କେନ୍ଦ୍ର ବୈଦେଶିକ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଦୁବାଇରେ ଫସିଥିବା ୧୮ ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଅନୁରୋଧ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଦୁବାଇରେ ଫସିଥିବା ୧୮ ଓଡ଼ିଆ ଶ୍ରମିକଙ୍କ ଉଦ୍ଧାର ଲାଗି ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କରଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଧର୍ମେନ୍ଦ୍ର ଏକ ଚିଠି ଲେଖି କହିଛନ୍ତି ଯେ, ଏହି ମାମଲାରେ ବ୍ୟକ୍ତିଗତ ହସ୍ତକ୍ଷେପ କରିବା ସହ ସମସ୍ତ ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର କରି ସ୍ବଦେଶକୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରାଯିବା ଆବଶ୍ୟକ। ନିକଟରେ ଦୁବାଇରୁ ୧୦ ଜଣ ଓଡ଼ିଆ ଶ୍ରମିକ ସୁରକ୍ଷିତଭାବେ ଉଦ୍ଧାର ହେବା ପରେ ପୁଣିଥରେ ଦୁବାଇର ଏକ୍ସିମ୍‌ ନାମକ ଏକ କମ୍ପାନୀରେ କାମ କରୁଥିବା ଓଡ଼ିଶା ଗଞ୍ଜାମ ଜିଲାର ୧୮ ଓଡିଆ ଶ୍ରମିକ ଗତ ୪ ମାସ ହେବ ବିନା ଦରମା ଓ ଖାଦ୍ୟପେୟରେ ସେଠାରେ ଫସି ରହିଛନ୍ତି। ଫସିରହିଥିବା ଶ୍ରମିକମାନେ ସେମାନଙ୍କ ଉଦ୍ଧାର ଲାଗି ଏକ ଭିଡିଓ ମାଧ୍ୟମରେ ଆବେଦନ ମଧ୍ୟ କରିଥିବା ସୂଚନା ମିଳିଛି ା ତେଣୁ ଏହି ମାମଲାରେ ଶ୍ରମିକଙ୍କୁ ତତ୍କାଳ ସହାୟତା ଦିଆଯିବା ସହ ସମସ୍ତ ଶ୍ରମିକଙ୍କୁ ଉଦ୍ଧାର କରି ଦେଶକୁ ଫେରାଇ ଆଣିବା ଲାଗି ପଦକ୍ଷେପ ନେବାକୁ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି ା ଉଲ୍ଲେଖଯୋଗ୍ୟ ଯେ, ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ସୌଦି ଆରବରେ ଫସିରହିଥିବା ସମସ୍ତ ୧୦ ଓଡ଼ିଆ ଶ୍ରମିକ ଗତ ଜୁନ ୨୬ରେ ଉଦ୍ଧାର ହୋଇ ସ୍ବଦେଶ ଫେରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri