କେନ୍ଦ୍ର ବଜେଟ ବିରୋଧରେ ଏଆଇଟିୟୁସିର ବିକ୍ଷୋଭ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): କେନ୍ଦ୍ର ସରକାର ତାଙ୍କ ବଜେଟରେ ଘରୋଇକରଣ ଓ କର୍ପୋରେଟଙ୍କ ଉପରେ ଗୁରୁତ୍ୱ ଦେଇଛନ୍ତି। ହେଲେ ୪୪ଟି ଶ୍ରମ ଆଇନ୍‌କୁ ୪ଟି କୋଡ୍‌ରେ ପରିବର୍ତ୍ତନ କରି ଶ୍ରମିକଙ୍କ ଅଧିକାରକୁ ଖର୍ବ କରିଛନ୍ତି। ଶ୍ରମିକଙ୍କ ପାଇଁ ବଜେଟରେ ସେପରି କିଛି ବ୍ୟବସ୍ଥା ନାହିଁ। ବଜେଟରେ ସାର୍ବଜନୀନ ମାତୃତ୍ୱକାଳୀନ ସୁବିଧା, କାର୍ଯ୍ୟ କ୍ଷେତ୍ରରେ ସୁରକ୍ଷା, ସମାନ କାମକୁ ସମାନ ମଜୁରି, ଅଙ୍ଗନୱାଡି, ଆଶା ଓ ମଧ୍ୟାହ୍ନଭୋଜନ ପାଚିକା ଏବଂ ଶ୍ରମିକଙ୍କ ପାଇଁ ମାନ୍ୟତା ଆଦିର କୌଣସି ପ୍ରାବଧାନ ନାହିଁ। ଏହା ଶ୍ରମିକ, କୃଷକ ଓ ସାଧାରଣ ଶ୍ରମଜୀବୀ ବିରୋଧୀ ବଜେଟ। ସୋମବାର କେନ୍ଦ୍ର ବଜେଟ ବିରୋଧରେ ଅନୁଷ୍ଠିତ ବିକ୍ଷୋଭ ଶୋଭାଯାତ୍ରା ଅବସରରେ ଏଆଇଟିୟୁସିର ରାଜ୍ୟ ସାଧାରଣ ସମ୍ପାଦକ ଡ. ସୌରୀବନ୍ଧୁ କର ଓ ଏଆଇଟିୟୁସି ଜାତୀୟ ପରିଷଦ ସଭ୍ୟ ଜୟନ୍ତ ଦାସ କହିଛନ୍ତି।
ଏଆଇଟିୟୁସି ଭୁବନେଶ୍ୱର ଜିଲା କମିଟି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶତାଧିକ କର୍ମୀ ସାମିଲ୍‌ ହୋଇଥିଲେ। ସେମାନେ ଅଶୋକନଗରସ୍ଥିତ ଭଗବତୀ ଭବନଠାରୁ ଶୋଭାଯାତ୍ରା ବାହାରି ମାଷ୍ଟର କ୍ୟାଣ୍ଟିନ ଦେଇ ଲୋୟର ପିଏମ୍‌ଜିଠାରେ ପହଞ୍ଚତ୍ଥିଲେ। ଏଆଇଟିୟୁସି ଭୁବନେଶ୍ୱର ଜିଲା କମିଟି ସମ୍ପାଦକ ସୁର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବିକ୍ଷୋଭରେ ସେମାନେ କେନ୍ଦ୍ର ସରକାର ଓ ବଜେଟ ବିରୋଧରେ ନାନା ନାରାବାଜି କରିଥିଲେ। ସି.ଭି.ଏନ୍‌ ରାଓ, ସୀମାଞ୍ଚଳ ବାରିକ, ପଦ୍ମଚରଣ ପାତ୍ର, ମମତା ଓଝା, ଗୋହିଗୋବିନ୍ଦ ବେଶ୍ରା, କୈଳାସ ପୁହାଣ, ପବିତ୍ର ସ୍ବାଇଁ, ନାରୀନେତ୍ରୀ ରୀତା ସେଠୀ, ଛେତମ୍ବର ଭୋଇ, ସସ୍ମିତା ନାୟକ, ବିଦ୍ୟୁତ୍‌ ଶ୍ରମିକ ନେତା ଶ୍ରୀକୃଷ୍ଣ ପଟ୍ଟନାୟକ ଓ ଲୋକନାଥ ଭୋଇ ପ୍ରମୁଖ ଆନ୍ଦୋଳନର ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri