କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଭୁବନେଶ୍ୱରରୁ ଦୁବାଇକୁ ବିମାନ ଚଳାଚଳ ଲାଗି ଅନୁରୋଧ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ଆରମ୍ଭ କରିବା ଲାଗି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଛନ୍ତି। ତେବେ ଭୁବନେଶ୍ୱରରୁ ଦୁବାଇ ଯାଉଥିବା ଓଡ଼ିଶା ଯାତ୍ରୀଙ୍କ ସୁବିଧା ତଥା ରାଜ୍ୟର ବିକାଶରେ ଏହି ଆକାଶପଥରେ ଯୋଗାଯୋଗର ବଡ଼ ଭୂମିକା ରହିଛି। ଏଣୁ ବେସାମରିକ ବିମାନ ଚଳାଚଳ ପାଇଁ ମନ୍ତ୍ରୀ ସ୍ବତନ୍ତ୍ର ଭାବେ ହସ୍ତକ୍ଷେପ କରି ବିମାନ ସେବା ଲାଗି ବ୍ୟବସ୍ଥା କରିବାକୁ ଧର୍ମେନ୍ଦ୍ର ଚିଠିରେ ଅନୁରୋଧ କରିଛନ୍ତି।

ସେ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ପୂର୍ବୋଦୟ ଯୋଜନାରେ ପୂର୍ବ ଭାରତରେ ଓଡ଼ିଶା ବିକାଶର ପେଣ୍ଠସ୍ଥଳୀ ଭାବେ ଆଗକୁ ବଢ଼ୁଛି। ଏପରିସ୍ଥଳେ ରାଜଧାନୀ ଭୁବନେଶ୍ୱର ସହ କେବଳ ଥାଇଲାଣ୍ଡର ବ୍ୟାଙ୍କକ୍‌ ସହ ବିମାନ ସଂଯୋଗ ରହିଛି। ପୂର୍ବରୁ ଭୁବନେଶ୍ୱରକୁ ଦୁବାଇ ସହ ଯୋଡ଼ିବା ଲାଗି ଦାବି ହେଉଛି। ୟୁଏଇର ବିଭିନ୍ନ ଅଞ୍ଚଳରେ ୧୫ହଜାରରୁ ଊର୍ଦ୍ଧ୍ୱ ଓଡ଼ିଆ ବସବାସ କରୁଛନ୍ତି। ସେମାନଙ୍କୁ ରାଜ୍ୟକୁ ଫେରିବା ଲାଗି ପରୋକ୍ଷ ପଥରେ ଆସିବାକୁ ପଡ଼ୁଛି। ଏସବୁକୁ ଦୃଷ୍ଟି ଦେଲେ ଭୁବନେଶ୍ୱର-ଦୁବାଇ ମଧ୍ୟରେ ବିମାନ ଚଳାଚଳ ହେବା ଦ୍ୱାରା ଭାରତର ବିକାଶର ସମ୍ଭାବନା ଆହୁରି ଶକ୍ତିଶାଳୀ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri