Posted inଜାତୀୟ

କେନ୍ଦ୍ର, ଦିଲ୍ଲୀ ସରକାରଙ୍କୁ ହାଇକୋର୍ଟ ନୋଟିସ

ନୂଆଦିଲ୍ଲୀ, ୨୦।୧୨(ପି.ଟି.):ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ବେଳେ ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟରେ ଘଟିଥିବା ହିଂସାକାଣ୍ଡର ତଦନ୍ତ ପାଇଁ ବିଚାର ବିଭାଗୀୟ କମିଶନ ଗଠନ ନିମନ୍ତେ ଦାବି ହୋଇଛି। ଏଭଳି ଏକାଧିକ ଜନସ୍ବାର୍ଥ ମାମଲାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ ଗୁରୁବାର କେନ୍ଦ୍ର, ଏଏପି ସରକାର ଏବଂ ପୋଲିସକୁ ଜବାବ ମାଗିଛନ୍ତି। ମୁଖ୍ୟ ବିଚାରପତି ଡି.ଏନ୍‌. ପଟେଲ ଓ ବିଚାରପତି ସି. ହରିଶଙ୍କରଙ୍କୁ ନେଇ ଗଠିତ ଖଣ୍ଡପୀଠ ଜରୁରୀ କାର୍ଯ୍ୟାନୁଷ୍ଠାନରୁ ଛାତ୍ରୀଛାତ୍ରଙ୍କୁ ସୁରକ୍ଷା ଦେବା ଲାଗି ଅନ୍ତରୀଣ ନିର୍ଦ୍ଦେଶ ଦେବାକୁ ମନା କରିବା ସହ ପରବର୍ତ୍ତୀ ଶୁଣାଣି ଫେବୃୟାରୀ ୪କୁ ଧାର୍ଯ୍ୟ କରିଛନ୍ତି।
ଅନ୍ତରୀଣ ନିର୍ଦ୍ଦେଶ ଦେବାକୁ ମନା କରିଦେଇ ବିଚାରପତିମାନେ ଡାଏସ୍‌ରୁ ଉଠିଯିବାରୁ ପିଟିଶନ ଦାଏର କରିଥିବା ଓକିଲମାନେ ‘ଲଜ୍ଜା ଲଜ୍ଜା’ ସ୍ଲୋଗାନ ଦେଇଥିଲେ ଓ ଅନ୍ୟ ଆଇନଜୀବୀମାନେ ଏଥିରେ ସ୍ବର ମିଳାଇଥିଲେ। ବିଚାରପତିଙ୍କ ବିରୋଧରେ କୋର୍ଟରୁମ୍‌ରେ ଏଭଳି ସ୍ଲୋଗାନ ଦିଆଯିବା ପ୍ରଥମ ଘଟଣା।
ଜାମିଆ ଛାତ୍ରଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ୬ଟି ପିଟିଶନ ଦାଏର ହୋଇଥିଲା। ଆଇନଜୀବୀ, ଜେଏମ୍‌ଆଇ ଛାତ୍ର, ଓଖଲାର ବାସିନ୍ଦା ଏବଂ ଜାମା ମସ୍‌ଜିଦର ଇମାମଙ୍କ ପକ୍ଷରୁ ଏହି ଜନସ୍ବାର୍ଥ ମାମଲା ଦାଏର କରାଯାଇ ଆନ୍ଦୋଳନକାରୀ ଛାତ୍ରଙ୍କୁ ଗିରଫରୁ ସୁରକ୍ଷା ଦେବା ସହ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ଓ କ୍ଷତିପୂରଣ ଦାବି କରିଥିଲେ। ଏଥିସହିତ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ରେ ପଶି ନିରୀହ ଛାତ୍ରୀଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ପୋଲିସ ଅଧିକାରୀଙ୍କ ବିରୋଧରେ ଏତଲା ଦାଏର ସମେତ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେବାକୁ ସେମାନେ ଅଦାଲତଙ୍କୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri