କେନ୍ଦ୍ର ନିର୍ଦ୍ଦେଶରେ ବଦଳିଥିଲା ମାସ୍କ ଦାମ୍‌: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୬ା୬(ବ୍ୟୁରୋ)-ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପ୍‌ମେଣ୍ଟ(ପିପିଇ) କିଟ୍‌ ବିବାଦ ନେଇ ଶନିବାର ମୁହଁ ଖୋଲିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ। ପ୍ରଥମେ ରାଜ୍ୟକୁ ମନଇଚ୍ଛା ପିପିଇ କିଟ୍‌ ଓ ଭେଣ୍ଟିଲେଟର ମଗାଇ ଦେଇ ତାହାକୁ ରଖିବାକୁ ମନାକରିବା ଏବଂ କିଣାବିକାରେ ହୋଇଥିବା ଦୁର୍ନୀତି ସମ୍ପର୍କରେ ଗଣମାଧ୍ୟମ ଏବଂ ବିରୋଧୀ ଦଳ ବାରମ୍ବାର ଅଭିଯୋଗ କରିବା ପରେ ମନ୍ତ୍ରୀ ନିଜ ମତ ରଖିଛନ୍ତି। ଶନିବାର ଏକ ଖବରଦାତା ସମ୍ମିଳନୀରେ ରାତାରାତି କାହିଁକି ମାସ୍କ ଦର ବଦଳିଥିଲା ସେନେଇ ମନ୍ତ୍ରୀ ତଥ୍ୟ ରଖିଛନ୍ତି।
ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ପ୍ରଥମେ ୧୦ ଟଙ୍କାରେ ମାସ୍କ କିଣିବା ପାଇଁ କେନ୍ଦ୍ରର ନିର୍ଦ୍ଦେଶ ଥିଲା। ହେଲେ ପରବର୍ତ୍ତୀ ସମୟରେ ୧୬ ଟଙ୍କାରେ ମାସ୍କ କିଣିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଥିଲେ। ୨୪ ମାର୍ଚ୍ଚରେ କେନ୍ଦ୍ରର ନିର୍ଦ୍ଦେଶ ଆସିବା ପରେ ମାସ୍କ କିଣା ଯାଇଥିବା ସେ କହିଛନ୍ତି। ରାଜ୍ୟ ସରକାର ମାସ୍କ କିଣାରେ ମହାଘୋଟାଲା କରିଥିବା ବିରୋଧୀଙ୍କ ଅଭିଯୋଗ ଉପରେ ମତ ରଖି ଦାସ କହିଥିଲେ, ସରକାର କେବେ ବି କୌଣସି ଦୁର୍ନୀତିକୁ ପ୍ରଶ୍ରୟ ଦିଅନ୍ତିନାହିଁ। ତେଣୁ ଏଭଳିଏକ ସମ୍ବେଦନଶୀଳ ସମୟରେ କରୋନା ଯୋଦ୍ଧାଙ୍କ ମନୋବଳ ନ ଭାଙ୍ଗିବାକୁ ସେ କହିଥିଲେ। ରାଜ୍ୟ ସରକାର ଯାହା ବି କରିଛନ୍ତି କେନ୍ଦ୍ରର ଗାଇଡଲାଇନକୁ ଅନୁକରଣ କରି କରିଛନ୍ତି। ଡାକ୍ତର, ମେଡିକାଲ ଷ୍ଟାଫ, ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ଆଜି ଗର୍ବିତ ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

କାହିଁକି ବାରମ୍ୱାର ୨୬ ତାରିଖରେ ଘଟୁଛି ପ୍ରଳୟ? ଭେଙ୍ଗାବାବା ଖୋଲିଲେ ରହସ୍ୟ…

ନୂଆଦିଲ୍ଲୀ,୧।୯: ନେପାଳ-ତିବ୍ଦତ ସୀମାରେ ହିମାଳୟର ହିମବାହ (ଗ୍ଲେସିୟର) ଭାଙ୍ଗି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ଓ ଭୂସ୍ଖଳନ ପରେ ଏବେ ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳିଯାଇଛି। ଶହ ଶହ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri