Posted inଜାତୀୟ

କେନ୍ଦ୍ର, ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ସମାଲୋଚନା :ନର୍କଠୁ ବଳିଛି ଦିଲ୍ଲୀ ପ୍ରଦୂଷଣ

ନୂଆଦିଲ୍ଲୀ, ୨୬ା୧୧ : ରାଜଧାନୀ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ବାୟୁ ଓ ଜଳ ପ୍ରଦୂଷଣ ଭୟଙ୍କର ରୂପ ଧାରଣ କରିଛି। ପରିସ୍ଥିତି ଏମିତି ହୋଇଛି ଯେ, ସାଧାରଣ ଜୀବନଯାପନ ଦୁର୍ବିଷହ ହୋଇପଡ଼ିଛି। ନର୍କଠାରୁ ବି ଏହା ତଦ୍ରୂପ। ଏହାର ସୁଧାର ଲାଗି କେନ୍ଦ୍ର କି ରାଜ୍ୟ ସରକାର ସେଭଳି କୌଣସି ପଦକ୍ଷେପ ଗ୍ରହଣ ନ କରିବା ପରିତାପର ବିଷୟ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସମାଲୋଚନା କରି ସାଧାରଣ ମଣିଷଙ୍କ ଜୀବନ ସହ ଖେଳ ଖେଳାଯାଉଛି। ପରସ୍ପର ବାକ୍‌ଯୁଦ୍ଧ ବନ୍ଦକରି ଏହାର ନିରାକରଣ ଦିଗରେ ଉଭୟ ସରକାର ପଦକ୍ଷେପ ନେବାକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ସରକାରଙ୍କୁ ସମାଲୋଚନା କରି ଗାଦିରେ ରହିବାର କୌଣସି ଅଧିକାର ଏ ସରକାରର ନାହିଁ ବୋଲି ସୁପ୍ରିମକୋର୍ଟ ଭର୍ସନା କରି କହିଛନ୍ତି।
ଜଷ୍ଟିସ ଅରୁଣ ମିଶ୍ର ଓ ଜଷ୍ଟିସ ଦୀପକ ଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ ପଡ଼ୋଶୀ ରାଜ୍ୟଗୁଡ଼ିକରେ ନଡ଼ା ପୋଡ଼ି ଯୋଗୁ ଦିଲ୍ଲୀ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଉଥିବା କହିଥିଲେ। ସେହିଭଳି ଦିଲ୍ଲୀର ପାଣି ନିରାପଦ ନୁହେଁ, ଏନେଇ ବ୍ୟୁରୋ ଅଫ୍‌ ଇଣ୍ଡିଆ ଷ୍ଟାଣ୍ଡାର୍ଡର ରିପୋର୍ଟରୁ ସ୍ପଷ୍ଟ। ତୁରନ୍ତ ଦିଲ୍ଲୀର ଏଏପି ସରକାର ଓ କେନ୍ଦ୍ର ସରକାର ଏହାର ନିରାକରଣ ଲାଗି ପଦକ୍ଷେପ ଗ୍ରହଣକରି ବିସ୍ତୃତ ରିପୋର୍ଟ ପ୍ରଦାନକରିବାକୁ ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଲୋକମାନଙ୍କୁ ଗ୍ୟାସ ଚାମ୍ବରରେ ରହିବାକୁ ବାଧ୍ୟ କରାଯାଉଛି। ପ୍ରତି ମୁହୂର୍ତ୍ତରେ ସେମାନଙ୍କୁ ମରିବାକୁ ପଡ଼ୁଛି। ଏହାଠାରୁ ଭଲହେବ ବିସ୍ଫୋରକ ଆଣି ଏକାଥରକେ ଶେଷ କରିଦେବା ବୋଲି କୋର୍ଟ ପ୍ରକାଶ କରିଛନ୍ତି। ହରିୟାଣା ଓ ପଞ୍ଜାବରେ ନଡ଼ାପୋଡ଼ି ପୁଣି ଦିଲ୍ଲୀ ପରିବେଶକୁ ଭୟଙ୍କର କରିବାରେ ଲାଗିଛି। ଉତ୍ତରପ୍ରଦେଶ ସ୍ଥିତି ମଧ୍ୟ ଏକାଭଳି। ଏନେଇ ବାରମ୍ବାର ଅଭିଯୋଗ ଆସୁଛି। ସମ୍ପୃକ୍ତ ରାଜ୍ୟର ମୁଖ୍ୟ ସଚିବମାନେ ଏନେଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସମ୍ପୃକ୍ତ ରାଜ୍ୟଗୁଡ଼ିକ ବାୟୁର ମାନ ସହ ପ୍ରଦୂଷଣ ରୋକିବା ଲାଗି କି କି ପଦକ୍ଷେପ ଗ୍ରହଣ କରାଯାଇଛି, ସେ ସମ୍ପର୍କରେ ବିସ୍ତୃତ ତଥ୍ୟ ଦେବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ସରକାରଙ୍କୁ ମଧ୍ୟ ନୋଟିସ ଜାରି କରାଯାଇ ପରିସ୍ଥିତି ସୁଧାରିବା ଲାଗି ପଦକ୍ଷେପ ନେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?