କେନ୍ଦ୍ରୀୟ ବିଦ୍ୟାଳୟ ଛାତରୁ ଛାତ୍ରୀ ଡେଇଁ ପଡ଼ିବା ଘଟଣା: ବଦଳିଲେ ଖେଳ ଶିକ୍ଷୟିତ୍ରୀ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ବଦଳିଲେ କେନ୍ଦ୍ରୀୟ ବିଦ୍ୟାଳୟ-୩ର ଖେଳ ଶିକ୍ଷୟିତ୍ରୀ। ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଏବଂ ଅଭିଭାବକଙ୍କ ଧାରଣା ପରେ ଶିକ୍ଷୟିତ୍ରୀ ସୂର୍ଯ୍ୟମଣୀ ପଟ୍ଟନାୟକଙ୍କୁ ବଦଳି କରାଯାଇଛି। ଏନେଇ ଭୁବନେଶ୍ୱର ରିଜିଅନ୍‌ ଡେପୁଟି କମିଶନର ଚିଠି କରିଛନ୍ତି।

ଶିକ୍ଷୟିତ୍ରୀ ସୂର୍ଯ୍ୟମଣୀଙ୍କ ନିର୍ଯାତନାରେ ଅତିଷ୍ଟ ହୋଇ କେଭି-୩ର ଜଣେ ଛାତ୍ରୀ ତୃତୀୟ ମହଲା ଛାତ ଉପରୁ ଶୁକ୍ରବାର ତଳକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କର ଦୁଇଗୋଡ଼ ଭାଙ୍ଗି ଯାଇଥିବା ବେଳେ ମୁଣ୍ଡ, ହାତ ସମେତ ଶରୀରର ବିଭିନ୍ନ ଅଂଶରେ ଆଘାତ ଲାଗିଥିଲା। ଏବେ ତାଙ୍କର ଚିକିତ୍ସା ଏକ ଘରୋଇ ହସ୍ପିଟାଲରେ କରାଯାଉଥିବା ବେଳେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଏନେଇ ଛାତ୍ରୀଙ୍କ ମା’ ପ୍ରତିମା ସାସମଲ ଅଭିଯୋଗ କରିବା ପରେ ଶିକ୍ଷୟିତ୍ରୀଙ୍କ ନାମରେ ମଞ୍ଚେଶ୍ୱର ଥାନାରେ ଏକ ମାମଲା ରୁଜୁ କରାଯାଇଛି। ପୋଲିସ ହସ୍ପିଟାଲକୁ ଯାଇ ଛାତ୍ରୀଙ୍କ ବୟାନ ରେକର୍ଡ କରିଛି।

ଶନିବାର ଏହାକୁ ନେଇ ଅଭିଭାବକମାନେ କର୍ତ୍ତୃପକ୍ଷଙ୍କ ଅଫିସ ଘେରାଉ କରି ଖେଳ ଶିକ୍ଷୟିତ୍ରୀ ଏବଂ ପ୍ରିନ୍ସିପାଲଙ୍କ ନିଲମ୍ବନ ଦାବି କରି ଅହୋରାତ୍ର ଧାରଣାରେ ବସିଥିଲେ। ବିଭିନ୍ନ ସମୟରେ ଛାତ୍ରୀଙ୍କ ଚୁଟି କାଟିଦେବା ସହ ଘଣ୍ଟାଘଣ୍ଟା ଧରି ପଡ଼ିଆରେ ପିଲାଙ୍କୁ ଆଣ୍ଠେଇ ଦିଅନ୍ତି। ଏପରିକି ପିଲାଙ୍କ ଚରିତ୍ରକୁ ନେଇ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହ ମାଡ଼ ମାରୁଥିଲେ। ପ୍ରିନ୍ସପାଲ ଏହା ଜାଣୁଥିଲେ ମଧ୍ୟ ଶିକ୍ଷୟିତ୍ରୀଙ୍କ ଦୋଷକୁ ଘଣ୍ଟ ଘୋଡ଼ାଇଥିବା ଅଭିଭାବକମାନେ ଅଭିଯୋଗ କରିଥିଲେ। ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ସେମାନେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri