କେନ୍ଦ୍ରୀୟ ବିଦ୍ୟାଳୟ ସମୂହର ଇ-କ୍ଲାସ୍‌ରୁମ୍‌ ଲୋକାର୍ପିତ, ୧୮୪ ଶ୍ରେଣୀଗୃହ ହେଲା ସ୍ମାର୍ଟ କ୍ଲାସ୍‌ରୁମ୍‌

ଭୁବନେଶ୍ୱର, ୧୫।୯(ବ୍ୟୁରୋ): କେନ୍ଦ୍ରୀୟ ବିଦ୍ୟାଳୟ ସମୂହର ଇ-କ୍ଲାସରୁମ୍‌କୁ ଶନିବାର ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକାର୍ପିତ କରିଛନ୍ତି। ଓଏନ୍‌ଜିସି ସହାୟତାରେ ଦେଶରେ ମୋଟ ୮କୋଟି ଟଙ୍କା ବ୍ୟୟରେ ପ୍ରାୟ ୪୦୦ଟି ଶ୍ରେଣୀଗୃହ ଇ-କ୍ଲାସରୁମ୍‌ ଲୋକାର୍ପଣ କରାଯାଇଛି। ଏଥିମଧ୍ୟରୁ ଓଡ଼ିଶାରେ ୪କୋଟି ଟଙ୍କା ବ୍ୟୟରେ କଟକ ଓ ଭୁବନେଶ୍ୱରର ୮ଟି କେନ୍ଦ୍ରୀୟ ବିଦ୍ୟାଳୟର ୧୮୪ଟି ଶ୍ରେଣୀଗୃହ ରହିଛି। ଫଳରେ କଟକ, ଭୁବନେଶ୍ୱର ଓ ଜଟଣୀର କେଭିର ଛାତ୍ରୀଛାତ୍ରମାନେ ସ୍ମାର୍ଟ କ୍ଲାସରୁମ୍‌ ଓ ଅନ୍ୟାନ୍ୟ ସୁବିଧା ଆଧାରରେ ନିଜକୁ ଶ୍ରେଷ୍ଠ ପ୍ରମାଣ କରିବାରେ ସଫଳ ହେବେ ବୋଲି ଧର୍ମେନ୍ଦ୍ର ଦୃଢୋକ୍ତି ପ୍ରକାଶ କରିଛନ୍ତି। ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେଇ ସେ କହିଛନ୍ତି ଯେ, ବିଦ୍ୟା ଦାନଠାରୁ ପୁଣ୍ୟ କାମ କିଛି ନାହିଁ। ବିଦ୍ୟା ଏକ ତତ୍ତ୍ୱ, ବିଜ୍ଞାନ ଓ ସଂସ୍କାର ଅଟେ। ବିଦ୍ୟାକୁ ଯେ ଅଧ୍ୟୟନ କରି ନୂଆ ପିଢ଼ିକୁ ପହଞ୍ଚାଇବାଠାରୁୁ ବଳି ପୁଣ୍ୟ କାମ କିଛି ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ଦେଶରେ ପ୍ଲାଷ୍ଟିକ୍‌ ବର୍ଜନ ଓ ଜଳ ସଂରକ୍ଷଣ କରିବାର ଆବଶ୍ୟକତା ରହିଛି। ଏହିଭଳି ନୂଆ ନୂଆ ଦିଗରେ ଦେଶକୁ ଏକାଠି କରିବାକୁ ହେବ ବୋଲି ସେ ଗୁରୁତ୍ୱାରୋପ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ଜଟଣୀ ବିଧାୟକ ସୁରେଶ ଚନ୍ଦ୍ର ରାଉତରାୟ, ରାଜ୍ୟ ସଭା ସଦସ୍ୟ ଅଶ୍ୱିନୀ ବୈଷ୍ଣବ, ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଭାଜପା କୋର କମିଟି ବୈଠକ, ଖୁବଶୀଘ୍ର ଘୋଷଣା ହେବ ଲୋକ ସଭା-ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୯ା୩: ଆଗାମୀ ବିଧାନସଭା ପାଇଁ ଭାଜପାର ପ୍ରାର୍ଥୀ ତାଲିକା ଏବଂ ଓଡିଶାରେ ଅବଶିଷ୍ଟ ଲୋକସଭା ଆସନ ଖୁବ ଶୀଘ୍ର ପ୍ରକାଶ ପାଇବ। ସୂତ୍ରରୁ ପ୍ରକାଶ ଯେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

ସଡ଼କ ଦୁର୍ଘଟଣା ହ୍ରାସ କରିବ ଆଇଇଏମ୍‌ଏସ୍‌

ଭୁବନେଶ୍ୱର,୨୯ା୩(ଅନିଲ ଦାସ):ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଏହାକୁ ହ୍ରାସ କରିବା ପାଇଁ ରାଜ୍ୟ ସରକାର ରାଜ୍ୟର ନୂତନ ନିର୍ମାଣାଧୀନ ରାସ୍ତା, ଏନ୍‌ଏଚ୍‌ ସମେତ ପୂର୍ତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri