Posted inଜାତୀୟ

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ୧୧ ନୂଆ ମୁହଁ:ବାଦ୍‌ ପଡ଼ିଲେ ୧୧ ମନ୍ତ୍ରୀ

ନୂଆଦିଲ୍ଲୀ,୩୧।୫:ନରେନ୍ଦ୍ର ମୋଦିଙ୍କ ପୂର୍ବ ସରକାରରେ ମନ୍ତ୍ରୀ ଥିବା କେତେଜଣ ନେତା ଏଥର ମନ୍ତ୍ରିମଣ୍ଡଳରୁ ବାଦ୍‌ ପଡିଛନ୍ତି। ଏଥିସହିତ କେତେଜଣ ନୂଆ ମୁହଁକୁ ଦ୍ୱିତୀୟ ପାଳି ସରକାରରେ ସାମିଲ କରାଯାଇଛି। ବାଦ୍‌ ପଡିଥିବା ୧୦ ଜଣ ପୂର୍ବତନ ମନ୍ତ୍ରୀଙ୍କ ମଧ୍ୟରେ ଅଛନ୍ତି ଅରୁଣ ଜେଟ୍‌ଲୀ, ସୁଷମା ସ୍ବରାଜ, ସୁରେଶ ପ୍ରଭୁ, ରାଧାମୋହନ ସିଂ, ଜୁଏଲ ଓରାମ ମହେଶ ଶର୍ମା, ଜୟନ୍ତ ସିହ୍ନା, ମାନେକା ଗାନ୍ଧୀ, ଉମା ଭାରତୀ, ଅନୁପ୍ରିୟା ପଟେଲ ଏବଂ ରାଜ୍ୟବର୍ଦ୍ଧନ ସିଂ ରାଠୋର। ନୂଆ ମନ୍ତ୍ରୀମାନଙ୍କ ପାଇଁ ଉଦ୍ଦିଷ୍ଟ ମଞ୍ଚରେ ଏମାନେ ଉପସ୍ଥିତ ନ ଥିଲେ। ଅନ୍ୟପକ୍ଷରେ ପୂର୍ବତନ ବହିର୍ବ୍ୟାପାର ସଚିବ ଏସ୍‌. ଜୟଶଙ୍କର ନୂଆ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଛନ୍ତି। ଏହା ବ୍ୟତୀତ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ପ୍ରଥମ ଥର ଲାଗି କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସାମିଲ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅର୍ଜୁନ ମୁଣ୍ଡା, ରତନଲାଲ କଟାରିଆ, ରମେଶ ପୋଖରିୟାଲ ନିଶଙ୍କ, ପ୍ରହଲ୍ଲାଦ ଜୋଷୀ, ଅଙ୍ଗଦି ସୁରେଶ ଚାନ୍ନବସପ୍ପା, ରାମେଶ୍ୱର ତେଲି, କୈଳାସ ଚୌଧରୀ, ଦେବୋଶ୍ରୀ ଚୌଧରୀ, ପ୍ରତାପ ଷଡଙ୍ଗୀ ପ୍ରମୁଖ କେତେଜଣ ନୂଆ ମୁହଁଙ୍କୁ ମନ୍ତ୍ରିମଣ୍ଡଳରେ ଦେଖିବାକୁ ମିଳିଛି।
୬୭ ବର୍ଷୀୟ ସୁଷମା ଦୀର୍ଘବର୍ଷ ଧରି ଦଳରେ ପ୍ରମୁଖ ଭୂମିକା ନିଭାଇବା ସହ ସରକାରରେ ଗୁରୁତ୍ୱପୂର୍ଣ୍ଣ ବହିର୍ବ୍ୟାପାର ମନ୍ତ୍ରଣାଳୟ ଦାୟିତ୍ୱରେ ଥିଲେ। ଏଥର ତାଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇନାହିଁ। କ’ଣ ପାଇଁ ତାଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଗଲା ନାହିଁ ତାହା ସ୍ପଷ୍ଟ ହୋଇ ନ ଥିବାବେଳେ ସ୍ବାସ୍ଥ୍ୟଗତ କାରଣରୁ ତାଙ୍କୁ ବାଦ୍‌ ଦିଆଯାଇଥାଇପାରେ ବୋଲି କୁହାଯାଉଛି। ସ୍ବାସ୍ଥ୍ୟଗତ କାରଣରୁ ସେ ଏଥର ନିର୍ବାଚନ ଲଢ଼ି ନ ଥିଲେ କି ପ୍ରଚାରରେ ମଧ୍ୟ ସାମିଲ ହୋଇ ନ ଥିଲେ। ୨୦୦୪-୨୦୧୪ ଭାଜପା ବିରୋଧୀ ଦଳରେ ଥିଲାବେଳେ ସୁଷମା ଲୋକସଭାରେ ବିରୋଧି ଦଳ ନେତ୍ରୀ ଥିଲେ। ସେହିପରି ସୁରେଶ ପ୍ରଭୁ ମଧ୍ୟ ପୂର୍ବ ସରକାରରେ ଗୁରୁତ୍ୱପୂର୍ଣ୍ଣ ରେଲଓ୍ବେ ଏବଂ ପରେ ବାଣିଜ୍ୟ, ଶିଳ୍ପ ଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଦାୟିତ୍ୱରେ ଥିଲେ। ସେହିପରି ପୂର୍ବ ସରକାରରେ ସ୍ବାସ୍ଥ୍ୟମନ୍ତ୍ରୀ ଥିବା ନଡ୍ଡା ଏଥର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇନାହାନ୍ତି। ପୂର୍ବତନ ଅଲିମ୍ପିଆନ ତଥା କ୍ରୀଡା, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଥିବା ରାଠୋରଙ୍କୁ ମଧ୍ୟ ଏଥର ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିନାହିଁ। ପୂର୍ବତନ ପର୍ଯଟନ ଓ ସଂସ୍କୃତି ମନ୍ତ୍ରୀ ମହେଶ ଶର୍ମା, ଅର୍ଥ ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ସିହ୍ନାଙ୍କୁ ନୂଆ ମନ୍ତ୍ରିମଣ୍ଡଳରେ ନିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri