କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଭାଜପା ଏମ୍‌ପିମାନଙ୍କ ଅନୁରୋଧ: ଶ୍ରୀମନ୍ଦିର, ସୂର୍ଯ୍ୟମନ୍ଦିରକୁ ଆଦର୍ଶ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦିଅ

ଭୁବନେଶ୍ୱର,୧୦ା୮(ବ୍ୟୁରୋ) : କଳା, ସଂସ୍କୃତି ଓ ପର୍ଯ୍ୟଟନର ଭୂମି ଓଡ଼ିଶା। ଐତିହ୍ୟ ଓ କାରୁକାର୍ଯ୍ୟରେ ପ୍ରସିଦ୍ଧି ଲାଭ କରିଥିବା କୋଣାର୍କ ସୂର୍ଯ୍ୟମନ୍ଦିର ଏବଂ ଜଗନ୍ନାଥ ଧାମ୍‌ ପୁରୀର ଶ୍ରୀମନ୍ଦିର ହେଉଛି ବିଶ୍ୱ ଦରବାରରେ ଓଡ଼ିଶାର ପରିଚୟ। ଏହି ଦୁଇ ଆଧ୍ୟାତ୍ମିକ କ୍ଷେତ୍ର ଭାରତର ପ୍ରମୁଖ ପର୍ଯ୍ୟଟନ ସ୍ଥଳଭାବେ ପରିଗଣିତ ହେଉଛି। ତେଣୁ କେନ୍ଦ୍ର ସରକାର ଉଭୟ ପୁରୀ ଓ କୋଣାର୍କକୁ ଭାରତର ଆଦର୍ଶ ପର୍ଯ୍ୟଟକସ୍ଥଳୀର ମାନ୍ୟତା ଦେବାକୁ ଓଡିଶାର ଭାଜପା ଏମ୍‌ପିମାନେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲାଦ ସିଂ ପଟେଲଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି। ଏମ୍‌ପିମାନେ ଦେଇଥିବା ଚିଠିରେ ଦର୍ଶାଇଛନ୍ତି, ହିନ୍ଦୁମାନଙ୍କ ପବିତ୍ର ଚାରିଧାମ ମଧ୍ୟରୁ ପୁରୀ ହେଉଛି ଅନ୍ୟତମ। ଏଠାରେ ପ୍ରତ୍ୟେକ ବର୍ଷ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ହୋଇଥାଏ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବାକୁ ପୁରୀ ଗସ୍ତ କରିଥିଲେ। ମଧ୍ୟକାଳୀନ ଶିଳ୍ପକଳା ଓ କାରୁକାର୍ଯ୍ୟ ପାଇଁ ପ୍ରସିଦ୍ଧ କୋଣାର୍କର ସୂର୍ଯ୍ୟମନ୍ଦିରକୁ ୧୩ଶ ଖ୍ରୀଷ୍ଟାବ୍ଦରେ କଳିଙ୍ଗ ରାଜା ନରସିଂହ ଦେବ ନିର୍ମାଣ କରିଥିଲେ। ନିକଟରେ କେନ୍ଦ୍ର ସରକାର ଦେଶର ୧୭ଟି ଆଦର୍ଶ ପର୍ଯ୍ୟଟନ ସ୍ଥଳୀ ଘୋଷଣା କରିଛନ୍ତି। ମାତ୍ର ଶ୍ରୀମନ୍ଦିର ଏବଂ ସୂର୍ଯ୍ୟମନ୍ଦିରକୁ ଏଥିରେ ସ୍ଥାନ ମିଳିନାହିଁ। ଓଡ଼ିଶାରୁ ଲୋକ ସଭା ଓ ରାଜ୍ୟ ସଭାକୁ ନିର୍ବାଚିତ ସମସ୍ତ ଭାଜପା ଏମ୍‌ପି ଏହି ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଚିଠି ଦ୍ୱାରା ଅନୁରୋଧ କରିଛନ୍ତି। କିଛିଦିନ ତଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଚିଠି ଲେଖି ଶ୍ରୀମନ୍ଦିର ଓ ସୂର୍ଯ୍ୟମନ୍ଦିରକୁ ଭାରତର ଆଦର୍ଶ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ଦେବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri