କେନ୍ଦ୍ର, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ନୋଟିସ

କଟକ ଅଫିସ,୨୩ା୧: ଚୌଦ୍ୱାରସ୍ଥିତ ଇଣ୍ଡିଆନ ମେଟାଲ୍‌ସ ଆଣ୍ଡ ଫେରୋ ଆଲଏଜ୍‌ (ଇମ୍ଫା) କମ୍ପାନୀ ବିରୋଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା ଓ ବିଚାରପତି ଜଷ୍ଟିସ ଏସ୍‌.କେ. ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ମାମଲାର ଶୁଣାଣି କରି କେନ୍ଦ୍ର ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ରିପୋର୍ଟ ତଲବ କରିଛନ୍ତି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ପରବର୍ତ୍ତୀ ଶୁଣାଣି ଦିନ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ କରିବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଫେବୃୟାରୀ ୨୪ ତାରିଖକୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନଧାର୍ଯ୍ୟ ହୋଇଛି। ଚୌଦ୍ୱାର ପୌରପାଳିକା ଅଧୀନ ୧୬ ନମ୍ବର ୱାର୍ଡର ଶ୍ରୀକାନ୍ତ ବେହେରାଙ୍କ ପକ୍ଷରୁ ଏହି ମାମଲା ରୁଜୁ କରାଯାଇଛି। ଆବେଦନକାରୀ ବେହେରା ପିଟିଶନରେ ଉଲ୍ଲେଖ କରିଛନ୍ତି ଯେ, ଇମ୍ଫା ପକ୍ଷରୁ ପରିବେଶ ଆଇନର ଉଲ୍ଲଂଘନ କରାଯାଉଛି। ଯଦ୍ଦ୍ବାରା ସ୍ଥାନୀୟ ବାୟୁମଣ୍ଡଳ ପ୍ରଦୂଷିତ ହେବା ସହ କମ୍ପାନୀରୁ ନିର୍ଗତ ହେଉଥିବା ବିଷାକ୍ତ ଜଳ ଓ ବର୍ଜ୍ୟବସ୍ତୁ ସ୍ବାସ୍ଥ୍ୟହାନିର କାରଣ ପାଲଟୁଛି। ମୁଖ୍ୟତଃ ବାୟୁ ପ୍ରଦୂଷଣ ଦ୍ୱାରା ସେଠାକାର ଲୋକେ ବିଭିନ୍ନ ରୋଗରେ ପଡ଼ୁଛନ୍ତି। ବିଳମ୍ବିତ ରାତିରେ କମ୍ପାନୀ ବାୟୁମଣ୍ଡଳକୁ ଧୂଅଁା ଛାଡୁଥିବାବେଳେ ବର୍ଷା ସମୟରେ ବର୍ଜ୍ୟଜଳ ଛାଡୁଛି। ଏପରିକି ପରିବେଶ ବିଭାଗର ସର୍ତ୍ତାବଳୀକୁ କମ୍ପାନୀ ଅନୁପାଳନ କରୁ ନ ଥିବା ଆବେଦନକାରୀ ପିିଟିଶନରେ ଦର୍ଶାଇଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ବ୍ରଜ କିଶୋର ପଣ୍ଡା ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri