କେନ୍ଦ୍ର ବଜେଟରେ ଓଡ଼ିଶାକୁ ରେଳ ଅନୁଦାନ: ମିଳିବ ୬ହଜାର କୋଟି

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍‌ରେ ଓଡ଼ିଶାକୁ ରେଳ ଅନୁଦାନ। ରାଜ୍ୟ ପାଇଁ ମୋଟ ୫୮୦୦ ରୁ ୬୦୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଏଥିରେ ବିଭିନ୍ନ ନୂତନ ପ୍ରକଳ୍ପ ସହ ଓଭରବ୍ରିଜ୍‌ ନିର୍ମାଣ କରାଯିବ।

ବଜେଟ୍‌ରେ ରେଳ ଧାରଣା ଲାଗି ମୋଟ ୧୪ଶହ କୋଟି ଟଙ୍କାର ଅନୁଦାନ ଦିଆଯାଇଛି। ସେଥିମଧ୍ୟରୁ ଖୋର୍ଦ୍ଧା-ବଲାଙ୍ଗୀର ରେଳ ଲାଇନ୍‌ ପାଇଁ ୩୫୦କୋଟି, ଅନୁଗୋଳ-ସୁକିନ୍ଦା ଲାଇନ ପାଇଁ ୨୫୦ କୋଟି, ହରିଦାସପୁର-ପାରାଦୀପ ଲାଇନ ପାଇଁ ୪୦୦ କୋଟି, ତାଳଚେର-ବିମଳାଗଡ଼ ପାଇଁ ୧୫୦ କୋଟି, ଜୟପୁର-ମାଲକାନଗିରି ପାଇଁ ୭୦ କୋଟି, ଜୟପୁର-ନବରଙ୍ଗପୁର ପାଇଁ ୧୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିଭଳି ରେଳଯାତ୍ରୀଙ୍କ ସୁବିଧା ପାଇଁ ୧୮୦ କୋଟି ଟଙ୍କାର ଅନୁଦାନ ଘୋଷଣା କରାଯାଇଛି। ତନ୍ମଧ୍ୟରୁ ଭୁବନେଶ୍ୱର କୋଚ୍‌ ଡିପୋରେ ୨ଟି ଅଟୋମେଟିକ୍‌ ଓ୍ବାଶିଂ ପ୍ଲାଣ୍ଟ, ବାଘୁଆପାଳ ଷ୍ଟେଶନରେ ଫ୍ଲାଇଓଭର ଏବଂ ଅନ୍ୟ ୧୦ଟି ଫ୍ଲାଇ ଓଭର ପାଇଁ ସର୍ଭେ କରାଯିବାକୁ ଘୋଷଣା ହୋଇଛି। ଏହାବ୍ୟତିତ ସମ୍ବଲପୁର-ତାଳଚେର ଡବଲ ଲାଇନ ପାଇଁ ୨୪୯ କୋଟି, ସମ୍ବଲପୁର-ଟିଟଲାଗଡ଼ ପାଇଁ ୧୭୦ କୋଟି, ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ଲାଇନ ପାଇଁ ୮୬ କୋଟି, ବିଜୟନଗରମ-ସମ୍ବଲପୁର ପାଇଁ ୩୫୦ କୋଟି, କୋରାପୁଟ-ସିଙ୍ଗାପୁର ରୋଡ ପାଇଁ ୨୦୫ କୋଟି ଏବଂ କଳାହାଣ୍ଡି ଇଲେକ୍ଟ୍ରି ଇଞ୍ଜିନ୍‌ ଓ୍ବାକ୍‌ଶପ୍‌ ପାଇଁ ୧ କୋଟି ଅନୁଦାନ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri