କେନ୍ଦ୍ର ଦ୍ୱିତୀୟ ପାଳି ସରକାରର ୧୦୦ଦିନ ପୂରଣ: ଓଡ଼ିଶା ଆସି ରିପୋର୍ଟ କାର୍ଡ ଦେଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୧୦।୯(ବ୍ୟୁରୋ): କେନ୍ଦ୍ରରେ ଭାଜପାର ଦ୍ୱିତୀୟ ପାଳି ସରକାରର ୧୦୦ ଦିନ ପୂରଣ ହୋଇଛି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପତ୍ର ସୂଚନା କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଜାହାଜ ଚଳାଚଳ (ସ୍ବାଧୀନ ଦାୟିତ୍ୱ) ରାଷ୍ଟ୍ରମନ୍ତ୍ରୀ ମନସୁଖ ମାଣ୍ଡଭିୟା ୧୦୦ ଦିନର ସଫଳତା ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ସମ୍ପର୍କିତ ରିପୋର୍ଟ କାର୍ଡ ପ୍ରଦାନ କରିଛନ୍ତି। ଏହି ଅବସରରେ ଓଡିଶାକୁ ଗତ ୧୦୦ଦିନ ମଧ୍ୟରେ ଦିଆଯାଇଥିବା ଅନୁଦାନ ସମ୍ପର୍କରେ ସୂଚନା ଦେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆୟୁଷ୍ମାନ ଭାରତ ଯୋଜନା ଏବଂ ବାତ୍ୟା ପ୍ରଭାବିତ ଅଞ୍ଚଳର ଭିତ୍ତିଭୂମି ସୁଦୃଢ କରିବା ଦିଗରେ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛନ୍ତି। ଅପରପକ୍ଷରେ ବିରୋଧୀ କିନ୍ତୁ ଓଲଟା କେନ୍ଦ୍ର ଉପରେ ବର୍ଷିଛନ୍ତି।
ମନ୍ତ୍ରୀ ମାଣ୍ଡଭିୟା ସରକାରଙ୍କ ୧୦୦ ଦିନର ଦୃଢ଼ ପଦକ୍ଷେପ ଏବଂ ନିଷ୍ପତ୍ତି ସମ୍ବନ୍ଧୀୟ ଉଲ୍ଲେଖ ରହିଥିବା ଏକ ପୁସ୍ତକ ‘ଜନ ସଂଯୋଗ’ର ଉନ୍ମୋଚନ କରିଛନ୍ତି। ସେ କହିଛନ୍ତି ଯେ, ଏହି ସମୟ ମଧ୍ୟରେ ଓଡ଼ିଶା ପାଇଁ କେନ୍ଦ୍ର ସରକାର ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ”ଫନୀ ପ୍ରାକୃତିକ ବିପର୍ଯ୍ୟୟ ପାଇଁ ଓଡ଼ିଶାକୁ ସର୍ବାଧିକ ସହାୟତା ସ୍ବରୂପ ୪,୬୭୮.୨୨ କୋଟି ଟଙ୍କାର ମଞ୍ଜୁରି ପ୍ରଦାନ କରାଯାଇଛି। ଫନୀ ଓଡ଼ିଶାକୁ ଛୁଇଁବା ପୂର୍ବରୁ ୩୪୦ କୋଟି ଟଙ୍କାର ଅଗ୍ରୀମ ସହାୟତା ପ୍ରଦାନ କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ବାତ୍ୟା ବିଧ୍ୱସିତ ଅଞ୍ଚଳ ପରିଦର୍ଶନ କରିବା ପରେ ତୁରନ୍ତ ୧୦୦୦ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ। ଏହାପରେ ୩୩୩୮.୨୨ କୋଟି ଟଙ୍କାର ଅତିରିକ୍ତ ସହାୟତା ପ୍ରଦାନ କରାଯାଇଥିଲା।“ କମ୍ପେନ୍‌ସେଟୋରି ଆଫୋରଷ୍ଟେସନ ଫଣ୍ଡ ମ୍ୟାନେଜମେଣ୍ଟ ଆଣ୍ଡ ପ୍ଲାନିଂ ଅଥୋରିଟି (କାମ୍ପା ଅନୁଦାନ) ଅନ୍ତର୍ଗତ ଓଡ଼ିଶାକୁ ୫୯୩୩.୯୮ କୋଟି ଟଙ୍କାର ଅନୁଦାନ ରାଶି ପ୍ରଦାନ କରାଯାଇଛି। କେନ୍ଦ୍ର ବଜେଟ ୨୦୧୯-୨୦ରେ ଓଡ଼ିଶା ପାଇଁ ରେଳବାଇ କ୍ଷେତ୍ରରେ ୫୯୯୩ କୋଟି ଟଙ୍କା ପ୍ରଦାନ କରାଯାଇଛି। ନଦୀ ଜଳପଥର ବିକାଶ ଲାଗି ମହାନଦୀକୁ ଚିହ୍ନଟ କରାଯାଇଥିବା ବେଳେ ବ୍ରାହ୍ମଣୀ ପାଇଁ ମଧ୍ୟ ଡିପିଆର ପ୍ରସ୍ତୁତ ଚାଲିଛି ବୋଲି ସେ କହିଛନ୍ତି। ଗତ ପାର୍ଲାମେଣ୍ଟ ଅଧିବେଶନରେ ୩୦ଟି ବିଲ୍‌ ପାରିତ ହୋଇଥିବା ବେଳେ ୫୮ଟି ପୁରୁଣା ଆଇନର ବିଲୋପ କରାଯାଇଛି। ସେହିପରି ଦେଶର ପ୍ରତ୍ୟେକ କୃଷକଙ୍କ ବ୍ୟାଙ୍କ ଖାତାରେ ୬ ହଜାର ଟଙ୍କା ଲେଖାଏ ଜମା କରିବା ଲାଗି ନିଷ୍ପତ୍ତି ନିଆଯାଇଛି। କାର୍ଯ୍ୟରୁ ଅବସର ନେଇଥିବା ପ୍ରତ୍ୟେକ କୃଷକଙ୍କ ଲାଗି ମାସିକ ୩ ହଜାର ଟଙ୍କା ପେନ୍‌ସନ ପ୍ରଦାନ କରାଯିବାର ନିଷ୍ପତ୍ତି ନିଆଯାଇଛି। ସରକାର ମଧ୍ୟ ଅସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରମିକ ଏବଂ ଛୋଟ ବ୍ୟବସାୟୀଙ୍କ ଲାଗି ପେନ୍‌ସନ ସୁବିଧା କରିଛନ୍ତି। ଶସ୍ତାରେ ଔଷଧ ପ୍ରଦାନ କରିବା ଲାଗି ଦେଶବ୍ୟାପୀ ୫,୫୦୦ ଜନ ଔଷଧୀ କେନ୍ଦ୍ର ଖୋଲାଯାଇଛି। ଖୁବଶୀଘ୍ର ଆଉ ୩ ଶହ ନୂତନ କେନ୍ଦ୍ର ଖୋଲାଯିବା ଲାଗି ବ୍ୟବସ୍ଥା କରାଯାଉଛି ବୋଲି ସେ କହିଛନ୍ତି। ଅର୍ଥନୈତିକ ମନ୍ଥରତା ସମ୍ବନ୍ଧୀୟ ଏକ ପ୍ରଶ୍ନର ଉତ୍ତର ଦେଇ ମାଣ୍ଡଭିୟା କହିଛନ୍ତି, ଏହା କ୍ଷଣସ୍ଥାୟ, ବର୍ତ୍ତମାନ ସମଗ୍ର ବିଶ୍ୱରେ ଅର୍ଥନୈତିକ ଅସ୍ଥିରତା ଜାରି ରହିଛି। ମାତ୍ର ଭାରତ ଉପରେ ଏହାର ପ୍ରଭାବ ଖୁବ କମ୍‌ ପଡିଛି, ଚଳିତବର୍ଷ ଶେଷ ବେଳକୁ ଭାରତୀୟ ଅର୍ଥନୀତିରେ ସୁଧାର ଆସିବ। କଂଗ୍ରେସ ବରିଷ୍ଠ ନେତା ଶରତ ରାଉତ କହିଛନ୍ତି, ଶହେ ଦିନର ସଫଳତା ସମ୍ପର୍କରେ ବଖାଣିବାର ନୈତିକ ଅଧିକାର ଭାଜପାର ନାହିଁ। ସେମାନେ ଯେଉଁସବୁ ଜନବିରୋଧୀ କାର୍ଯ୍ୟ ସବୁ କରୁଛନ୍ତି ତା’ର ପରିଣାମ ସାଧାରଣ ଲୋକଙ୍କୁ ଭୋଗିବାକୁ ପଡୁଛି । ବିଜେଡି ବିଧାୟକ ପ୍ରତାପ ଦେବ କହିଛନ୍ତି, ଓଡିଶାରୁ ଆହୁରି ୩ଟି ମନ୍ତ୍ରୀ ଦିଆଗଲେ ମଧ୍ୟ ରାଜ୍ୟର ବିକାଶ ହୋଇପାରିବନାହିଁ। ଓଡିଶା ପାଇଁ ବର୍ତ୍ତମାନ ସୁଦ୍ଧା କୌଣସି କାର୍ଯ୍ୟକ୍ରମ ସେମାନେ ହାତକୁ ନେଇ ନାହାନ୍ତି। ଦେଶର ଅର୍ଥନୈତିକ ଅଭିବୃଦ୍ଧି ମୋଦିଙ୍କ ସଫଳତା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri