କେନ୍ଦ୍ରୀୟ ଯୋଜନାକୁ ହଡପ କରୁଛନ୍ତି ରାଜ୍ୟ ସରକାର, ଆସନ୍ତା ୨୭ରେ ସବୁ ବ୍ଲକରେ ଭାଜପାର ଘେରାଉ: ବସନ୍ତ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟ ସରକାର କ୍ରମାଗତ ଭାବରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାକୁ ନିଜ ନାଁରେ କରି ଚାଲିଛନ୍ତି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେଉଥିବା ପକ୍କାଘରକୁ ରାଜ୍ୟ ସରକାର ‘ବିଜୁ ପକ୍କା ଘର’ ଯୋଜନାରେ ହେଉଛି ବୋଲି କହି ରାଜ୍ୟବାସୀଙ୍କୁ ଭୁଆଁ ବୁଲାଉଛନ୍ତି। ରାଜ୍ୟରେ ଗରିବଙ୍କୁ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦେଇ ବିଜୁ ପକ୍କାଘର ଯୋଜନାରେ ଦେଉଥିବା କଥା କହୁଛନ୍ତି। ଏନେଇ ବିଜ୍ଞାପନ କାଢି କେବଳ ଆବାସ ଯୋଜନା ଉଲ୍ଲେଖ କରି ଲୋକଙ୍କୁ ଭୁଆଁ ବୁଲାଉଛନ୍ତି। ମୋଦି ସରକାର ଦେଶରେ ବିଭିନ୍ନ ପ୍ରକାରର ଜନହିତକର ଯୋଜନା ଲାଗୁ କରୁଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଠି କେବଳ କେନ୍ଦ୍ରୀୟ ଯୋଜନାକୁ ହଡପ କରି ନାଁ ବଦଳାଇ ବାହାବା ନେବାକୁ ବସିଛନ୍ତି । ଏହା ବିରୋଧରେ ଆସନ୍ତା ୨୭ରେ ରାଜ୍ୟର ସମସ୍ତ ୩୧୪ ବ୍ଲକ, ଏନ୍‌ଏସି/ମ୍ୟୁନିସିପାଲିଟି ଘେରାଓ କରିବା ସହ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦିଆଯିବ ବୋଲି ଭାଜପା ରାଜ୍ୟ ସଭାପତି ବସନ୍ତ ପଣ୍ଡା ସୂଚନା ଦେଇଛନ୍ତି ।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବସନ୍ତ କହିଛନ୍ତି ଯେ, ୨୦୧୧ ଜନଗଣନା ଅନୁଯାୟୀ ସ୍ଥାନୀୟ ପଞ୍ଚାୟତ ଅଧିକାରୀମାନେ ଗରିବ ହିତାଧିକାରୀମାନଙ୍କ ସୂଚୀ ତଦାରଖ କରିବା କଥା । ମାତ୍ର ଏହି ସୂଚୀକୁ ଦଳୀୟ ଆଧାରରେ ତିଆରି କରି ପ୍ରକୃତ ହିତାଧିକାରୀଙ୍କୁ ବଞ୍ଚିତ କରାଯାଉଛି ।ଗୋଟିଏ ପରିବାରରେ ୨ରୁ ୩ଜଣଙ୍କ ନାଁରେ ପକ୍କା ଘର ଦିଆଯାଉଛି। କାର୍ଯ୍ୟାଦେଶ ପାଇବା ପାଇଁ ବ୍ୟାପକ ଅର୍ଥ କାରବାର ହେବା ନଜରକୁ ଆସିଛି। ସେହିପରି ଏହି କାଯର୍‌ୟାଦେଶରେ ପ୍ରଧାନମନ୍ତ୍ରୀ ଆବାସ ବୋଲି ଉଲ୍ଲେଖ ହେବା ଆବଶ୍ୟକ । କାର୍ଯ୍ୟାଦେଶକୁ ପଞ୍ଚାୟତ ଏବଂ ବ୍ଲକରେ ଦିଆ ନ ଯାଇ ବିଧାୟକଙ୍କ ସମୟ ସୁବିଧା ଅନୁସାରେ ବଣ୍ଟାଯିବା ପାଇଁ ସ୍ଥଗିତ ରଖାଯାଉଛି ା ଏହା ଫଳରେ ସମୟାନୁଯାୟୀ ଲକ୍ଷ୍ୟ ପୂରଣ ହୋଇପାରୁନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri