୍ୟାବିନେଟ୍‌ ମାର୍ଚ୍ଚ ୮ ତାରିଖରେ ଅନୁମୋଦନ ଦେଇଥିଲା। ଏହାପରେ ଉକ୍ତ ବିଦ୍ୟାଳୟ ପାଇଁ ଅସ୍ଥାୟୀ କୋଠା, ଆବଶ୍ୟକ ଜମି ଆଦି ହସ୍ତାନ୍ତର କରିବାକୁ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନ ପକ୍ଷରୁ ଏ ସମ୍ପର୍କରେ ଜିଲାପାଳଙ୍କୁ ଏକ ଚିଠି ଆସିଥିଲା। ନିର୍ବାଚନ ସରିବା ପରେ ଏହା ଉପରେ ନିଶ୍ଚିତ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଏଥିସହ ଜମି ଓ ଅସ୍ଥାୟୀ କୋଠା ହସ୍ତାନ୍ତର କରିବା ପାଇଁ  ଜିଲାପାଳଙ୍କୁ ଅବଗତ କରିବାକୁ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନ ସହକାରୀ କମିଶନର ଜି. ବାନାର୍ଜୀଙ୍କ ପକ୍ଷରୁ ଆଉ ଏକ ଚିଠି ଭାଜପା ନଗର ସଭାପତିି ପ୍ରଦୀପ ପାଢୀଙ୍କ ନିକଟକୁ ଆସିଥିଲା। ଏ ସମ୍ପର୍କରେ ସେ ଜିଲାପାଳଙ୍କୁ ଅବଗତ କରାଇଥିଲେ। ନିର୍ବାଚନ ପରେ ଏହି କାର୍ଯ୍ୟ ତ୍ୱରାନ୍ବିତ ହେବ ବୋଲି ଜିଲାପାଳ ସେତେବେଳେ କହିଥିବା ପାଢୀ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri