Posted inଜାତୀୟ

କେନ୍ଦ୍ର, ଦିଲ୍ଲୀ ସରକାରଙ୍କୁ ହାଇକୋର୍ଟ ନୋଟିସ

ନୂଆଦିଲ୍ଲୀ, ୨୦।୧୨(ପି.ଟି.):ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ବେଳେ ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟରେ ଘଟିଥିବା ହିଂସାକାଣ୍ଡର ତଦନ୍ତ ପାଇଁ ବିଚାର ବିଭାଗୀୟ କମିଶନ ଗଠନ ନିମନ୍ତେ ଦାବି ହୋଇଛି। ଏଭଳି ଏକାଧିକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ ଗୁରୁବାର କେନ୍ଦ୍ର, ଏଏପି ସରକାର ଏବଂ ପୋଲିସକୁ ଜବାବ ମାଗିଛନ୍ତି। ମୁଖ୍ୟ ବିଚାରପତି ଡି.ଏନ୍‌. ପଟେଲ ଓ ବିଚାରପତି ସି. ହରିଶଙ୍କରଙ୍କୁ ନେଇ ଗଠିତ ଖଣ୍ଡପୀଠ ଜରୁରୀ କାର୍ଯ୍ୟାନୁଷ୍ଠାନରୁ ଛାତ୍ରୀଛାତ୍ରଙ୍କୁ ସୁରକ୍ଷା ଦେବା ଲାଗି ଅନ୍ତରୀଣ ନିର୍ଦ୍ଦେଶ ଦେବାକୁ ମନା କରିବା ସହ ପରବର୍ତ୍ତୀ ଶୁଣାଣି ଫେବୃୟାରୀ ୪କୁ ଧାର୍ଯ୍ୟ କରିଛନ୍ତି।
ଅନ୍ତରୀଣ ନିର୍ଦ୍ଦେଶ ଦେବାକୁ ମନା କରିଦେଇ ବିଚାରପତିମାନେ ଡାଏସ୍‌ରୁ ଉଠିଯିବାରୁ ପିଟିଶନ ଦାଏର କରିଥିବା ଓକିଲମାନେ ‘ଲଜ୍ଜା ଲଜ୍ଜା’ ସ୍ଲୋଗାନ ଦେଇଥିଲେ ଓ ଅନ୍ୟ ଆଇନଜୀବୀମାନେ ଏଥିରେ ସ୍ବର ମିଳାଇଥିଲେ। ବିଚାରପତିଙ୍କ ବିରୋଧରେ କୋର୍ଟରୁମ୍‌ରେ ଏଭଳି ସ୍ଲୋଗାନ ଦିଆଯିବା ପ୍ରଥମ ଘଟଣା।
ଜାମିଆ ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ୬ଟି ପିଟିଶନ ଦାଏର ହୋଇଥିଲା। ଆଇନଜୀବୀ, ଜେଏମ୍‌ଆଇ ଛାତ୍ର, ଓଖଲାର ବାସିନ୍ଦା ଏବଂ ଜାମା ମସ୍‌ଜିଦର ଇମାମଙ୍କ ପକ୍ଷରୁ ଏହି ଜନସ୍ବାର୍ଥ ମାମଲା ଦାଏର କରାଯାଇ ଆନ୍ଦୋଳନକାରୀ ଛାତ୍ରଙ୍କୁ ଗିରଫରୁ ସୁରକ୍ଷା ଦେବା ସହ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ଓ କ୍ଷତିପୂରଣ ଦାବି କରିଥିଲେ। ଏଥିସହିତ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ରେ ପଶି ନିରୀହ ଛାତ୍ରୀଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ପୋଲିସ ଅଧିକାରୀଙ୍କ ବିରୋଧରେ ଏତଲା ଦାଏର ସମେତ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେବାକୁ ସେମାନେ ଅଦାଲତଙ୍କୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ବଡ଼ ପରିବର୍ତ୍ତନ: ୪ ରାଶି ହେବେ ମାଲାମାଲ, ୪ ରାଶିଙ୍କୁ କରିଦେବେ କାଙ୍ଗାଳ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ମାନ-ସମ୍ମାନ, ଯଶ, ପଦ ଓ ପ୍ରତିଷ୍ଠାର କାରକ ଭାବେ ସୂର୍ଯ୍ୟଙ୍କୁ ବିବେଚନା କରାଯାଏ। ତେଣୁ…

୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ

ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri