କେନ୍ଦ୍ର ବିରୋଧରେ କଂଗ୍ରେସର ବିଶାଳ ସମାବେଶ

ଫୁଲବାଣୀ ଅଫିସ, ୨୧ା୧୧-କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଗୁରୁବାର ଫୁଲବାଣୀରେ ବିଶାଳ ସମାବେଶ କରାଯାଇଛି । ବିଭିନ୍ନ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଫଳତା ଦର୍ଶାଇ ଦଳୀୟ କର୍ମୀମାନେ ସହରରେ ଶୋଭାଯାତ୍ରା କରିଛନ୍ତି। ପରେ ଏକ ଦାବିପତ୍ର ଜିଲା ପ୍ରଶାସନ ଜରିଆରେ ରାଷ୍ଟ୍ରପତିଙ୍କ ନିକଟକୁ ପ୍ରେରଣ କରିଛନ୍ତି।
କଂଗ୍ରେସ ନେତା ଓ କର୍ମୀମାନେ ମାଦିକୁନ୍ଦା ଛକଠାରୁ ଶୋଭାଯାତ୍ରାରେ ବାହାରି କେନ୍ଦ୍ର ସରକାରଙ୍କ ବିଫଳତା ଉପରେ ଲୋକଙ୍କୁ ଜଣାଇଥିଲେ । ଶୋଭାଯାତ୍ରା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିବା ପରେ ସେଠାରେ ଏକ ପ୍ରତିବାଦ ସଭା କରାଯାଇଥିଲା। ଦଳର ବରିଷ୍ଠ କର୍ମକର୍ତ୍ତାମାନେ ଉପସ୍ଥିତ ରହି ଦେଶର ବର୍ତ୍ତମାନ ସ୍ଥିତି ଉପରେ ଆଲୋଚନା କରିଥିଲେ । ଏବେ ଦେଶର ଆର୍ଥିକ ସ୍ଥିତି ସମ୍ପୂର୍ଣ୍ଣ ବିଗିଡି ଯାଇଛି । ଦେଶ ଏବେ ବିଶ୍ୱ କ୍ଷୁଦାର୍ଥ ତାଲିକା(ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ)ରେ ୧୦୨ ନଂ.ରେ ରହିଛି । ଅର୍ଥନୀତି ନିମ୍ନଗାମୀ ହେଉଛି । ଗତ ତ୍ରୈମାସରେ ଜିଡିପି ହାର ୫ ପ୍ରତିଶତ ରହିଛି । ଯାହା ଗତ ୧୫ ବର୍ଷ ମଧ୍ୟରେ ସର୍ବନିମ୍ନ ା ସେହିପରି ଋଣ ଭାର ବଢ଼ି ଚାଲିଛି । ନିବେଶକମାନେ ଭାରତର ଅର୍ଥନୀତିକୁ ଦେଖି ମୁହଁ ଫେରାଇ ନେଉଛନ୍ତି। ବେରୋଜଗାରି ବଢ଼ି ଚାଲିଛି । ଯାହା ଗତ ୪୫ ବର୍ଷରେ ବଢ଼ି ୮.୧ ପ୍ରତିଶତରେ ପହଞ୍ଚିଛି । ପନିପରିବା, ପେଟ୍ରୋଲ, ଡିଜେଲ ଦର ଏନ୍‌ଡିଏ ସରକାରଙ୍କ ଅମଳରେ ଅହେତୁକ ବୃଦ୍ଧି ପାଇଛି । ଉପତ୍ାଦିତ ଦ୍ରବ୍ୟର ଉପଯୁକ୍ତ ମୂଲ୍ୟ ପାଉନାହାନ୍ତି କୃଷକ। ଦେଶର ଏଭଳି ସ୍ଥିତିରେ କଂଗ୍ରେସ ମର୍ମାହତ । ତେଣୁ ଦେଶର ବିକାଶ ପାଇଁ ସାମ୍ବିଧାନିକ କ୍ଷମତା ପ୍ରୟୋଗ କରିବାକୁ କର୍ମକର୍ତ୍ତାମାନେ ଦାବି କରିଛନ୍ତି। କଂଗ୍ରେସ ଏମ୍‌ପି ପ୍ରାର୍ଥୀ ମନୋଜ ଆଚାର୍ଯ୍ୟ, ପୂର୍ବତନ ବିଧାୟକ ଅଭିମନ୍ୟୁ ବେହେରା, ଏଆଇସିସି ସଦସ୍ୟ ଘନ କୁମାର ଶବର, ବିଧାୟକ ପ୍ରାର୍ଥୀ ଶ୍ୟାମଘନ ପ୍ରଧାନ, ସିମନ ମଲ୍ଳିକ, ବଳଦେବ ବେହେରା, ଗୌର ଚରଣ ବେହେରା, ସଞ୍ଜୟ ଭଞ୍ଜ, ଶିବଶଙ୍କର ବେହେରା, ହେମନ୍ତ କର, ସୂର୍ଯ୍ୟକାନ୍ତ ଦାସ, ସନ୍ତୋଷ ପଟ୍ଟନାୟକଙ୍କ ସମେତ ବହୁ କର୍ମକର୍ତ୍ତା ଏବଂ ଦଳୀୟ କର୍ମୀ ଏହି ବିକ୍ଷୋଭରେ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri